ଅନିର୍ଦ୍ଦିଷ୍ଟ କାଳ ପାଇଁ ମାର୍କେଟ ବିଲ୍ଡିଂ ବନ୍ଦ

ଭୁବନେଶ୍ୱର,୧।୮ (ବ୍ୟୁରୋ): ରାଜଧାନୀର ପ୍ରମୁଖ ବଜାର ୟୁନିଟ-୨ ମାର୍କେଟ ବିଲ୍ଡିଂରେ କିଛିଦିନର ବ୍ୟବଧାନ ପରେ ପୁଣିଥରେ ଉଠାଦୋକାନୀ ଓ ସ୍ଥାୟୀ ବ୍ୟବସାୟୀ ମୁହାଁମୁହିଁ ହୋଇଛନ୍ତି। ରବିବାର ଉଭୟଙ୍କ ମଧ୍ୟରେ ଗଣ୍ଡଗୋଳ ଯୋଗୁ ଦୀର୍ଘ ସମୟ ଧରି ସେଠାରେ ଉତ୍ତେଜନା ଲାଗି ରହିଥିଲା। ଏହାପରେ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ମାର୍କେଟକୁ ବନ୍ଦ ଘୋଷଣା କରିଛି ମାର୍କେଟ ବିଲ୍ଡିଂ ସେଣ୍ଟ୍ରାଲ ଆସୋସିଏଶନ।
ଉଠା ଦୋକାନୀଙ୍କୁ ନେଇ ମାର୍କେଟ ବିଲ୍ଡିଂରେ ବିଭିନ୍ନ ସମୟରେ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେଉଛି। ସେମାନଙ୍କ ପାଇଁ ବଜାର ଗହଳି ଓ ଆବର୍ଜନାମୟ ହେବା ସହ ସ୍ଥାୟୀ ଦୋକାନ କରିଥିବା ବ୍ୟବସାୟୀମାନେ ବ୍ୟବସାୟ କରିପାରୁ ନାହାନ୍ତି। ତେଣୁ ଦୀର୍ଘବର୍ଷ ହେବ ଉକ୍ତ ବ୍ୟବସାୟୀମାନେ ଉଠା ଦୋକାନୀଙ୍କୁ ବିରୋଧ କରି ଆସୁଛନ୍ତି। ଏପରିକି ପୂର୍ବରୁ ବ୍ୟବସାୟୀମାନେ ଆନ୍ଦୋଳନକୁ ଓହ୍ଲାଇବା ସହ ଏକାଧିକଥର ବଜାର ବନ୍ଦ କରିଛନ୍ତି। ହେଲେ ଉଠା ଦୋକାନୀଙ୍କୁ ବାରମ୍ବାର ଉଠା ଯାଉଥିଲେ ମଧ୍ୟ ପୁଣି ସେମାନେ ଅସାମାଜିକ ଗୋଷ୍ଠୀ ସହାୟତାରେ ଜବରଦଖଲ କରି ବେପାର କରୁଛନ୍ତି। ଗତ ଜୁଲାଇ ୨୪ରେ ବିଏମ୍‌ସି କମିଶନର ଓ ମେୟର ମାର୍କେଟ ବିଲ୍ଡିଂ ବୁଲି ଯାଞ୍ଚ କରୁଥିବାବେଳେ ଉଠାଦୋକାନୀଙ୍କୁ ତୁରନ୍ତ ଜାଗା ଖାଲି କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଏହାପରେ ସେମାନେ ସେଠାରୁ ଉଠି ଯାଇଥିଲେ। ମାତ୍ର ସପ୍ତାହେ ନ ପୂରୁଣୁ ରବିବାର ଉଠାଦୋକାନୀମାନେ ପୁଣି ସେମାନଙ୍କ ସାମଗ୍ରୀ ଧରି ମାର୍କେଟରେ ପହଞ୍ଚତ୍ଥିଲେ। ଏହାକୁ ସଂଘ ପକ୍ଷରୁ ବିରୋଧ କରାଯାଇଥିଲା। ଫଳରେ ଦୁଇ ଗୋଷ୍ଠୀ ମୁହଁାମୁହିଁ ହୋଇଥିଲେ। କଥା କଟାକଟି ହେବା ସହିତ ଠେଲାପେଲାରୁ ଗଣ୍ଡଗୋଳ ଉଗ୍ର ରୂପ ନେଇଥିଲା। ଖବରପାଇ କ୍ୟାପିଟାଲ ଥାନା ପୋଲିସ ପହଞ୍ଚତ୍ ସ୍ଥିତିକୁ ନିୟନ୍ତ୍ରଣ କରିଥିଲା। ଘଟଣାକୁ ନେଇ ଉଭୟ ପକ୍ଷରୁ କ୍ୟାପିଟାଲ ଥାନାରେ ଏତଲା ଦିଆଯାଇଛି। ସଂଘ କହିଛି ଯେ, ମାର୍କେଟ ବିଲ୍ଡିଂରୁ ଉଠାଦୋକାନୀଙ୍କୁ ସ୍ଥାୟୀ ଭାବେ ଉଚ୍ଛେଦ କରା ନ ଯିବା ଯାଏ ମାର୍କେଟ ବନ୍ଦ ରହିବ। ମାର୍କେଟରେ ଯେପରି ଉଠା ଦୋକାନୀ ଆଉ ଥରେ ବେପାର ଆରମ୍ଭ ନ କରନ୍ତି, ସେଥିପାଇଁ ବିଏମ୍‌ସିର ଏକ ମନିଟରିଂ ଟିମ୍‌ ନିୟମିତ ଏହା ଉପରେ ଦୃଷ୍ଟି ରଖୁ ବୋଲି ଦାବି କରାଯାଇଛି।
ସୂଚନାଯୋଗ୍ୟ, ମାର୍କେଟ ବିଲ୍ଡିଂ ସେଣ୍ଟ୍ରାଲ ଆସୋସିଏଶନ ଉଠାଦୋକାନୀଙ୍କ ଜବରଦଖଲକୁ ବିରୋଧ କରିବା ସହ ଏନେଇ ବିଏମ୍‌ସି ନିକଟରେ ବାରମ୍ବାର ଅଭିଯୋଗ କରି ଆସୁଛି। ଏଥିପାଇଁ ଗତ ଜାନୁୟାରୀ ୪ରୁ ୪ଦିନ ଧରି ମାର୍କେଟ ବିଲ୍ଡିଂ ବନ୍ଦ ରହିଥିଲା। ଏହାର କିଛିଦିନ ପରେ ଏହି ବିବାଦ ପୁଣିଥରେ ଫେବୃୟାରୀ ମାସରେ ମୁଣ୍ଡ ଟେକିଥିଲା। ପ୍ରତିବାଦ ସ୍ବରୂପ ସଂଘ ପକ୍ଷରୁ ମାର୍କେଟରୁ ୪ଦିନ ଅଳିଆ ଉଠିବା ବନ୍ଦ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ

ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri