ପରିବା ମାର୍କେଟ ପରିବେଶ ଅସ୍ବାସ୍ଥ୍ୟକର

ଢେଙ୍କାନାଳ ଅଫିସ,୧୩ା୧୨: ଢେଙ୍କାନାଳ ସହର ରଥଗଡା ପରିବା ମାର୍କେଟ ଅସ୍ବାସ୍ଥ୍ୟକର ପରିବେଶ ମଧ୍ୟରେ ରହିଛି। ଏହି ସମସ୍ୟାର ସମାଧାନ କରିବା ପାଇଁ ସୋମବାର ଏଏପି ପକ୍ଷରୁ ଜିଲା ଆବାହକ ପଙ୍କଜ ନାୟକଙ୍କ ନେତୃତ୍ୱରେ ପୌରାଞ୍ଚଳର ଦଳୀୟ କର୍ମକର୍ତ୍ତା ପରିବା ମାର୍କେଟ ପରିଦର୍ଶନ କରି ଜିଲା ପ୍ରଶାସନକୁ ୯ଦଫା ଦାବିପତ୍ର ପ୍ରଦାନ କରିଥିଲେ।
ଅଭିଯୋଗରୁ ଜଣାପଡିଛି, ପରିବା ମାର୍କେଟ ମଧ୍ୟରେ ଲକ୍ଷାଧିକ ଟଙ୍କା ବ୍ୟୟରେ ମହିଳା ଓ ପୁରୁଷଙ୍କ ପାଇଁ ନିର୍ମିତ ଶୌଚାଳୟ ଶୋଚନୀୟ ଅବସ୍ଥାରେ ଥିବାରୁ ତାହା ବ୍ୟବହାରରେ ଲାଗିପାରୁ ନାହିଁ। ସେହିପରି କ୍ୟାଣ୍ଟିନରେ ତାଲା ଝୁଲୁଛି। ସହର ବାହାରୁ ପ୍ରତିଦିନ ବହୁ ସଂଖ୍ୟାରେ ପରିବା ବ୍ୟବସାୟୀ ଏବଂ ଚାଷୀ ବ୍ୟବସାୟ ପାଇଁ ଆସୁଥିଲେ ହେଁ କ୍ୟାଣ୍ଟିନର ସଦୁପଯୋଗ ହୋଇପାରୁନାହିଁ। ବ୍ୟବସାୟୀମାନଙ୍କ ବଳକା ପନିପରିବା ରଖିବା ପାଇଁ ଶୀତଳଭଣ୍ଡାର କାର୍ଯ୍ୟକ୍ଷମ ନ ହୋଇ ଭଡା ସୂତ୍ରରେ ଲାଗିଛି। ଉଠା ପନିପରିବା ବ୍ୟବସାୟୀ ରାସ୍ତା ଉପରେ ବସୁଥିବାରୁ ଟ୍ରାଫିକ ସମସ୍ୟା ଦେଖାଦେଉଛି। ଗାଡ଼ି ପାର୍କିଂ ବ୍ୟବସ୍ଥା ନାହିଁ। ପରିବା ମାର୍କେଟ ମଧ୍ୟରେ ଥିବା ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ସୁରକ୍ଷା ବାଡ ନ ଥିବାରୁ ବିପଦ ଆଶଙ୍କା ରହିଛି। ଅସାମାଜିକ କାର୍ଯ୍ୟକଳାପ ରୋକିବା ପାଇଁ ସିସିଟିଭି କ୍ୟାମେରାର ବ୍ୟବସ୍ଥା ନାହିଁ। ବିଭିନ୍ନ ସ୍ଥାନରେ କୁଢକୁଢ ଅଳଆ ପଡିରହି ଅସ୍ବାସ୍ଥ୍ୟକର ପରିବେଶ ସୃଷ୍ଟି ହୋଇଛି। ଅସ୍ଥାୟୀ ଛପରଘର ନ ଥିବାରୁ ଖରା, ବର୍ଷା, ଶୀତ କାକରରେ ବ୍ୟବସାୟୀ ଓ ଚାଷୀମାନେ ତଳେ ବସି ପରିବା ବିକ୍ରି କରୁଛନ୍ତି। ଏ ସମସ୍ତ ସମସ୍ୟାର ସମାଧାନ ପାଇଁ ଏଏପି ପକ୍ଷରୁ ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ଜିଲା ମହିଳା ସଭାପତି ସ୍ନେହଲତା ମହାନ୍ତି, ଜିଲା ଉପସଭାପତି ବିକ୍ରମ ରାଉତ, କୋଷାଧ୍ୟକ୍ଷ ଶରତ ଚନ୍ଦ୍ର ଗିରି, କାର୍ଯ୍ୟକାରୀ ସଦସ୍ୟ ବିଭୁ ରଞ୍ଜନ ସାହୁ, ଚିନ୍ମୟ ସେନାପତି, ଜିତେନ୍ଦ୍ର ବେହେରା, ଜନରଞ୍ଜନ ରାଉତ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

ନଦୀରେ ଗାଧୋଉଥିବାବେଳେ ଆକ୍ରମଣ କଲା କୁମ୍ଭୀର, ଆଉ ତା’ ପରେ…

କଳିଙ୍ଗନଗର,୧ା୪(ଶୁଭାଶିଷ ରାଉତ): ଯୋକଡିଆ ପାଟିଆ ନଈରେ କୁମ୍ଭୀର ଆକ୍ରମଣରେ ଜଣେ ଶ୍ରମଜୀବୀ ଗୁରୁତର ଆହତ ହୋଇଛନ୍ତି। ସୌଭାଗ୍ୟ କ୍ରମେ ଅଳ୍ପକେ ବର୍ତ୍ତିଯାଇଛି ତାଙ୍କ ଜୀବନ। ଯାଜପୁର ଜିଲା…

ANM ସ୍ତ୍ରୀଙ୍କୁ ମାରି ନିଆଁ ଲଗାଇବା ବେଳେ ନିଜେ ଜଳିଯାଇଥିଲେ, ଅର୍ଦ୍ଧଦଗ୍ଧ ସ୍ବାମୀରବି ହେଲା ମୃତ୍ୟୁ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମୃତ୍ୟୁ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri