ଅତ୍ୟାଧୁନିକ ଆଦର୍ଶ ବସ୍‌ଷ୍ଟାଣ୍ଡ ନେଇ ଜାଗା ଚିହ୍ନଟ

ପଦ୍ମପୁର, ୧୮।୨(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ପଦ୍ମପୁର ବ୍ଲକ ଅଧୀନ ଜୁକବନ୍ଧ କଲୋନି ନିକଟରେ ନୂତନ ଭାବେ ଅତ୍ୟାଧୁନିକ ଆଦର୍ଶ ବସ୍‌ଷ୍ଟାଣ୍ଡ ନିର୍ମାଣ କରାଯିବା ନିମନ୍ତେ ପଦ୍ମପୁର ବ୍ଲକ ପ୍ରଶାସନ ଓ ଜିଲା ପରିବହନ ବିଭାଗ ଜାଗା ଚିହ୍ନଟ କରିଛନ୍ତି। ଯାତ୍ରୀ ପରିବହନ ସେବାକୁ ତ୍ୱରାନ୍ବିତ କରିବାକୁ ରାଜ୍ୟରେ ୧୦୫ଟି ଆଦର୍ଶ ବସ୍‌ଷ୍ଟାଣ୍ଡ ନିର୍ମାଣ କରାଯିବା ନିମନ୍ତେ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ପ୍ରଥମ ପର୍ଯ୍ୟାୟରେ ୫୫ ବ୍ଲକସ୍ତରୀୟ ବସ୍‌ଷ୍ଟାଣ୍ଡ ନିର୍ମାଣ କରାଯିବ।
କ୍ରମରେ ପଦ୍ମପୁରରେ ମଧ୍ୟ ବସ୍‌ଷ୍ଟାଣ୍ଡ ନିର୍ମାଣ କରାଯିବ। ପଦ୍ମପୁର ତହସିଲଦାର ପ୍ରାଣକୃଷ୍ଣ ପାଣିଗ୍ରାହୀ, ପଦ୍ମପୁର ବିଡିଓ ରୀନା ପ୍ରଧାନ, ଜିଲା ବିଜେଡି ଛାତ୍ର ସଭାପତି ପିଙ୍କୁ ପଣ୍ଡା, ପଦ୍ମପୁର ବ୍ଲକ ଉପାଧ୍ୟକ୍ଷ ରମେଶ ଚନ୍ଦ୍ର ସାହୁଙ୍କ ସହ ଅଞ୍ଚଳର ବହୁ ବରିଷ୍ଠ ଅଧିକାରୀ ଜୁକବନ୍ଧ କଲୋନି ନିକଟରେ ପ୍ରାୟ ୨ଏକର ୩୦ ସେଣ୍ଟ୍‌ ସରକାରୀ ଜମି ଚିହ୍ନଟ କରିଛନ୍ତି।
ପଦ୍ମପୁର ସହରର ବର୍ଦ୍ଧିତ ଜନସଂଖ୍ୟାକୁ ଦେଖି ସ୍ଥାନୀୟ ଲୋକେ ନୂତନ ବସ୍‌ଷ୍ଟାଣ୍ଡ ନିର୍ମାଣ ଦାବି କରୁଥିଲେ। ପଦ୍ମପୁର ସହରଟି ବ୍ରହ୍ମପୁର, ମାଲକାନଗିରି, ଗୁଣପୁର, ପାରଳାଖେମୁଣ୍ଡି, ରାୟଗଡ଼ା, ଗୁଡ଼ାରୀ ଭଳି ଅଞ୍ଚଳକୁ ଯିବାକୁ କେନ୍ଦ୍ରସ୍ଥଳୀ। ସହରର ପୁରାତନ ବସ୍‌ଷ୍ଟାଣ୍ଡଟି ସଂକୀର୍ଣ୍ଣ ଓ ଗାଡ଼ି ରଖିବାକୁ ସେଭଳି ସ୍ଥାନ ନ ଥିବା ଯୋଗୁ ରାତ୍ରିକାଳୀନ ବସ୍‌ଗୁଡିକ ପଦ୍ମପୁର ସହରକୁ ନ ଯାଇ ବାଇପାସ୍‌ ରାସ୍ତା ଦେଇ ଯାଉଥିଲା। ପୁରୁଣା ବସ୍‌ଷ୍ଟାଣ୍ଡରେ ମଧ୍ୟ କୌଣସି ଗାଡ଼ ରହୁ ନ ଥିବାରୁ ଲୋକେ ବହୁ ଅସୁବିଧାର ସମ୍ମୁଖୀନ ହେଉଥିଲେ। ତେଣୁ ନୂତନ ଆଦର୍ଶ ବସ୍‌ଷ୍ଟାଣ୍ଡ ତିଆରିକୁ ନେଇ ଲୋକେ ଏବେ ବେଶ୍‌ ଖୁସି ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri