କାନାଡାର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବା ମାତ୍ରେ ଟ୍ରମ୍ପଙ୍କ ଉପରେ ଗର୍ଜିଲେ ମାର୍କ କାର୍ନି, ଧମକ ଦେଇ କହିଲେ…

ଓଟାଓ୍ବା,୧୫।୩: ଶୁକ୍ରବାର କାନାଡାର ପ୍ରଧାନମନ୍ତ୍ରୀ ଭାବରେ ମାର୍କ କାର୍ନି ଶପଥ ନେବା ମାତ୍ରେ ସେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନିଷ୍ପତ୍ତି ଏବଂ ବିବୃତ୍ତିକୁ ସମାଲୋଚନା କରିଛନ୍ତି, ଯାହା କାରଣରୁ ଦୁଇ ଦେଶ ମଧ୍ୟରେ ମତଭେଦ ଦେଖାଦେଇଛି। କାନାଡାକୁ ଆମେରିକାର ୫୧ତମ ରାଜ୍ୟ କରିବା ବିଷୟରେ ଟ୍ରମ୍ପଙ୍କ ବକ୍ତବ୍ୟରେ ସେ ନିଜର କ୍ରୋଧ ପ୍ରକାଶ କରିଛନ୍ତି। ସେ ସ୍ପଷ୍ଟ ଶବ୍ଦରେ କହିଛନ୍ତି ଯେ କାନାଡା କେବେବି କୌଣସି ରୂପରେ ଆମେରିକାର ଅଂଶ ହେବ ନାହିଁ।

ମାର୍କ କାର୍ନି କାନାଡାର ୨୪ତମ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। କାର୍ନି ପୂର୍ବରୁ ବ୍ୟାଙ୍କ ଅଫ କାନାଡା ଏବଂ ବ୍ୟାଙ୍କ ଅଫ ଇଂଲଣ୍ଡର ଗଭର୍ନର ଭଳି ଗୁରୁତ୍ୱପୂର୍ଣ୍ଣ ପଦବୀରେ କାର୍ଯ୍ୟ କରିଛନ୍ତି। ସେ କାନାଡିୟ ସଂସଦର ସଦସ୍ୟ ନୁହନ୍ତି, କିମ୍ବା ପୂର୍ବରୁ ରାଜନୀତିରେ ପ୍ରବେଶ କରିନାହାଁନ୍ତି। ଏହା ସତ୍ତ୍ୱେ, ଗୋଟିଏ ସପ୍ତାହରୁ କମ୍‌ ସମୟ ମଧ୍ୟରେ ସେ ପ୍ରଧାନମନ୍ତ୍ରୀ ଦୌଡ଼ରେ କାନାଡାର ଶୀର୍ଷ ନେତାମାନଙ୍କୁ ପରାସ୍ତ କରିଥିଲେ।

ମାର୍କଙ୍କ ଶପଥ ଗ୍ରହଣ ସମାରୋହ ରାଜଧାନୀ ଓଟାୱାର ରିଡୋ ହଲରେ ଅନୁଷ୍ଠିତ ହୋଇଥିଲା। ଏହା ପରେ ସେ ହଲ ବାହାରକୁ ଆସି ଲୋକଙ୍କୁ ସମ୍ବୋଧିତ କରିଥିଲେ। ସେ କାନାଡାକୁ ମିଶାଇବା ପାଇଁ ଡୋନାଲ୍ଡ ଟ୍ରମ୍ପଙ୍କ ଧମକକୁ ପ୍ରତ୍ୟାଖ୍ୟାନ କରି କହିଛନ୍ତି କାନାଡା ମୌଳିକ ଭାବରେ ଏକ ପୃଥକ ଦେଶ। ସେ ଏହା ମଧ୍ୟ କହିଛନ୍ତି ଯେ କାନାଡା ଆମେରିକାଠାରୁ ସମ୍ମାନ ଆଶା କରେ। ଏବେ ସେ କାନାଡାର ସାର୍ବଭୌମତ୍ୱକୁ ସମ୍ମାନ ଦେଲେ ହିଁ ଡୋନାଲ୍ଡ ଟ୍ରମ୍ପଙ୍କୁ ଭେଟିବେ। ସେ ଆଶା ମଧ୍ୟ ପ୍ରକାଶ କରିଛନ୍ତି ଯେ ତାଙ୍କ ସରକାର ଟ୍ରମ୍ପ ପ୍ରଶାସନ ସହିତ ମିଶି କାମ କରିବାର ଉପାୟ ଖୋଜି ପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ସୁଦାନ ହସ୍ପିଟାଲ ଉପରେ ବଡ଼ଧରଣର ଆକ୍ରମଣ: ଡବ୍ଲ୍ୟୁଏଚ୍‌ଓ ମୁଖ୍ୟ ନିନ୍ଦା କରି କହିଲେ…

କାଇରୋ,୨୨ା୩: ସୁଦାନର ଡାର୍‌ପୁର ଅଞ୍ଚଳରେ ଥିବା ଏକ ହସ୍ପିଟାଲ ଉପରେ ଆକ୍ରମଣ ଯୋଗୁ ୧୩ ଜଣ ପିଲାଙ୍କ ସମେତ ଅନୂ୍ୟନ ୬୪ ଜଣଙ୍କ ମୃତ୍ୟୁ ଘଟିଥିବା ବିଶ୍ୱ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ପାକିସ୍ତାନ ପରେ ଏହି ଦେଶରେ ତେଲ ସଙ୍କଟ, ପେଟ୍ରୋଲ-ଡିଜେଲ ମୂଲ୍ୟ ୨୫% ବଢ଼ାଇଲେ ସରକାର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଯୋଗୁଁ ବିଶ୍ୱବ୍ୟାପୀ ଶକ୍ତି ଯୋଗାଣ ବିପର୍ଯ୍ୟସ୍ତ ହୋଇପଡ଼ିଛି । ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଉଥିବାବେଳେ, ଗ୍ୟାସ୍…

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri