ବିବାହ, ଶୁଦ୍ଧିରେ କୋଭିଡ୍‌-୧୯ ନିୟମ ଉଲ୍ଲଂଘନ ନେଇ ଉଦ୍‌ବେଗ: କଡ଼ା କାର୍ଯ୍ୟାନୁଷ୍ଠାନ ଲାଗି ଜିଲାପାଳଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର,୯।୭(ବ୍ୟୁରୋ): ରାଜ୍ୟରେ କୋଭିଡ୍‌-୧୯ ସଂକ୍ରମଣ ବେଳକୁ ବେଳ ବଢିବାରେ ଲାଗିଛି। ଏହା ମହାମାରୀ ରୂପ ନେବାରେ ଲାଗିଛି। ଏଭଳି ପରିସ୍ଥିତିରେ ବିବାହ ଏବଂ ଶୁଦ୍ଧିକାର୍ଯ୍ୟ ବେଳେ କୋଭିଡ୍‌ ଗାଇଡ୍‌ଲାଇନକୁ ଖୋଲାଖୋଲି ଉଲ୍ଲଂଘନ କରାଯାଉଥିବା ଦେଖାଯାଉଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଉକ୍ତ ସାମାଜିକ କାର୍ଯ୍ୟକ୍ରମ ଉପରେ କଟକଣାକୁ କଡାକଡି କରିବାକୁ ଜିଲାପାଳ, ଏସ୍‌ପି, ମହାନଗର ନିଗମ କମିଶନର, କଟକ ଓ ଭୁବନେଶ୍ୱର ପୋଲିସ କମିଶନରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏ ନେଇ ବୁଧବାର ସ୍ବତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ବୁଧବାର ବିଜ୍ଞପ୍ତି ପ୍ରକାଶ କରାଯାଇଛି। କ୍ଷେତ୍ରସ୍ଥଳରେ ଏଭଳି ସାମାଜିକ କାର୍ଯ୍ୟକ୍ରମ ଉପରେ କଡା ନଜର ରଖିବାକୁ କୁହାଯାଇଛି।
ଏ ନେଇ ପୁଣିଥରେ ବିବାହ କାର୍ଯ୍ୟ ସମ୍ପାଦନ ପୂର୍ବରୁ ସ୍ଥାନୀୟ ଥାନାରୁ ଅନୁମତି ନେବାକୁ ପଡିବ। କୌଣସି ପ୍ରକାର ବିବାହ ରୋଶଣି ବିନାନୁମତିରେ ହୋଇ ପାରିବ ନାହିଁ। ବିବାହ ଉତ୍ସବରେ ୫୦ରୁ ଯେପରି ଅଧିକ ଲୋକ ଏକାଠି ନ ହେବେ ସେ ନେଇ ସ୍ଥାନୀୟ ଥାନା ନିଶ୍ଚିତ କରିବ। ୬୫ ବର୍ଷରୁ ଊର୍ଦ୍ଧ୍ୱ କିମ୍ବା ୧୦ ବର୍ଷରୁ କମ୍‌ ବୟସ ପିଲା ଏବଂ ଗର୍ଭବତୀଙ୍କୁ ଉତ୍ସବରେ ସାମିଲ ନ ହେବାକୁ ପରାମର୍ଶ ଦିଆଯାଇଛି। ଉତ୍ସବରେ ଯୋଗ ଦେବା ବେଳେ ଅତି କମ୍‌ରେ ୨ ମିଟର ଦୂରତା ଅବଲମ୍ବନ କରିବା ବାଧ୍ୟତାମୂଳକ କରାଯାଇଛି। ପ୍ରତ୍ୟେକ ବ୍ୟକ୍ତି ମାସ୍କ ବ୍ୟବହାର କରିବେ। ଉତ୍ସବରେ ଯୋଗ ଦେଇଥିବା ବ୍ୟକ୍ତିମାନେ ଗୁଟ୍‌ଖା, ପାନ ଖାଇ ସର୍ବସାଧାରଣ ସ୍ଥାନରେ ଛେପ ପକାଇବା ଉପରେ କଟକଣା ଜାରି କରାଯାଇଛି। ବରପିତା କିମ୍ବା ସେମାନଙ୍କର ଅଭିଭାବକ ଏହାକୁ କଡାକଡି ପାଳନ କରିବେ। ଯଦି ଏହି ଗାଇଡ୍‌ଲାଇନକୁ କେହି ଉଲ୍ଲଂଘନ କରିବେ ତେବେ ସେଥିପାଇଁ ଆୟୋଜକ ଦାୟୀ ରହିବେ। ସେମାନଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏଥିସହିତ ଯେଉଁମାନେ ଏହି ଉତ୍ସବରେ ଯୋଗ ଦେଇ ନିୟମ ଉଲ୍ଲଂଘନ କରିଥିବେ ସେମାନଙ୍କ ବିରୋଧରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ସେହିପରି ଅନ୍ତ୍ୟେଷ୍ଟି ଠାରୁ ଆରମ୍ଭ କରି ଶୁଦ୍ଧିକ୍ରିୟା ଯାଏ ୨୦ ଜଣରୁ ଅଧିକ ବ୍ୟକ୍ତି ଏକାଠି ନ ହେବାକୁ କୁହାଯାଇଛି। କୋଭିଡ୍‌-୧୯ ଗାଇଡ୍‌ଲାଇନ୍‌ ଅନୁଯାୟୀ କାର୍ଯ୍ୟ କରିବାକୁ କୁହାଯାଇଛି। ଯଦି ଏହା ଉଲ୍ଲଙ୍ଘନ ହେବ ସମ୍ପୃକ୍ତ ବ୍ୟକ୍ତିଙ୍କ ବିରୋଧରେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନେବାକୁ ସରକାରଙ୍କ ପକ୍ଷରୁ ନୂତନ ଭାବେ ଜାରି କରାଯାଇଥିବା ଗାଇଡ୍‌ଲାଇନରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri