ବିବାହ, ଶୁଦ୍ଧିରେ କୋଭିଡ୍‌-୧୯ ନିୟମ ଉଲ୍ଲଂଘନ ନେଇ ଉଦ୍‌ବେଗ: କଡ଼ା କାର୍ଯ୍ୟାନୁଷ୍ଠାନ ଲାଗି ଜିଲାପାଳଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର,୯।୭(ବ୍ୟୁରୋ): ରାଜ୍ୟରେ କୋଭିଡ୍‌-୧୯ ସଂକ୍ରମଣ ବେଳକୁ ବେଳ ବଢିବାରେ ଲାଗିଛି। ଏହା ମହାମାରୀ ରୂପ ନେବାରେ ଲାଗିଛି। ଏଭଳି ପରିସ୍ଥିତିରେ ବିବାହ ଏବଂ ଶୁଦ୍ଧିକାର୍ଯ୍ୟ ବେଳେ କୋଭିଡ୍‌ ଗାଇଡ୍‌ଲାଇନକୁ ଖୋଲାଖୋଲି ଉଲ୍ଲଂଘନ କରାଯାଉଥିବା ଦେଖାଯାଉଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଉକ୍ତ ସାମାଜିକ କାର୍ଯ୍ୟକ୍ରମ ଉପରେ କଟକଣାକୁ କଡାକଡି କରିବାକୁ ଜିଲାପାଳ, ଏସ୍‌ପି, ମହାନଗର ନିଗମ କମିଶନର, କଟକ ଓ ଭୁବନେଶ୍ୱର ପୋଲିସ କମିଶନରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏ ନେଇ ବୁଧବାର ସ୍ବତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ବୁଧବାର ବିଜ୍ଞପ୍ତି ପ୍ରକାଶ କରାଯାଇଛି। କ୍ଷେତ୍ରସ୍ଥଳରେ ଏଭଳି ସାମାଜିକ କାର୍ଯ୍ୟକ୍ରମ ଉପରେ କଡା ନଜର ରଖିବାକୁ କୁହାଯାଇଛି।
ଏ ନେଇ ପୁଣିଥରେ ବିବାହ କାର୍ଯ୍ୟ ସମ୍ପାଦନ ପୂର୍ବରୁ ସ୍ଥାନୀୟ ଥାନାରୁ ଅନୁମତି ନେବାକୁ ପଡିବ। କୌଣସି ପ୍ରକାର ବିବାହ ରୋଶଣି ବିନାନୁମତିରେ ହୋଇ ପାରିବ ନାହିଁ। ବିବାହ ଉତ୍ସବରେ ୫୦ରୁ ଯେପରି ଅଧିକ ଲୋକ ଏକାଠି ନ ହେବେ ସେ ନେଇ ସ୍ଥାନୀୟ ଥାନା ନିଶ୍ଚିତ କରିବ। ୬୫ ବର୍ଷରୁ ଊର୍ଦ୍ଧ୍ୱ କିମ୍ବା ୧୦ ବର୍ଷରୁ କମ୍‌ ବୟସ ପିଲା ଏବଂ ଗର୍ଭବତୀଙ୍କୁ ଉତ୍ସବରେ ସାମିଲ ନ ହେବାକୁ ପରାମର୍ଶ ଦିଆଯାଇଛି। ଉତ୍ସବରେ ଯୋଗ ଦେବା ବେଳେ ଅତି କମ୍‌ରେ ୨ ମିଟର ଦୂରତା ଅବଲମ୍ବନ କରିବା ବାଧ୍ୟତାମୂଳକ କରାଯାଇଛି। ପ୍ରତ୍ୟେକ ବ୍ୟକ୍ତି ମାସ୍କ ବ୍ୟବହାର କରିବେ। ଉତ୍ସବରେ ଯୋଗ ଦେଇଥିବା ବ୍ୟକ୍ତିମାନେ ଗୁଟ୍‌ଖା, ପାନ ଖାଇ ସର୍ବସାଧାରଣ ସ୍ଥାନରେ ଛେପ ପକାଇବା ଉପରେ କଟକଣା ଜାରି କରାଯାଇଛି। ବରପିତା କିମ୍ବା ସେମାନଙ୍କର ଅଭିଭାବକ ଏହାକୁ କଡାକଡି ପାଳନ କରିବେ। ଯଦି ଏହି ଗାଇଡ୍‌ଲାଇନକୁ କେହି ଉଲ୍ଲଂଘନ କରିବେ ତେବେ ସେଥିପାଇଁ ଆୟୋଜକ ଦାୟୀ ରହିବେ। ସେମାନଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏଥିସହିତ ଯେଉଁମାନେ ଏହି ଉତ୍ସବରେ ଯୋଗ ଦେଇ ନିୟମ ଉଲ୍ଲଂଘନ କରିଥିବେ ସେମାନଙ୍କ ବିରୋଧରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ସେହିପରି ଅନ୍ତ୍ୟେଷ୍ଟି ଠାରୁ ଆରମ୍ଭ କରି ଶୁଦ୍ଧିକ୍ରିୟା ଯାଏ ୨୦ ଜଣରୁ ଅଧିକ ବ୍ୟକ୍ତି ଏକାଠି ନ ହେବାକୁ କୁହାଯାଇଛି। କୋଭିଡ୍‌-୧୯ ଗାଇଡ୍‌ଲାଇନ୍‌ ଅନୁଯାୟୀ କାର୍ଯ୍ୟ କରିବାକୁ କୁହାଯାଇଛି। ଯଦି ଏହା ଉଲ୍ଲଙ୍ଘନ ହେବ ସମ୍ପୃକ୍ତ ବ୍ୟକ୍ତିଙ୍କ ବିରୋଧରେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନେବାକୁ ସରକାରଙ୍କ ପକ୍ଷରୁ ନୂତନ ଭାବେ ଜାରି କରାଯାଇଥିବା ଗାଇଡ୍‌ଲାଇନରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ଥାନ ପୌର ନିର୍ବାଚନ, ୧୦ରୁ ୪ରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କଲା ଭାଜପା

ଜୟପୁର,୧୪ା୯: ରାଜସ୍ଥାନ ପୌର ନିର୍ବାଚନରେ ଶାସକ ଭାଜପା ୧୦ଟି ପୌର ନିଗମ ମଧ୍ୟରୁ ୪ଟିରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଏଥିସହିତ ଶାସକ ଦଳ ୪,୧୭୯ଟି ଓ୍ବାର୍ଡ…

୨ ବାଇକ୍‌ ମୁହାଁମୁହିଁ ଧକ୍କା, ଜଣେ ମୃତ, ୪ ଗୁରୁତର

ଖଜୁରିପଡ଼ା,୧୪ା୯(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ଥାନା ଅନ୍ତର୍ଗତ ପିରିକୁଡ଼ି ପଞ୍ଚାୟତ ନିକଟସ୍ଥ ବିଲାବାଡ଼ି ବୁଲାଣିଠାରେ ସୋମବାର ସନ୍ଧ୍ୟାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ୨ଟି ବାଇକ୍‌…

ପୂଜା ମଣ୍ଡପରେ ଭୟଙ୍କର ଅଗ୍ନିକାଣ୍ଡ

ସମ୍ବଲପୁର,୧୪।୯: ସମ୍ବଲପୁର ବୁଢାରଜା ଅଞ୍ଚଳରେ ଏକ ଗଣେଶ ପୂଜା ମଣ୍ଡପରେ ସୋମବାର ସନ୍ଧ୍ୟାରେ ନିଆଁ ଲାଗିଯାଇଛି। ନିଆଁ ଏତେ ଯୋର ଥିଲା ଯେ, ଅଳ୍ପ ସମୟ ମଧ୍ୟରେ…

ଦଣ୍ଡିତ ହେଲା ପାକିସ୍ତାନ ଦଳ

ଦୁବାଇ,୧୪ା୯: ବର୍ମିଂହାମ୍‌ଠାରେ ଇଂଲଣ୍ଡ ବିପକ୍ଷ ତୃତୀୟ କ୍ରିକେଟ ଟେଷ୍ଟରେ ସ୍ଲୋ-ଓଭର ରେଟ୍‌ ପାଇଁ ପାକିସ୍ତାନ ଦଳକୁ ମ୍ୟାଚ୍‌ ଫି’ର ୫୦ ପ୍ରତିଶତ ଜରିମାନା କରାଯାଇଛି। ଏହାଛଡ଼ା ୧୧…

ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡ଼ପ ଅଭିଯୋଗ: ପୂର୍ବତନ ପୋଷ୍ଟମାଷ୍ଟର ଫେରାର

ପାଟଣା, ୧୪।୯ (ବୀର କିଶୋର ଦାଶ): ପୋଷ୍ଟ ଅଫିସ ଉପରେ ଭରସା କରି ନିଜର କଷ୍ଟାର୍ଜିତ ଟଙ୍କା ଜମା ରଖିଥିଲେ ଜମାକାରୀ। ହେଲେ ଏବେ ସେହି ଜମା…

ଦୁର୍ଗାପୂଜା ପାଇଁ ଶୁଭ ଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଗଣେଶ ଚତୁର୍ଥୀ ଅବସରରେ ଆସନ୍ତା ଦଶହରା ପୂଜା ପାଇଁ…

ନୂଆଁଖାଇ ଲାଗି ପାଟଣେଶ୍ୱରୀ ମନ୍ଦିରରେ ପହଞ୍ଚିଲା ନୂଆ ଧାନ

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ଦିନକ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ବଲାଙ୍ଗୀର ସହର ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ପାଟଣା ରାଜ୍ୟର ଇଷ୍ଟଦେବୀ…

ଚାମ୍ପିୟନ ପୁରୁଷ, ମହିଳା ଦଳକୁ ରାଷ୍ଟ୍ରପତିଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ,୧୪ା୯: ଜବରଦସ୍ତ ପ୍ରଦର୍ଶନ ସହ ଉଭୟ ଜୁନିୟର ପୁରୁଷ ଓ ମହିଳା ହକି ଏସିଆ କପ୍‌ ଜିତିଥିବା ଭାରତୀୟ ଦଳକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଅଭିନନ୍ଦନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?