ମିଥ୍ୟା ସତ୍ୟପାଠ ଦାଖଲକରି ପଦ ହରାଇଲେ ମାର୍ଲାଙ୍ଗା ସରପଞ୍ଚ

କୋଟଗଡ଼,୧୩ା୧୧ (ସରୋଜ ବଳିୟାରସିଂ): କନ୍ଧମାଳ ଜିଲା କୋଟଗଡ଼ ବ୍ଲକ ମାର୍ଲାଙ୍ଗା ପଞ୍ଚାୟତର ସରପଞ୍ଚ ଅଯୋଗ୍ୟ ଘୋଷିତ ହୋଇଛନ୍ତି। ୨୦୨୨ରେ ପଞ୍ଚାୟତ ନିର୍ବାଚନ ବେଳେ ଅଶୋକ ମୁଠା ମାଝୀଙ୍କର ୨ରୁ ଅଧିକ ପିଲା ଥିବାବେଳେ ମାତ୍ର ୨ଜଣ ସନ୍ତାନ ଥିବାକଥା ମିଥ୍ୟାରେ ଉଲ୍ଲେଖ କରି ପଦବୀ ହାତେଇବା ମହଙ୍ଗା ପଡ଼ିଛି।

ପ୍ରକାଶ ଯେ, କିଛି ମାସ ପୂର୍ବେ ମନ ପାଟମାଝୀ, ଲୁସିଆନ ବଳିୟାର ସିଂ, ବୀରବର ଉଠାନସିଂ, ଜଗଦିଶ ବେହେରାମାଝୀ, ଧିରେନ ବଳିୟାରସିଂ ମିଶି ସରପଞ୍ଚ ଅଶୋକ ମୁଠାମାଝୀ ବ୍ଲକ ନିର୍ବାଚନ ଅଧିକାରୀଙ୍କ ନିକଟରେ ମିଥ୍ୟା ସତ୍ୟପାଠ ଦାଖଲ କରି ପଦବୀ ହାତେଇ ଥିବା ନେଇ କନ୍ଧମାଳ ଜିଲାପାଳଙ୍କ ନିକଟରେ ଅଭିଯୋଗ ପତ୍ର ଦାଖଲ କରିଥିଲେ। ଉକ୍ତ ଘଟଣାର ତଦନ୍ତ କରି ଜିଲାପାଳ ବେଦଭୂଷଣ ନଭେମ୍ବର ୭ରେ ଜିଲାପାଳ କାର୍ଯ୍ୟାଳୟ ପତ୍ର ସଂଖ୍ୟା ୧୬୦୬ ଅନୁଯାଇ ଅଶୋକ ମୁଠାମାଝୀଙ୍କୁ ସରପଞ୍ଚ ପଦରୁ ଅଯୋଗ୍ୟ ବିବେଚିତ କରି ସ୍ଥାନୀୟ ବଡ଼ିଓ କୋଟଗଡଙ୍କୁ ପତ୍ର ପ୍ରଦାନ କରିଥିବା ଜଣାପଡ଼ିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ଜମି ଜବରଦଖଲ, ଚୌରଗଡ଼ିଆ ଗ୍ରାମରେ ତୀବ୍ର ଜନଅସନ୍ତୋଷ

ବଞ୍ଚୋ,୨୨।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲକୁ ନେଇ ଜନଅସନ୍ତୋଷ ଦେଖାଦେଇଛି । ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ,…

ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବତୀ, ଯୁବକଙ୍କ ଜୀବନ

ମୁନିଗୁଡ଼ା,୨୨।୩: ରାୟଗଡ଼ା ଜିଲା ବିଷମକଟକ ଥାନା ଚାଟିକଣାଠାରେ ରବିବାର ଏକ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ଯୁବତୀ ଏବଂ ଯୁବକଙ୍କ ମୃତ୍ୟୁ ଘଟିଛି। ହେଲେ ସେମାନଙ୍କ ପରିଚୟ…

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…

ଯାତ୍ରୀବହୀ ବସ୍‌ ଦୁର୍ଘଟଣାଗ୍ରସ୍ତ: ୪ ଆହତ

ବାଲେଶ୍ୱର୨୨।୩(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥର ବସ୍ତା ଥାନା ଭେଲୋରା ଛକ ନିକଟରେ ରବିବାର ଏକ ଯାତ୍ରୀବାହି ବସ ଦୁର୍ଘଟଣାଗ୍ରସ୍ତ ହୋଇଛି l ଫଳରେ…

ଚମଡା ଡିଲ ବେଳେ ମାଡ଼ିବସିଲା ବନବିଭାଗ: ୨ ଅଟକ …

ବାରିପଦା, ୨୨।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଞ୍ଚଳରେ କଳାବାଘ (ମିଲେନିଷ୍ଟିକ) ଛାଲ ଡିଲ ବେଳେ ବନବଭାଗ ଚଢାଉ କରିଛି । ଘଟଣାରେ ୨…

ଏପ୍ରିଲ ୨୬ରୁ ଭଞ୍ଜନଗର ଠାକୁରାଣୀ ଯାତ୍ରା: କମିଟିରେ ଯୋଡ଼ିହେଲେ ନୂତନ କର୍ମକର୍ତ୍ତା, ସ୍ବଚ୍ଛତା ପାଇଁ ୩୦ ଦିନରେ…

ଭଞ୍ଜନଗର,୨୨।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଐତିହାସିକ ଭଞ୍ଜନଗର ଠାକୁରାଣୀ ଯାତ୍ରା ପାଇଁ ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ସଭାପତି ରାଜେନ୍ଦ୍ର ବିଷୋୟୀଙ୍କ ଅଧ୍ୟକ୍ଷତାରେ…

ବଲାଙ୍ଗୀର ଟାଉନ୍‌ ପୋଲିସ ପଞ୍ଝାରେ ଗଞ୍ଜେଇ ବେପାରୀ: ବାଇକ୍‌ରେ ଚାଲାଣ ବେଳେ ପଡ଼ିଲେ ଧରା, ୫ କିଲୋ…

ବଲାଙ୍ଗୀର,୨୨।୩ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ କାୟା ବିସ୍ତାର କରୁଥିବା ଗଞ୍ଜେଇ ମାଫିଆଙ୍କ ବିରୋଧରେ ଟାଉନ ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବାଇକ ଯୋଗେ…

ଟ୍ରକରୁ କରୁଥିଲେ ଡିଜେଲ ଚୋରି: ମହଙ୍ଗା ପଡ଼ିଲା…

କୋରାପୁଟ,୨୨।୩(ଅମିତାଭ ବେହେରା ): କୋରାପୁଟ ସଦର ଥାନା ପୋଲିସ ଡିଜେଲ ଚୋରି ଘଟଣାରେ ୧୧ ଜଣଙ୍କୁ ଗିରଫ କରିଥିବା ନେଇ ରବିବାର ମଧ୍ୟାହ୍ନରେ ସ୍ଥାନୀୟ ସଦର ଥାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri