Posted inଖେଳ

ଦୁଇ ଦୁଇ ଥର ବିଶ୍ୱକପ୍‌ ଚାମ୍ପିୟନ ଖେଳାଳିଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ

ଆଣ୍ଟିଗୁଆ,୨୨।୯: ପୂର୍ବତନ ଓ୍ବେଷ୍ଟଇଣ୍ଡିଆନ ଅଲରାଉଣ୍ଡର ମାର୍ଲୋନ ସାମୁଏଲ୍ସ ଟି୧୦ ଲିଗ୍‌ରେ ଖେଳୁଥିବା ବେଳେ ଦୁର୍ନୀତିରେ ଲିପ୍ତ ଥିବା ଅଭିଯୋଗ ହୋଇଛି। ଅଭିଯୋଗର ତଦନ୍ତ ବେଳେ ସେ କୌଣସି ସହଯୋଗ ନ କରିବାରୁ ତାଙ୍କୁ ଅନ୍ତର୍ଜାତୀୟ କ୍ରିକେଟ କାଉନ୍ସିଲ (ଆଇସିସି) ପକ୍ଷରୁ ନୋଟିସ ଜାରି କରାଯାଇଛି।

ଟି୧୦ ଲିଗ୍‌ର ଏକ ମ୍ୟାଚ୍‌ର ଫଳାଫଳକୁ ପ୍ରଭାବିତ କରିବା ପାଇଁ ସେ ୭୫୦ ଆମେରିକୀୟ ଡଲାର (୫୫ ହଜାର ଟଙ୍କା)ରୁ ଊର୍ଦ୍ଧ୍ୱ ମୂଲ୍ୟର ସେବା ଗ୍ରହଣ କରିଥିଲେ। ତାଙ୍କୁ ଏ ସଂକ୍ରାନ୍ତରେ ଦୁର୍ନୀତି ନିବାରଣ ଅଧିକାରୀଙ୍କୁ ଜଣାଇବାର ଥିଲା। କିନ୍ତୁ ସେ ତାହା କରି ନ ଥିଲେ। ତା’ ବାଦ୍‌ ତଦନ୍ତରେ ବାଧା ଦେବା ସହ ଆବଶ୍ୟକୀୟ ତଥ୍ୟ ଦେବାରେ ବିଳମ୍ଭ ତଥା ତଦନ୍ତକାରୀଙ୍କୁ ସହଯୋଗ କରି ନ ଥିଲେ। ଏହା ଦ୍ୱାରା ସେ ଏମିରେଟ୍ସ କ୍ରିକେଟ ବୋର୍ଡ (ଇସିବି)ର ଦୁର୍ନୀତି ନିବାରଣ ନିୟମ ଭଙ୍ଗ କରିଥିବା ଅଭିଯୋଗ ହୋଇଛି। ଏ ନେଇ ଆଇସିସି ପକ୍ଷରୁ ଦୁଇ ଥର ଟି୨୦ ବିଶ୍ୱକପ୍‌ ଜିତିଥିବା ଓ୍ବେଷ୍ଟଇଣ୍ଡିଜ ଦଳର ପୂର୍ବତନ ସଦସ୍ୟଙ୍କୁ ନୋଟିସ ଜାରି କରିଛି ଆଇସିସି। ଆସନ୍ତା ୧୪ ଦିନ ମଧ୍ୟରେ ଅର୍ଥାତ ୨୧ ତାରିଖ ସୁଦ୍ଧା ଏହାର ଉତ୍ତର ତାଙ୍କୁ ଆଇସିସି ଆଗରେ ରଖିବାକୁ ପଡ଼ିବ।

ଉଲ୍ଲେଖଯୋଗ୍ୟ, ୨୦୦୦ରୁ ୨୦୧୮ ପର୍ଯ୍ୟନ୍ତ ଅନ୍ତର୍ଜାତୀୟ କ୍ରିକେଟରେ ସକ୍ରିୟ ଥିବା ସାମୁଏଲ୍ସଙ୍କ ପ୍ରତିନିଧିତ୍ୱରେ ଓ୍ବେଷ୍ଟଇଣ୍ଡିଜ ୨୦୧୨ ଓ ୨୦୧୬ରେ ଟି୨୦ ବିଶ୍ୱକପ୍‌ ଜିତିଥିଲା। ୧୮ ବର୍ଷର ଲମ୍ବା କ୍ୟାରିୟରରେ ସେ ୭୧ ଟେଷ୍ଟ, ୨୦୪ ଦିନିକିଆ ଓ ୬୭ ଟି୨୦ ମ୍ୟାଚ୍‌ ଖେଳିଥିଲେ। ଅନ୍ତର୍ଜାତୀୟ ସ୍ତରରେ ମୋଟ ଉପରେ ୧୧,୦୬୪ ରନ୍‌ କରିବା ସହ ୧୫୨ ଉଇକେଟ ମଧ୍ୟ ତାଙ୍କ ନାମରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶାରୀରିକ ସମ୍ପର୍କ ନ ରଖିଲେ ମାରିଦେବି ସ୍ବାମୀକୁ, ଧମକ ଦେଇ ବିବାହିତା ମହିଳାଙ୍କୁ…

ଦେବଗଡ, ୨୯।୭ (ଶଶାଙ୍କ ଶେଖର ଝାଙ୍କର): ବିଭିନ୍ନ ଧମକ ଚମକ ଦେଇ ଜନୈକା ବିବାହିତା ମହିଳାଙ୍କୁ ବଳାତ୍କାର ଅଭିଯୋଗରେ ଦେବଗଡ ପୋଲିସ ଅଭିଯୁକ୍ତକୁ ଗିରଫ କରି କୋର୍ଟଚାଲାଣ…

ସାର-ବିହନ ବିକ୍ରି ଅନିୟମିତତା: ୯ ଡିଲରଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୨୯।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ ଚାଷକାର୍ଯ୍ୟ ଚାଲିଛି। ତେବେ ଚାଷ କାର୍ଯ୍ୟ ଆରମ୍ଭରୁ ସାର, ବିହନ ବିକ୍ରିରେ କଳାବଜାର ସମେତ ବିଭିନ୍ନ ଅନିୟମିତତା ଚାଷୀମାନଙ୍କୁ ଚିନ୍ତାରେ…

ପ୍ରକାଶ ପାଇଲା ସମ୍ବଲପୁର, ପୁରୀ ମେୟର ପଦର ସଂରକ୍ଷଣ ଚିଠା

ଭୁବନେଶ୍ୱର,୨୯ା୭(ସୁନିତ୍‌ ମିଶ୍ର): ରାଜ୍ୟ ସରକାରଙ୍କ ପକ୍ଷରୁ ପଞ୍ଚାୟତ ଓ ପୌର ନିର୍ବାଚନ ପ୍ରକ୍ରିୟା ତ୍ୱରାନ୍ବିତ କରାଯାଇଛି। ଏନେଇ ନିକଟରେ ରାଜ୍ୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ବୈଠକ…

ଧର୍ମେନ୍ଦ୍ରଙ୍କୁ ସ୍ବାଗତ କଲେ ଭାଜପାର ଏସବୁ ନେତା: ବିରୋଧୀ କହିଲେ ବରାଦିଆ

ଭୁବନେଶ୍ୱର,୨୯।୭ (ସୁନିତ୍‌ ମିଶ୍ର):ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ କକ୍‌ରୋଚ୍‌ ଜନତା ପାର୍ଟି(ସିଜେପି)ର ପ୍ରବଳ ବିରୋଧ ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିବା ସମ୍ବଲପୁର ଏମ୍‌ପି ଧର୍ମେନ୍ଦ୍ର…

ଇଣ୍ଡିଆନ ଆଇଡଲ ବିଜେତା ଜ୍ୟୋତିର୍ମୟୀଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ: ଦେଲେ ଏତିକି ଟଙ୍କା ପୁରସ୍କାର ରାଶ

ଭୁବନେଶ୍ୱର, ୨୯ା୭ (ବନ୍ଦନା ସେଠୀ): ଇଣ୍ଡିଆନ ଆଇଡଲ ସିଜିନ-୧୬ର ବିଜେତା ଓଡ଼ିଆ ଝିଅ ଜ୍ୟୋତିର୍ମୟୀ ନାୟକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ତାଙ୍କ ସରକାରୀ ବାସଭବନରେ…

ସ୍କୁଲ ମଧ୍ୟାହ୍ନଭୋଜନରେ ମଲା ଅସରପା, ଝିଟିପିଟି

ମହାକାଳପଡ଼ା, ୨୯ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଉଳକଣି ପଞ୍ଚାୟତ ବଡ଼ତୋଟା ଛପାଲି ଅମ୍ବିକା ସୁନ୍ଦରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ମଧ୍ୟାହ୍ନଭୋଜନରେ ମଲା ଅସରପା…

ପାର୍କିଂ ଶୁଳ୍କକୁ ନେଇ ଗୋଷ୍ଠୀ ସଂଘର୍ଷ, ପଇସା ମାଗିବାରୁ ୩ ଯୁବକ…

ଛତ୍ରପୁର, ୨୮।୭ (ଦିଲ୍ଲୀପ ସାମଲ/ ଦ୍ୱାରକା ପଟ୍ଟନାୟକ) : ସ୍ଥାନୀୟ ତାମ୍ପରା ବୋଟିଂ କ୍ଲବ ନିକଟ ପାର୍କିଂରେ ପଇସାକୁ କେନ୍ଦ୍ର କରି ଯୁବକଙ୍କ ଭିତରେ ବଚ୍‌ସାରୁ ଗଣ୍ଡଗୋଳ…

୩ ବରିଷ୍ଠ ଅଧିକାରୀଙ୍କୁ ହାଇକୋର୍ଟରୁ ମିଳିଲା ଅନ୍ତରୀଣ ସୁରକ୍ଷା

କଟକ,୨୯୭(କାର୍ତ୍ତିକ ସାହୁ): ପାଠ୍ୟପୁସ୍ତକ ମୁଦ୍ରଣ ତ୍ରୁଟି ମାମଲାରେ ଆଗୁଆ ଜାମିନ ଆବେଦନ କରିଥିବା ୬ ଜଣଙ୍କ ମଧ୍ୟରୁ ହାଇକୋର୍ଟ ୩ ଜଣଙ୍କୁ ଅନ୍ତରୀଣ ସୁରକ୍ଷା ପ୍ରଦାନ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri