ବଳତ୍କାର ମାମଲାରେ ବିଚାରଧୀନ ବନ୍ଦୀଙ୍କ ସହ ପୀଡ଼ିତାଙ୍କ ବିବାହ

ଦେବଗଡ଼,୨୩ା୫(ଡି.ଏନ୍‌.ଏ.): ବଳାତ୍କାର ଅଭିଯୋଗରେ ୪ ବର୍ଷ ଧରି ବିଚାରଧୀନ ବନ୍ଦୀ ଥିବା ଯୁବକଙ୍କ ସହ ପୀଡ଼ିତା ଯୁବତୀଙ୍କ ମଙ୍ଗଳବାର ବିବାହ ହୋଇଛି। ଜେଲ କର୍ତ୍ତୃପକ୍ଷ ଓ ପୋଲିସ ବିଭାଗ ପକ୍ଷରୁ ଏହା ଆୟୋଜନ କରାଯାଇଥିଲା। ଯୁବତୀ ଓ ଯୁବକ ହେଲେ ଦେବଗଡ଼ ଜିଲା ରିଆମାଳ ବ୍ଲକ କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ କୁଶଖଳିଆ ଗ୍ରାମର ବଇକୁଳି ଶବର(୨୬)। ରେଜେଷ୍ଟ୍ରି କାର୍ଯ୍ୟାଳୟରେ ବିବାହ କରିବା ପରେ ଦେବଗଡ଼ ସହରର ଶାସନ ସାହିସ୍ଥିତ ଗୋକର୍ଣ୍ଣେଶ୍ବର ଶିବ ମନ୍ଦିରରେ ଉଭୟ ପରିବାରର ଉପସ୍ଥିତିରେ ଯୁବତୀଯୁବକ ପରସ୍ପରକୁ ମାଳ ପିନ୍ଧାଇ ଜୀବନ ସାଥି ଭାବେ ଗ୍ରହଣ କରିଛନ୍ତି। ପରିବାର ଲୋକ ଉଭୟଙ୍କୁ ଗ୍ରହଣ କରିବା ସହିତ ଖୁସିରେ ମିଠା ବଣ୍ଟନ କରିଥିଲେ ।

ସୂଚନାଯୋଗ୍ୟ, ୨୦୧୮ ମସିହାରେ ଉଭୟଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଗଢ଼ି ଉଠିଥିଲା। ତେବେ ସେମାନଙ୍କ ବିବାହ ପାଇଁ ଉଭୟଙ୍କ ପରିବାର ଲୋକ ଗ୍ରହଣ କରି ନ ଥିଲେ। ଏନେଇ ଝିଅର ବାପା ଝିଅକୁ ବଇକୁଳି ବଳାତ୍କାର କରିଥିବା ନେଇ ଥାନାରେ ଅଭିଯୋଗ କରିଥିଲେ। ତାଙ୍କ ଅଭିଯୋଗକୁ ଭିତ୍ତିକରି ପୋଲିସ ବଇକୁଳକୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ଉଭୟ ପରିବାରର ଆଗ୍ରହ ପ୍ରକାଶ ପାଇବା ପରେ ଦୀର୍ଘ ୪ ବର୍ଷ ଜେଲରେ ବିଚାରଧୀନ ବନ୍ଦୀ ଭାବେ ରହିବା ପରେ ବଇକୁଳି ଓ ଯୁବତୀଙ୍କ ବିବାହ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?