ବେପାରୀଙ୍କ କବ୍‌ଜାରେ ଚାଷୀ ହାଟ

ରସୁଲପୁ୍‌ର, ୨୨।୧୦ (ଡି.ଏନ୍‌.ଏ.): ରସୁଲପୁର ବ୍ଲକ ଅଧୀନ ବାରବାଟୀ ପଞ୍ଚାୟତର ୧୬ନଂ ଜାତୀୟ ରାଜପଥ ପାଶର୍‌ବସ୍ଥିତ ପରିବା ହାଟ ଚାଷୀ ହାଟ ଭାବେ ପରିଚିତ। ସ୍ଥାନୀୟ ଅଞ୍ଚଳର ଚାଷୀ ବିଭିନ୍ନ କିସମର ପନିପରିବା ଚାଷକରି ଏହି ହାଟକୁ ବିକ୍ରି କରିବାକୁ ଆସନ୍ତି। ଚାଷୀ ଓ ବ୍ୟବସାୟୀଙ୍କ ମେଳରେ ହାଟ ଚଳଚଞ୍ଚଳ ହୋଇଉଠେ।ମାତ୍ର ଲଗାଣ ବର୍ଷା ଓ ବନ୍ୟା ଯୋଗୁ ଚାଷ ଉଜୁଡି ଯାଇଥିବାରୁ ହାଟରେ ଆଉ ଚାଷୀଙ୍କୁ ଦେଖିବାକୁ ମିଳୁନି। ଏହା ଏବେ ବ୍ୟବସାୟୀଙ୍କ କବ୍‌ଜାରେ ରହିଛି। ବର୍ଷ ତମାମ ପନିପରିବା ଉପତ୍ାଦନ କରିବାରେ ସିଦ୍ଧହସ୍ତ ଥିବା ଚାଷୀ ଏବେ ହାଟରେ ଖାଉଟି ସାଜିଛି। ପରିବା ଗଦି ବ୍ୟବସାୟୀ(ବାହାର ରାଜ୍ୟରୁ ପରିବା ପରିବହନ କରୁଥିବା ବ୍ୟବସାୟୀ) ଓ ଖୁଚୁରା ବ୍ୟବସାୟୀଙ୍କୁ ନେଇ ହାଟ ଚାଲୁଛି। ବାହାର ରାଜ୍ୟର ପରିବା ଆସୁଥିବା ଯୋଗୁ ଦର ଆକାଶଛୁଅଁା ହୋଇଛି। କୌଣସି ପରିବା ୪୦ଟଙ୍କା ତଳକୁ ମିଳୁନାହିଁ। ଫଳରେ ଖାଉଟିମାନଙ୍କ ପାଇଁ ପରିବା କିଣିବା କଷ୍ଟକର ହୋଇପଡ଼ିଛି। ପରିବା ଦର ବଢ଼ିଯାଇଥିବାରୁ ଖାଉଟି ସଂଖ୍ୟା ମଧ୍ୟ କମିଯାଇଛି। ଅପରପକ୍ଷେ ବ୍ୟବସାୟୀମାନେ କରୋନା କଟକଣା ମାନୁ ନ ଥିବା ଅଭିଯୋଗ ହୋଇଛି। ସେମାନେ ସାମାଜିକ ଦୂରତା ରକ୍ଷା କରୁ ନ ଥିବା ବେଳେ ମାସ୍କ ପିନ୍ଧୁ ନ ଥିବା ଅଭିଯୋଗ ହୋଇଛି। ଏହାଛଡ଼ା ବ୍ୟବସାୟୀ ପରିବା ବୋଝେଇ ଗାଡ଼ି ରାଜପଥରେ ଥୋଇ ମାଲ ଖଲାସ କରୁଛନ୍ତି। ଏହି ହାଟସ୍ଥଳର ରାଜପଥ ଉପରେ ଓଭର ବ୍ରିଜ୍‌ ନିର୍ମାଣ ଓ ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ ଚାଲିଛି। ଏନେଇ ବହୁ ସମୟରେ ଗମନାଗମନ ବାଧାପ୍ରାପ୍ତ ହେଉଛି। ବହୁ ସମୟରେ ଦୁର୍ଘଟଣା ଘଟୁଛି। ଏନେଇ ରାଜପଥରୁ ବେଆଇନ ପାର୍କିଂ ହଟାଇବା ସହ ଚାଷୀ ସମସ୍ୟାର ସମାଧାନ କରିବା ପାଇଁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri