ମାର୍କେଟ କମ୍ପ୍ଲେକ୍ସ, ଶୌଚାଳୟରେ ଝୁଲୁଛି ତାଲା

ପାରଳାଖେମୁଣ୍ଡି, ୨୫ା୫ (ଗିରିଧାରୀ ପରିଛା): ସରକାର କୋଟି କୋଟି ଟଙ୍କା ବ୍ୟୟ କରି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ କରୁଥିବା ବେଳେ ପ୍ରଶାସନ ଓ କିଛି ମୁଷ୍ଟିମେୟ ବ୍ୟକ୍ତିଙ୍କ ପାଇଁ ଲକ୍ଷ ଲକ୍ଷ ଟଙ୍କା ବ୍ୟୟ ବରାଦ କରି ନିର୍ମିତ ହୋଇଥିବା ମାର୍କେଟ କମ୍ପ୍ଲେକ୍ସ ଓ ଶୌଚାଳୟ କୌଣସି କାମରେ ଲାଗୁନି। ଗଜପତି ଜିଲା କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ତରଫରୁ ନବ ନିର୍ମିତ ମାର୍କେଟ କମ୍ପ୍ଲେକ୍ସ ଓ ଶୌଚାଳୟ କୌଣସି କାମରେ ଆସୁନଥିବା ଦେଖିବାକୁ ମିଳିଛି। କାଶୀନଗର ବିକାଶ ଦିଗରେ ଏହି ମାର୍କେଟ କମ୍ପ୍ଲେକ୍ସ ନିର୍ମାଣ ହୋଇଥିବା ବେଳେ ଉଦଘାଟନକୁ ବର୍ଷେ ପୂରିଯାଇଥିଲେ ମଧ୍ୟ ଏହା କୌଣସି କାମରେ ଆସୁନାହିଁ। ଉକ୍ତ ମାର୍କେଟ କମ୍ପ୍ଲେକ୍ସ ୧୧ନଂ ୱାର୍ଡସ୍ଥିତ ବ୍ଲକ କଲୋନୀରେ ରହିଥିବା ବେଳେ ଏଠାରେ କିଛି ଲୋକଙ୍କ ନିଜ ସ୍ବାର୍ଥ ପାଇଁ ଏହି ମାର୍କେଟ କମ୍ପ୍ଲେକ୍ସ କରାଯାଇଥିବା ଅଭିଯୋଗ ହେଉଛି। ବର୍ତ୍ତମାନ ପର୍ଯ୍ୟନ୍ତ ଜଣେ ବି ବ୍ୟବସାୟୀ ଏହି କମ୍ପ୍ଲେକ୍ସ ନେବା ପାଇ ଇଚ୍ଛା କରୁନାହାନ୍ତି। ଏଠାରେ ସାଧାରଣ ଜନତାଙ୍କ ପ୍ରଶ୍ନ ଉଠିଛି ଯେ, ଯେଉଁ ସ୍ଥାନରେ ଆବଶ୍ୟକତା ରହିଛି ସେହି ସ୍ଥାନରେ କାହିଁକି ମାର୍କେଟ କମ୍ପ୍ଲେକ୍ସ କରାଯାଇନାହିଁ। କାଶୀନଗର କିଛି ନେତାଙ୍କ ନିଜ ସ୍ବାର୍ଥ ପାଇଁ ଅଞ୍ଚଳର ବିକାଶ ଦିଗରେ ଆସିଥିବା ସରକାରଙ୍କ ଅର୍ଥକୁ ଠିକ ଭାବରେ ଉପଯୋଗ କରୁନଥିବା ମତ ପ୍ରକାଶ ପାଇଛି। ସେହିପରି କାଶୀନଗର ବିଭିନ୍ନ ସ୍ଥାନରେ ଲକ୍ଷାଧିକ ଟଙ୍କାର ନୂତନ ଶୌଚାଳୟ ନିର୍ମାଣ ହୋଇଥିବା ବେଳେ ବର୍ଷ ବର୍ଷ ଧରି ସେଠାରେ ତାଲା ପଡ଼ି ରହିଥିବା ଦେଖିବାକୁ ମିଳିଛି। ଆହାର କେନ୍ଦ୍ର ନିକଟରେ ଥିବା ଶୌଚାଳୟ ବର୍ତ୍ତମାନ ବ୍ୟବହାର ନ କରି ବନ୍ଦକରି ରଖାଯାଉଛି। ସାଧାରଣ ଲୋକଙ୍କ ବ୍ୟବହାର ପାଇଁ ଏହା ହୋଇଥିବା ବେଳେ ତାହା କିନ୍ତୁ ଉପଯୋଗୀ ନହୋଇ ନଷ୍ଟ ହେବାରେ ଲାଗିଛି। ଏଥିପ୍ରତି ସ୍ଥାନୀୟ ପ୍ରଶାସନର ଦୃଷ୍ଟି ପଡୁନଥିବା ଅତି ଦୁର୍ଭାଗ୍ୟଜନକ ବୋଲି ଜନସାଧାରଣ ଓ ବୁଦ୍ଧିଜୀବୀ ପ୍ରତିକ୍ରିୟା ରଖିଛନ୍ତି। ତୁରନ୍ତ ଏହି ଶୌଚାଳୟଗୁଡ଼ିକ ଯେପରି ସାଧାରଣ ଲୋକଙ୍କ ପାଇଁ ବ୍ୟବହାର ହେଇପାରିବ ସେ ନେଇ ସ୍ଥାନୀୟ ପ୍ରଶାସନ ଦୃଷ୍ଟି ଦେବା ପାଇଁ ଦାବି ହୋଇଛି। ଏ ନେଇ କାର୍ଯ୍ୟ ନିର୍ବାହୀ ଅଧିକାରୀ ଭଗବତ ସାହୁଙ୍କ ସହ ଯୋଗାଯୋଗ କରିବା ପାଇଁ ଯାଇଥିଲେ ମଧ୍ୟ ଯୋଗାଯୋଗ ହୋଇପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀମନ୍ଦିରରେ ଅସମ୍ଭାଳ ଭିଡ଼: ବରିଷ୍ଠ ଅଧିକାରୀ, ଅତିରିକ୍ତ ଫୋର୍ସ ଗଲେ ପୁରୀ

ପୁରୀ,୧୭ା୬: ଶ୍ରୀମନ୍ଦିର ଚାରିଦ୍ୱାର ଖୋଲାଯିବା ପରେ ଅପ୍ରତ୍ୟାଶିତ ଭାବେ ଶ୍ରଦ୍ଧାଳୁଙ୍କ ଆଗମନ ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି ରବିବାର ରାଜ୍ୟ ସରକାର ଅତିରିକ୍ତ ଫୋର୍ସ...

ପାହାଡ଼ରେ ପିଟିହେଲା ବସ୍‌

ବଣାଇ,୧୭ା୬: ସୁନ୍ଦରଗଡ଼ ଜିଲା ବଣାଇ ଘାଟିରେ ପାହାଡ଼ରେ ଏକ ବସ୍‌ ପିଟି ହୋଇଛି। ଫଳର ବସ୍‌ରେ ଥିବା ଯାତ୍ରୀମାନଙ୍କ ମଧ୍ୟରୁ ୧୫ ଜଣ ଆହତ ହୋଇଥିବା...

ରାୟଗଡ଼ାରେ ଡିପ୍‌ଥେରିଆ ଆତଙ୍କ

ଭୁବନେଶ୍ୱର/ ରାୟଗଡ଼ା,୧୭ା୬(ଅସମାପିକା ସାହୁ/ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କାଶୀପୁର ବ୍ଲକ ଅନ୍ତର୍ଗତ ମନୁଷପଦର  ଗାଁରେ ଅଜଣା ରୋଗରେ ୫ ଶିଶୁଙ୍କ ମୃତ୍ୟୁ ପରେ କାରଣ...

ମଜୁରି ବୃଦ୍ଧି ଯୋଗୁ ଚାଷୀ ଅଣନିଃଶ୍ୱାସୀ

ପଟ୍ଟାମୁଣ୍ଡାଇ,୧୭ା୬ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ନିଅଣ୍ଟିଆ ବର୍ଷା ଏବଂ ଚାଷଖର୍ଚ୍ଚ ବୃଦ୍ଧିକୁ ନେଇ ଚାଷୀ ଚିନ୍ତାରେ ପଡ଼ିଛନ୍ତି। ଏପରି କି ଅନେକ...

ଗଜାମରୁଡ଼ି ଆଶଙ୍କା, ବିହନ ଚିନ୍ତାରେ ଚାଷୀ

କେନ୍ଦ୍ରାପଡ଼ା,୧୭ା୬ (ଜଗନ୍ନାଥ ଧଳ): ଓଡ଼ିଶାକୁ ମୌସୁମୀ ଆସିବାରେ ବିଳମ୍ବ ହୋଇଥିବା ପାଣିପାଗ ବିଶେଷଜ୍ଞ ପ୍ରକାଶ କରିଛନ୍ତି। କେନ୍ଦ୍ରାପଡ଼ା ଜିଲାରେ ଖରିଫ ଚାଷ ପାଇଁ ଆଶାନୁରୂପକ ବର୍ଷା...

ଅନ୍ତର୍ଦ୍ୱନ୍ଦ୍ୱ, ଆତ୍ମଘାତୀ କାର୍ଯ୍ୟ ପରାଜୟର କାରଣ

ବାଲେଶ୍ୱର,୧୭।୬(ମାନସ ବିଶ୍ୱାଳ): ବାଲେଶ୍ୱର ବିଧାନସଭା କ୍ଷେତ୍ରରେ ବିଜେଡିର ପରାଜୟ ପରେ ଦଳ ପକ୍ଷରୁ ରବିବାର ସ୍ଥାନୀୟ ଷ୍ଟେଶନ କ୍ଲବଠାରେ ଏକ ସମୀକ୍ଷା ବୈଠକ କରାଯାଇଥିଲା। ଏଥିରେ...

ବଣରେ ରହୁଛି ୧୦୮ ଆମ୍ବୁଲାନ୍ସ, କ୍ଲବ ଘରେ ଷ୍ଟାଫ୍‌

ଗୋପ,୧୭।୬(ଭାରତୀ ଭୂଷଣ ଉପାଧ୍ୟାୟ): ସରକାର ସ୍ବାସ୍ଥ୍ୟସେବାକୁ ନେଇ ବିଭିନ୍ନ ଯୋଜନାରେ କୋଟି କୋଟି ଟଙ୍କା ବ୍ୟୟ କରୁଥିବାବେଳେ ଗୋପ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନ ନାଗପୁର ଉପ...

ରତ୍ନଭଣ୍ଡାର ସ୍ଥିତି ଶୋଚନୀୟ, ଅଳଙ୍କାର ନଷ୍ଟ ହେବା ଆଶଙ୍କା

ପୁରୀ,୧୭ା୬(ଅଜିତ୍‌ ମହାନ୍ତି): ଭକ୍ତଙ୍କ ନିମନ୍ତେ ଶ୍ରୀମନ୍ଦିର ଚାରିଦ୍ୱାର ଖୋଲା ହେବା ପରେ ମହାପ୍ରଭୁଙ୍କ ରତ୍ନଭଣ୍ଡାର ଖୋଲାଯିବାକୁ ନେଇ ସାଧାରଣରେ ଉତ୍କଣ୍ଠା ଦେଖିବାକୁ ମିଳିଛି। ନୂତନ ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri