Posted inଖେଳ

ଲକ୍ଷ୍ନୌକୁ ଝଟକା: ରାହୁଲ,ଜୟଦେବଙ୍କ ପରେ ଦଳ ଛାଡିଲେ ଏହି ଖେଳାଳି

ନୂଆଦିଲ୍ଲୀ,୮।୫: ଲକ୍ଷ୍ନୌ ସୁପର ଜିଆଣ୍ଟସ(ଏଲଏସଜି)ର ଅଡୁଆ ଥମିବାର ନାଁ ନେଉନାହିଁ। ଦଳର ଅଧିନାୟକ କେ.ଏଲ ରାହୁଲ ଏବଂ ଦ୍ରୁତ ବୋଲର ଜୟଦେବ ଉନାଦକତ ଆହତ କାରଣରୁ ଆଇପିଏଲର ୧୬ତମ ସିଜିନରୁ ବାଦ ପଡିଥିଲେ। ଏହା ପରେ, ବର୍ତ୍ତମାନ ଏଲଏସଜିକୁ ଆଉ ଏକ ବଡ ଝଟକା ଲାଗିଛି। ଲକ୍ଷ୍ନୌର ଅଗ୍ରଣୀ ବୋଲର ମାର୍କ ଉଡ୍‌ ବ୍ୟକ୍ତିଗତ କାରଣରୁ ବିଦେଶ ଫେରିଯାଇଛନ୍ତି। ଫ୍ରାଞ୍ଚାଇଜି ସୋସିଆଲ ମିଡିଆ ମାଧ୍ୟମରେ ଏ ବିଷୟରେ ସୂଚନା ଦେଇଛନ୍ତି।
ଲକ୍ଷ୍ନୌ ସୁପର ଜିଆଣ୍ଟସ ନିଜ ଟୁଇଟରରେ ଏକ ଭିଡିଓ ଶେୟାର କରିଛନ୍ତି ଯେଉଁଥିରେ ମାର୍କ ଉଡ୍‌ ନିଜେ କହୁଛନ୍ତି, ସେ ନିଜ ଦେଶକୁ ଫେରୁଛନ୍ତି। କୁହାଯାଉଛି, ମାର୍କ ଉଡ୍‌ ବାପା ହେବାକୁ ଯାଉଛନ୍ତି। ଏହି ସମୟରେ ସେ ତାଙ୍କ ସ୍ତ୍ରୀ ସାହାଙ୍କ ସହ ଅଧିକ ସମୟ ବିତାଇବାକୁ ଚାହୁଁଛନ୍ତି। ମାର୍କ ଉଡ୍‌ କହିଛନ୍ତି, ମୁଁ କୋ ଝିଆ ଜନ୍ମ ପାଇଁ ଘରକୁ ଫେରୁଛି। ଦଳରୁ ଚାଲିଯାଉଛି ବୋଲି ମୁଁ ଦୁଃଖିତ, କିନ୍ତୁ ଘରକୁ ଯିବାର ଏକ ଉତ୍ତମ କାରଣ ଅଛି। ମୁଁ ଆଶା କରେ ତୁମେ ଶୀଘ୍ର ମୋତେ ମଇଦାନରେ ଦେଖିବାକୁ ପାଇବେ।


Enter your email to get our daily news in your inbox.

All Right Reserved By Dharitri.Com

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ଦମ୍‌ ଦେଖାଇଲେ ସ୍ପିନର: ସ୍କଟଲାଣ୍ଡକୁ ୫ଉଇକେଟରେ ହରାଇଲା ଇଂଲଣ୍ଡ

କୋଲକାତା,୧୪ା୨: ଭେଟେରାନ ଲେଗ୍‌ ସ୍ପିନର ଆଦିଲ ରଶିଦ(୩/୩୬)ଙ୍କ ୩ ଉଇକେଟ ସଫଳତା ଏବଂ ମିଡଲ ଓଭରରେ ଟମ୍‌ ବାଣ୍ଟନଙ୍କ ଆକର୍ଷଣୀୟ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ଚଳିତ…

ଭାରତ-ପାକିସ୍ତାନ ମ୍ୟାଚ୍‌ ଦେଖିବେ ବିସିବି ମୁଖ୍ୟ, ଜାଣନ୍ତୁ କହିଁକି…

କଲମ୍ବୋ,୧୪ା୨: ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ମୁଖ୍ୟ ଅନିମୁଲ ଇସ୍ଲାମ ବୁଲବୁଲ ରବିବାର ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ହାଇ ଭୋଲ୍ଟେଜ ଟି୨୦ ବିଶ୍ୱକପ୍‌…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

ନବ ନିଯୁକ୍ତ କର୍ମକର୍ତ୍ତାଙ୍କୁ ସମ୍ବର୍ଦ୍ଧିତ କଲା କଂଗ୍ରେସ

କର୍ଲାମୁଣ୍ଡା:୧୪।୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତ ବିଜାପାଟିଠାରେ କଂଗ୍ରେସ ଦଳର ନବ ନିଯୁକ୍ତ କର୍ମକର୍ତ୍ତାଙ୍କ ଉଦ୍ଦେଶ୍ୟରେ ଏକ ସମ୍ବର୍ଦ୍ଧନା ସଭା ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri