ମାର୍କେଟ କମ୍ପ୍ଲେକ୍ସ, ଶୌଚାଳୟରେ ଝୁଲୁଛି ତାଲା

ପାରଳାଖେମୁଣ୍ଡି, ୨୫ା୫ (ଗିରିଧାରୀ ପରିଛା): ସରକାର କୋଟି କୋଟି ଟଙ୍କା ବ୍ୟୟ କରି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ କରୁଥିବା ବେଳେ ପ୍ରଶାସନ ଓ କିଛି ମୁଷ୍ଟିମେୟ ବ୍ୟକ୍ତିଙ୍କ ପାଇଁ ଲକ୍ଷ ଲକ୍ଷ ଟଙ୍କା ବ୍ୟୟ ବରାଦ କରି ନିର୍ମିତ ହୋଇଥିବା ମାର୍କେଟ କମ୍ପ୍ଲେକ୍ସ ଓ ଶୌଚାଳୟ କୌଣସି କାମରେ ଲାଗୁନି। ଗଜପତି ଜିଲା କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ତରଫରୁ ନବ ନିର୍ମିତ ମାର୍କେଟ କମ୍ପ୍ଲେକ୍ସ ଓ ଶୌଚାଳୟ କୌଣସି କାମରେ ଆସୁନଥିବା ଦେଖିବାକୁ ମିଳିଛି। କାଶୀନଗର ବିକାଶ ଦିଗରେ ଏହି ମାର୍କେଟ କମ୍ପ୍ଲେକ୍ସ ନିର୍ମାଣ ହୋଇଥିବା ବେଳେ ଉଦଘାଟନକୁ ବର୍ଷେ ପୂରିଯାଇଥିଲେ ମଧ୍ୟ ଏହା କୌଣସି କାମରେ ଆସୁନାହିଁ। ଉକ୍ତ ମାର୍କେଟ କମ୍ପ୍ଲେକ୍ସ ୧୧ନଂ ୱାର୍ଡସ୍ଥିତ ବ୍ଲକ କଲୋନୀରେ ରହିଥିବା ବେଳେ ଏଠାରେ କିଛି ଲୋକଙ୍କ ନିଜ ସ୍ବାର୍ଥ ପାଇଁ ଏହି ମାର୍କେଟ କମ୍ପ୍ଲେକ୍ସ କରାଯାଇଥିବା ଅଭିଯୋଗ ହେଉଛି। ବର୍ତ୍ତମାନ ପର୍ଯ୍ୟନ୍ତ ଜଣେ ବି ବ୍ୟବସାୟୀ ଏହି କମ୍ପ୍ଲେକ୍ସ ନେବା ପାଇ ଇଚ୍ଛା କରୁନାହାନ୍ତି। ଏଠାରେ ସାଧାରଣ ଜନତାଙ୍କ ପ୍ରଶ୍ନ ଉଠିଛି ଯେ, ଯେଉଁ ସ୍ଥାନରେ ଆବଶ୍ୟକତା ରହିଛି ସେହି ସ୍ଥାନରେ କାହିଁକି ମାର୍କେଟ କମ୍ପ୍ଲେକ୍ସ କରାଯାଇନାହିଁ। କାଶୀନଗର କିଛି ନେତାଙ୍କ ନିଜ ସ୍ବାର୍ଥ ପାଇଁ ଅଞ୍ଚଳର ବିକାଶ ଦିଗରେ ଆସିଥିବା ସରକାରଙ୍କ ଅର୍ଥକୁ ଠିକ ଭାବରେ ଉପଯୋଗ କରୁନଥିବା ମତ ପ୍ରକାଶ ପାଇଛି। ସେହିପରି କାଶୀନଗର ବିଭିନ୍ନ ସ୍ଥାନରେ ଲକ୍ଷାଧିକ ଟଙ୍କାର ନୂତନ ଶୌଚାଳୟ ନିର୍ମାଣ ହୋଇଥିବା ବେଳେ ବର୍ଷ ବର୍ଷ ଧରି ସେଠାରେ ତାଲା ପଡ଼ି ରହିଥିବା ଦେଖିବାକୁ ମିଳିଛି। ଆହାର କେନ୍ଦ୍ର ନିକଟରେ ଥିବା ଶୌଚାଳୟ ବର୍ତ୍ତମାନ ବ୍ୟବହାର ନ କରି ବନ୍ଦକରି ରଖାଯାଉଛି। ସାଧାରଣ ଲୋକଙ୍କ ବ୍ୟବହାର ପାଇଁ ଏହା ହୋଇଥିବା ବେଳେ ତାହା କିନ୍ତୁ ଉପଯୋଗୀ ନହୋଇ ନଷ୍ଟ ହେବାରେ ଲାଗିଛି। ଏଥିପ୍ରତି ସ୍ଥାନୀୟ ପ୍ରଶାସନର ଦୃଷ୍ଟି ପଡୁନଥିବା ଅତି ଦୁର୍ଭାଗ୍ୟଜନକ ବୋଲି ଜନସାଧାରଣ ଓ ବୁଦ୍ଧିଜୀବୀ ପ୍ରତିକ୍ରିୟା ରଖିଛନ୍ତି। ତୁରନ୍ତ ଏହି ଶୌଚାଳୟଗୁଡ଼ିକ ଯେପରି ସାଧାରଣ ଲୋକଙ୍କ ପାଇଁ ବ୍ୟବହାର ହେଇପାରିବ ସେ ନେଇ ସ୍ଥାନୀୟ ପ୍ରଶାସନ ଦୃଷ୍ଟି ଦେବା ପାଇଁ ଦାବି ହୋଇଛି। ଏ ନେଇ କାର୍ଯ୍ୟ ନିର୍ବାହୀ ଅଧିକାରୀ ଭଗବତ ସାହୁଙ୍କ ସହ ଯୋଗାଯୋଗ କରିବା ପାଇଁ ଯାଇଥିଲେ ମଧ୍ୟ ଯୋଗାଯୋଗ ହୋଇପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ରୋଗୀଙ୍କୁ ଔଷଧ ଖୁଆଇବେ ସ୍ବାସ୍ଥ୍ୟକର୍ମୀ

ଭୁବନେଶ୍ୱର,୬୬।୨: ଫାଇଲେରିଆ ନିରାକରଣ ପାଇଁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏକ ବଡ଼ ଆକ୍ସନ ପ୍ଲାନ ପ୍ରସ୍ତୁତ କରାଯାଇଛି। ଏଣିକି ସ୍ବାସ୍ଥ୍ୟକର୍ମୀ ଘରକୁ ଘର ଯାଇ ଫାଇଲେରିଆରେ ଆକ୍ରାନ୍ତ…

କୋରାପୁଟରେ ପରୀକ୍ଷା ପେ’ ଚର୍ଚ୍ଚା, ସିଧା ଯୋଡ଼ି ହେଲେ ଛାତ୍ରୀଛାତ୍ର

କୋରାପୁଟ,୬ା୨(ଅମିତାଭ ବେହେରା): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନବମ ପରୀକ୍ଷା ପେ’ ଚର୍ଚ୍ଚା କାର୍ଯ୍ୟକ୍ରମର ସିଧା ପ୍ରସାରଣ ଶୁକ୍ରବାର ସାରା ଦେଶର ବିଭିନ୍ନ ଶିକ୍ଷା ଅନୁଷ୍ଠାନରେ ଚାଲିଥିଲା ବେଳେ…

୪ ଦିନ ଚଳଚଞ୍ଚଳ ରହିବ ପଦ୍ମନାଭପୁର, ଆଜି ଲକ୍ଷ୍ମୀନୃସିଂହ ମନ୍ଦିରରେ…

ଦିଗପହଣ୍ଡି,୬ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ କୁମୁଟି ସାହିରେ ଶ୍ରୀଲକ୍ଷ୍ମୀନୃସିଂହ ଠାକୁରଙ୍କ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ନିମନ୍ତେ ଶୁକ୍ରବାର ଫାଲଗୁନ କୃଷ୍ଣପକ୍ଷ…

ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପରିବେଷଣ କରିଥିଲେ ନିଶା: ଗିରଫ ଭୟରେ ଆଗୁଆ ଜାମିନ ଆବେଦନ ପରେ ଏବେ…

ବଲାଙ୍ଗୀର,୬ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ ଘଟଣାରେ ନିଶା ମହାରଣାଙ୍କୁ ହାଇକୋର୍ଟରୁ ସର୍ତ୍ତମୂଳକ ଆଗୁଆ ଜାମିନ ମିଳିଛି। ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନକୁ…

ବରଗଡ଼ ସିଭିଲ କୋର୍ଟକୁ ବୋମା ଧମକ, ଛାନିଆ ହୋଇ ବାହାରକୁ ଚାଲିଆସିଲେ…

ବରଗଡ,୬।୨(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ କୋର୍ଟକୁ ଶୁକ୍ରବାର ମିଳିଥିବା ବୋମା ଧମକ ହଇଚଇ ସୃଷ୍ଟି କରିଛି। ବରଗଡ଼ ସିଭିଲ କୋର୍ଟକୁ ମଧ୍ୟ ଇ-ମେଲରେ ଏଭଳି ଧମକ ଆସିଛି।…

କେରଳରେ ଯୁବ ଚାଷୀଙ୍କ ମୃତ୍ୟୁ ଘଟଣା: ପ୍ରଶାସନ ପରେ ବଢୁଛି ସହାୟତାର ହାତ

ଲୋଇସିଂହା,୬।୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ସନଅଗାଁ(କ) ଗ୍ରାମର ଯୁବ ଚାଷୀ ବଳରାମ ପଧାନ ତାଙ୍କ ଖରିଫ ଧାନ ବିକ୍ରି ଟଙ୍କା କୌଣସିକାରଣବଶତଃ କେରଳରେ ଥିବା…

ଅବକାରୀ ଥାନାଠାରୁ ଅନତି ଦୂରରେ ଚାଲିଛି ଚୋରାମଦ କାରବାର, ପ୍ରତିବାଦରେ ମହିଳା…

ଧର୍ମଶାଳା,୬ା୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଜାରକା ଅଞ୍ଚଳର ଶତାଧିକ ମହିଳା ଚୋରା ମଦ ବିକ୍ରି ପ୍ରତିବାଦରେ ଧର୍ମଶାଳା ଅବକାରୀ ଥାନା ସମ୍ମୁଖରେ ଧାରଣା ଦେଇଛନ୍ତି। ଜାରକା…

ସମ୍ବଲପୁର ସର୍କଲ ଜେଲ୍‌ରେ ରାଜସ୍ଥାନ ପୋଲିସ

ସମ୍ବଲପୁର,୬।୨: ରାଜସ୍ଥାନ ପୋଲିସର ଏକ ଟିମ୍‌ ଶୁକ୍ରବାର ସମ୍ବଲପୁର ସର୍କଲ ଜେଲ୍‌ରେ ପହଞ୍ଚି ପୋଲିସ ଅଧିକାରୀଙ୍କୁ ଭେଟିଛନ୍ତି। ଏହି ଅବସରରେ ରାଜସ୍ଥାନ ପୋଲିସ ଜେଲ୍‌ରେ ଥିବା ଦୁର୍ଦ୍ଦାନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri