ଭଞ୍ଜନଗର ଉପଖଣ୍ଡରେ ୨୩ରୁ ଖୋଲିବ ମଣ୍ଡି

ଭଞ୍ଜନଗର,୧୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ଧାନମଣ୍ଡି ଖୋଲିବ। ଏଥିପାଇଁ ଉପଖଣ୍ଡ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଚାଷୀଙ୍କଠାରୁ ମାର୍ଚ୍ଚ ୨୦୨୬ ଯାଏ ମଣ୍ଡିରୁ ଧାନ ସଂଗ୍ରହ ହେବ। ଚଳିତ ବର୍ଷ ସର୍ବନିମ୍ନ ସହାୟକ ମୂଲ୍ୟ ଓ ଇନପୁଟ୍‌ ସହାୟତା ମିଶାଇ କ୍ୱିଣ୍ଟାଲ ପିଛା ଚାଷୀ ୩୧୦୦ ଟଙ୍କା ପାଇବେ। ଭାଜପା ସରକାର କ୍ଷମତାକୁ ଆସିବା ପରେ ନିର୍ବାଚନ ପ୍ରତିଶ୍ରୁତି ପ୍ରକାରେ ୮୦୦ ଟଙ୍କା ଇନ୍‌ପୁଟ ସହାୟତା ବୃଦ୍ଧି କରିଥିଲେ। ଚାଷୀମାନଙ୍କର ଧାନଚାଷ ପ୍ରତି ଆଗ୍ରହ ବଢ଼ିଛି। ତେଣୁ ମଣ୍ଡିରେ ଧାନ ବିକ୍ରି କରିବା ପାଇଁ ଚାଷୀଙ୍କ ମଧ୍ୟରେ ଆଗ୍ରହ ବଢୁଛି। କିନ୍ତୁ କେତେକ ସ୍ଥାନରେ ସୋସାଇଟି ସମ୍ପାଦକମାନଙ୍କ ମନମୁଖୀ ଶାସନ ଯୋଗୁ ଅନେକ ଯୋଗ୍ୟ ଚାଷୀ ନାମ ପଞ୍ଜୀକରଣ କରିବାରୁ ବଞ୍ଚିତ ହୋଇଛନ୍ତ। ତେଣୁ ଉକ୍ତ ଚାଷୀମାନେ ଚଳିତ ବର୍ଷ ମଣ୍ଡିରେ ଆଉ ଧାନ ବିକ୍ରି କରିପାରିବେ ନାହିଁ। ଏହିଭଳି ପରିସ୍ଥିତିରେ ଗୁରୁବାର ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ପ୍ରାଙ୍ଗଣରେ ଏକ କୃଷକ ପ୍ରଚାର ରଥ ଶୁଭାରମ୍ଭ ହୋଇଛି। ଉପ ଜିଲାପାଳ ଉମାଶଙ୍କର ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ସବୁଜ ପତକା ଦେଖାଇ ଦୁଇଟି ରଥକୁ ଶୁଭାରମ୍ଭ କରିଥିଲେ। ଉକ୍ତ ପ୍ରଚାର ରଥଗୁଡ଼ିକ ଆଜିଠାରୁ ଉପଖଣ୍ଡର ବିଭିନ୍ନ ଗ୍ରାମ ପରିକ୍ରମା କରି ଚଳିତ ବର୍ଷର ଧାନକିଣା ବାବଦରେ ଚାଷୀମାନଙ୍କୁ ସଚେତନ କରିବ। ଏହାସହ ଚାଷୀ ଯେପରି ମଣ୍ଡିକୁ ଖାଦ୍ୟ ଉପଯୋଗୀ, ଶୁଖିଲା, ପରିଷ୍କାର, ସମରଙ୍ଗୀ, ସମଆକାର,ଏକ କିସମ ହୋଇଥିବା ସହ ପୋକରା ଦୁର୍ଗନ୍ଧ ଓ ବିଷାକ୍ତ ପଦାର୍ଥ ମୁକ୍ତ ହୋଇଥିବା ଧାନ ଧରି ଆଣିବା ନେଇ ସଚେତନ କରାଯିବ। ଚାଷୀ ସରକାରଙ୍କ ନିକଟରେ ପଞ୍ଜୀକୃତ କରିଥିବା ମୋବାଇଲ ନମ୍ବରରେ ଧାନ ବିକ୍ରି ସମ୍ବନ୍ଧରେ ତଥ୍ୟ ପାଇବେ। ଏଥିସହ ଚାଷୀମାନେ ଟୋଲ୍‌ ଫ୍ରି ନମ୍ବର ୧୯୬୭କୁ କଲ୍‌ କରି ସମସ୍ତ ତଥ୍ୟ ହାସଲ କରିପାରିବେ। ଆଗାମୀ ଦିନରେ ଉପଖଣ୍ଡର ଜଗନ୍ନାଥପ୍ରସାଦ, ବେଲଗୁଣ୍ଠା, ବୁଗୁଡ଼ା, ଆସିକା, ସୋରଡ଼ା, ଶେରଗଡ଼, ଧରାକୋଟ, ଭଞ୍ଜନଗର ବ୍ଲକରେ କୃଷକ ପ୍ରଚାର ରଥ ମାଧ୍ୟମରେ ଚାଷୀଙ୍କୁ ଏଫ୍‌ଏକ୍ୟୁ ଧାନ କିଣା ବାବଦରେ ସଚେତନତା କରାଯିବ ବୋଲି ଆରଏମ୍‌ସି ସମ୍ପାଦକ ସୁମନ୍ତ କୁମାର ସାହୁ ସୂଚନା ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପିକ୍‌ଅପ୍‌ ଧକ୍କାରେ ଚାଲି ଯାଇଥିଲା ଚାହା ଦୋକାନୀଙ୍କ ଜୀବନ, କୋର୍ଟ ଚାଲାଣ ହେଲେ…

ଦିଗପହଣ୍ଡି,୨୭।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତା ର ଦେଓଖାଳି ଛକ ରେ ଗତ ବୁଧବାର ସକାଳ ପ୍ରାୟ ସାଢ଼େ ୬ ଟାରେ…

ମାର୍ଚ୍ଚ ୨ରୁ ମା’ ବାଙ୍କେଶ୍ୱରୀଙ୍କ ଦୋଳ ଯାତ୍ରା: ପ୍ରସ୍ତୁତି ସଭାରେ…       

ଦିଗପହଣ୍ଡି,୨୭।୧(ଅଶେଷ ନାଥ ମିଶ୍ର): ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ମା ‘ ବାଙ୍କେଶ୍ୱରୀ ଙ୍କ ଦୋଳ ଯାତ୍ରା ନିମନ୍ତେ ମଙ୍ଗଳବାର ପ୍ରସ୍ତୁତି ସଭା ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି…

ଦାଦନ ଖଟିବାକୁ ଯାଇ ଯୁବକ ନିଖୋଜ: ଖୋଜି ଆଣିବା ପାଇଁ ସ୍ତ୍ରୀଙ୍କ ନିବେଦନ

ରାୟଗଡା,୨୭।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ଜିଲାରେ ଦିନକୁ ଦିନ ଦାଦନଙ୍କ ଦୁଃଖ ବଢ଼ୁଥିବା ଦେଖିବାକୁ ମିଳିଛି। ଗୋଟିଏ ପଟେ ଦାଦନ ଖଟିବାକୁ ଯାଇ କିଛି ମୃତ୍ୟୁବରଣ କରିଥିବା…

ଚର୍ଚ୍ଚାରେ ରାୟଗଡ଼ା ରାଜନୀତି: ୪ ଦିନ ତଳେ ଭାଜପାରେ ମିଶିଥିଲେ, ପୁଣି ବିଜେଡିକୁ ଫେରିଲେ; ଦିଲୀପଙ୍କ ନାଁରେ ଅଭିଯୋଗ…

ରାୟଗଡ଼ା,୨୭।୧(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ଜିଲା ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି । ଭାଜପାରେ ମିଶିବାର ଚାରି ଦିନ ପରେ ପୁଣି ବିଜେଡିକୁ ଫେରିଛନ୍ତି…

ବାଇକ୍‌କୁ ଧକ୍କା ଦେଇ ଚାଲିଗଲା ଟ୍ରାକ୍ଟର; ଘଟଣାସ୍ଥଳରେ ଚାଲିଗଲା ବାଇକ୍‌ରେ…

ବଞ୍ଚୋ,୨୭।୧(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ଅନ୍ତର୍ଗତ ବାଙ୍ଖିଡ଼ି ନିକଟରେ ମଙ୍ଗଳବାର ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଗୋଟିଏ ଟ୍ରାକ୍ଟର ଏକ…

ପ୍ରତିଶ୍ରୁତି ପାଳନ କରୁନି ଉତ୍କଳ ଆଲୁମିନା: ୦.୦୧% ଶେୟାର ଦାବିରେ ବିସ୍ଥାପିତ, ପ୍ରଭାବିତଙ୍କ ଧାରଣା

ରାୟଗଡ଼ା/ଟିକିରି,୨୭।୧(ଆଶିଷ ରଞ୍ଜନ ପଣ୍ଡା/ପ୍ରଫୁଲ୍ଲ କୁମାର ବେହେରା)- ବକ୍ସାଇଟ ଖଣି ପାଇଁ ରାୟଗଡ଼ା ଜିଲାର କାଶୀପୁର ବ୍ଲକ ବିଶ୍ୱରେ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଛି। ବ୍ଲକ୍‌ରେ ରହିଥିବା…

ଗୋକୋଲମା: ଶେଷ ହେଲା ମା’ ମାଣିକେଶ୍ୱରୀ ଓ ବାବା ଅଗ୍ନି ଭୈରବଙ୍କ ମାଘ ଝାମୁ ଯାତ୍ରା…

ଥୁଆମୂଳ ରାମପୁର,୨୭।୧(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୁଣୁପୁର ଗ୍ରାମପଞ୍ଚାୟତ ଅନ୍ତର୍ଗତ ଗୋକୋଲମା ବଙ୍ଗଳା ପଡ଼ାଠାରେ ପାରମ୍ପରିକ ରୀତିନୀତି ଅନୁଯାୟୀ ମାଘ ଝାମୁ ଯାତ୍ରା…

ଡକରବାଡ଼ି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ବନ୍ଦ ଘଟଣା: ସମସ୍ତ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ, ଦରମା ବନ୍ଦ… 

ଦାରିଙ୍ଗବାଡ଼ି, ୨୭।୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡ଼ି ପଞ୍ଚାୟତ ଡକରବାଡ଼ି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ବିନା ନୋଟିସରେ ତାଲା ପକାଇ ବନ୍ଦ ରଖିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri