ଭଞ୍ଜନଗର ଉପଖଣ୍ଡରେ ୨୩ରୁ ଖୋଲିବ ମଣ୍ଡି

ଭଞ୍ଜନଗର,୧୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ଧାନମଣ୍ଡି ଖୋଲିବ। ଏଥିପାଇଁ ଉପଖଣ୍ଡ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଚାଷୀଙ୍କଠାରୁ ମାର୍ଚ୍ଚ ୨୦୨୬ ଯାଏ ମଣ୍ଡିରୁ ଧାନ ସଂଗ୍ରହ ହେବ। ଚଳିତ ବର୍ଷ ସର୍ବନିମ୍ନ ସହାୟକ ମୂଲ୍ୟ ଓ ଇନପୁଟ୍‌ ସହାୟତା ମିଶାଇ କ୍ୱିଣ୍ଟାଲ ପିଛା ଚାଷୀ ୩୧୦୦ ଟଙ୍କା ପାଇବେ। ଭାଜପା ସରକାର କ୍ଷମତାକୁ ଆସିବା ପରେ ନିର୍ବାଚନ ପ୍ରତିଶ୍ରୁତି ପ୍ରକାରେ ୮୦୦ ଟଙ୍କା ଇନ୍‌ପୁଟ ସହାୟତା ବୃଦ୍ଧି କରିଥିଲେ। ଚାଷୀମାନଙ୍କର ଧାନଚାଷ ପ୍ରତି ଆଗ୍ରହ ବଢ଼ିଛି। ତେଣୁ ମଣ୍ଡିରେ ଧାନ ବିକ୍ରି କରିବା ପାଇଁ ଚାଷୀଙ୍କ ମଧ୍ୟରେ ଆଗ୍ରହ ବଢୁଛି। କିନ୍ତୁ କେତେକ ସ୍ଥାନରେ ସୋସାଇଟି ସମ୍ପାଦକମାନଙ୍କ ମନମୁଖୀ ଶାସନ ଯୋଗୁ ଅନେକ ଯୋଗ୍ୟ ଚାଷୀ ନାମ ପଞ୍ଜୀକରଣ କରିବାରୁ ବଞ୍ଚିତ ହୋଇଛନ୍ତ। ତେଣୁ ଉକ୍ତ ଚାଷୀମାନେ ଚଳିତ ବର୍ଷ ମଣ୍ଡିରେ ଆଉ ଧାନ ବିକ୍ରି କରିପାରିବେ ନାହିଁ। ଏହିଭଳି ପରିସ୍ଥିତିରେ ଗୁରୁବାର ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ପ୍ରାଙ୍ଗଣରେ ଏକ କୃଷକ ପ୍ରଚାର ରଥ ଶୁଭାରମ୍ଭ ହୋଇଛି। ଉପ ଜିଲାପାଳ ଉମାଶଙ୍କର ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ସବୁଜ ପତକା ଦେଖାଇ ଦୁଇଟି ରଥକୁ ଶୁଭାରମ୍ଭ କରିଥିଲେ। ଉକ୍ତ ପ୍ରଚାର ରଥଗୁଡ଼ିକ ଆଜିଠାରୁ ଉପଖଣ୍ଡର ବିଭିନ୍ନ ଗ୍ରାମ ପରିକ୍ରମା କରି ଚଳିତ ବର୍ଷର ଧାନକିଣା ବାବଦରେ ଚାଷୀମାନଙ୍କୁ ସଚେତନ କରିବ। ଏହାସହ ଚାଷୀ ଯେପରି ମଣ୍ଡିକୁ ଖାଦ୍ୟ ଉପଯୋଗୀ, ଶୁଖିଲା, ପରିଷ୍କାର, ସମରଙ୍ଗୀ, ସମଆକାର,ଏକ କିସମ ହୋଇଥିବା ସହ ପୋକରା ଦୁର୍ଗନ୍ଧ ଓ ବିଷାକ୍ତ ପଦାର୍ଥ ମୁକ୍ତ ହୋଇଥିବା ଧାନ ଧରି ଆଣିବା ନେଇ ସଚେତନ କରାଯିବ। ଚାଷୀ ସରକାରଙ୍କ ନିକଟରେ ପଞ୍ଜୀକୃତ କରିଥିବା ମୋବାଇଲ ନମ୍ବରରେ ଧାନ ବିକ୍ରି ସମ୍ବନ୍ଧରେ ତଥ୍ୟ ପାଇବେ। ଏଥିସହ ଚାଷୀମାନେ ଟୋଲ୍‌ ଫ୍ରି ନମ୍ବର ୧୯୬୭କୁ କଲ୍‌ କରି ସମସ୍ତ ତଥ୍ୟ ହାସଲ କରିପାରିବେ। ଆଗାମୀ ଦିନରେ ଉପଖଣ୍ଡର ଜଗନ୍ନାଥପ୍ରସାଦ, ବେଲଗୁଣ୍ଠା, ବୁଗୁଡ଼ା, ଆସିକା, ସୋରଡ଼ା, ଶେରଗଡ଼, ଧରାକୋଟ, ଭଞ୍ଜନଗର ବ୍ଲକରେ କୃଷକ ପ୍ରଚାର ରଥ ମାଧ୍ୟମରେ ଚାଷୀଙ୍କୁ ଏଫ୍‌ଏକ୍ୟୁ ଧାନ କିଣା ବାବଦରେ ସଚେତନତା କରାଯିବ ବୋଲି ଆରଏମ୍‌ସି ସମ୍ପାଦକ ସୁମନ୍ତ କୁମାର ସାହୁ ସୂଚନା ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ରାଜପଥ ଉପରେ ହାଇଓ୍ବା ଚଢ଼ାଇ କରିଥିଲେ ହତ୍ୟା, ଅଭିଯୁକ୍ତଙ୍କୁ ବାନ୍ଧିଲା…

ଦେବଗଡ଼,୬।୫(ଶଶାଙ୍କ ଶେଖର ଝାଙ୍କର): ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଦେବଗଡ଼ ଥାନା ଚଟିବରଘାଟ ଗ୍ରାମ ନିକଟସ୍ଥ ୪୯ ନମ୍ବର ଜାତୀୟ ରାଜପଥ ଉପରେ ହାଇୱାରେ ଧକ୍କା ଦେଇ ସ୍କୁଟି…

ସବ୍‌ସିଡି ପାଇଁ ୩୦ହଜାର ଲାଞ୍ଚ ନେଉଥିଲେ ଡିଆର୍‌ପି, ମାଡିବସିଲା ଭିଜିଲାନ୍ସ

ବରଗଡ଼,୬।୫(ପ୍ରେମାନନ୍ଦ ଖମାରୀ): ପ୍ରଧାନମନ୍ତ୍ରୀ ସୂକ୍ଷ୍ମ ଖାଦ୍ୟ ପ୍ରକ୍ରିୟାକରଣ ଉଦ୍ୟୋଗ ଔପଚାରିକରଣ ଯୋଜନା(ପିଏମ୍‌ଏଫ୍‌ଏମ୍‌ଇ)ରେ ଦିଆଯାଉଥିବା ଋଣର ରିହାତି (ସବ୍‌ସିଡି) ରିଲିଜ୍‌ ପାଇଁ ଲାଞ୍ଚ ନେବା ବରଗଡ଼ ଜିଲା ଶିଳ୍ପକେନ୍ଦ୍ର…

କିଏ ସେ ଅଗ୍ନିମିତ୍ରା ପଲ? ଦିଲ୍ଲୀରେ ପହଞ୍ଚିବା ପରେ ବଢ଼ିଲା ହଲଚଲ, ହେବେ କି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ…

କୋଲକାତା,୬।୫: ପଶ୍ଚିମବଙ୍ଗରେ ମମତା ବାନାର୍ଜୀଙ୍କ ଗଡ଼କୁ ଭାଙ୍ଗି ଭାଜପା ୨୦୭ଟି ଆସନ ସହ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଏବେ ମୁଖ୍ୟମନ୍ତ୍ରୀ ଚୟନ ପାଇଁ ଦିଲ୍ଲୀରୁ କୋଲକାତା ପର୍ଯ୍ୟନ୍ତ…

ହାର୍ଦ୍ଦିକ ପାଣ୍ଡ୍ୟା ଖେଳିବେ RCB ବିପକ୍ଷ ମ୍ୟାଚ୍‌, ମୁମ୍ବାଇ ଶିବିରରୁ ବଡ଼ ଖବର

ରାୟପୁର,୬।୫: ପିଠିରେ ଯନ୍ତ୍ରଣା ଯୋଗୁ ଲକ୍ଷ୍ନୌ ବିପକ୍ଷ ମ୍ୟାଚ୍‌ରୁ ବାଦ ପଡ଼ିଥିବା ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଏବେ ସମ୍ପୂର୍ଣ୍ଣ ଫିଟଥିବା ଜଣାପଡ଼ିଛି। ରବିବାର ଦିନ…

ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ, ୧୦ ବେଳକୁ ହେବ….

ଭୁବନେଶ୍ବର,୬ା୫: ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ । ଏକ ମଡେଲ୍ ଅନୁଯାୟୀ ୧୦ରେ ଲଘୁଚାପ ଦାନା ବାନ୍ଧିବାର ସମ୍ଭାବନା ରହିଛି । ଶ୍ରୀଲଙ୍କା ଓ ତାମିଲନାଡୁ ଉପକୂଳରେ…

ପାରିବାରିକ ହିଂସା; ମଉସାଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା, ବନ୍ଧାହେଲେ ପୁତୁରା

ଦିଗପହଣ୍ଡି,୬ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଡା ଗ୍ରାମର ଏସ.ପୁନିଆ ରେଡ୍ଡୀ(୬୮) ଙ୍କୁ ତାଙ୍କ ପୁତୁରା ଏସ. ସିମାଞ୍ଚଳ ରେଡ୍ଡୀ ପାରିବାରିକ ବିବାଦକୁ କେନ୍ଦ୍ରକରି…

ଚିଚୈଗୁଡା ମଣ୍ଡି ନିର୍ମାଣ କାମରେ ଅନିୟମିତତା, ଉପଜିଲାପାଳଙ୍କୁ ଲିଖିତ ଅଭିଯୋଗ

ଜୁନାଗଡ଼,୬।୫(ସୁନୀଲ କୁମାର ସିଂହ): ଧାନ ମଣ୍ଡି ନିର୍ମାଣ ନାମରେ ଚାଷୀଙ୍କ ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । ହେଲେ କିଛି ଅସାଧୁ ଠିକାଦାର…

TMC ବିଧାୟକ ଦଳ ବୈଠକରେ ଗର୍ଜିଲେ ଦିଦି; ‘ବହିଷ୍କାର କରନ୍ତୁ,ଇସ୍ତଫା ଦେବିନି’

କୋଲକାତା,୬ା୫: TMC ବିଧାୟକ ଦଳ ବୈଠକରେ ଗର୍ଜିଲେ ମମତା ବାନାର୍ଜୀ । ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ଉପରେ ତୀବ୍ର ଆପତ୍ତି ପ୍ରକାଶ କରି, ଟିଏମସି ମୁଖ୍ୟ ମମତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri