ପଣା ସଂକ୍ରାନ୍ତିରେ ଜଗତେଶ୍ୱର-ମା’ ପାର୍ବତୀଙ୍କ ବିବାହ

ମୋରଡା,୧୪।୪(ସ୍ମାରକ ମାଜୀ)- ପଣା ସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷ ଅବସରରେ ମୟୂରଭଞ୍ଜ ଜିଲା ମୋରଡା ବ୍ଲକ କୋହି ଗ୍ରାମରେ ବାବା ଜଗତେଶ୍ୱରଙ୍କ ପ୍ରସିଦ୍ଧ ଝାମୁ ଯାତ୍ରା ତଥା ଘଟ ପର୍ବ ପାଳନ କରାଯାଇଛି l ଏହି ଉପଲକ୍ଷେ ବାବା ଜଗତେଶ୍ୱର ଓ ମା’ ପାର୍ବତୀଙ୍କ ବିବାହ ରୀତିନୀତିରେ ଅନୁସାରେ ସମ୍ପନ୍ନ ହୋଇଛି l

ପରମ୍ପରା ଅନୁଯାୟୀ, ତାଳ ପୋଖରୀରୁ ଘଟ ଉତ୍ତୋଳନ କରାଯାଇଥିଲା। ଶ୍ରଦ୍ଧାଳୁମାନେ ବ୍ରତ ଧାରଣା କରିବା ସହିତ ମହାଦେବଙ୍କୁ ପୂଜାର୍ଚ୍ଚନା କରିଥିଲେ। ସେହିପରି ବହୁ ମାନସିକ ଧାରୀ ତାଳ ପୋଖରୀରୁ ମନ୍ଦିର ବେଢା ପର୍ଯ୍ୟନ୍ତ ବେତବାଡ଼ି ଧରି ଟାଣ ଖରାରେ ହରହର ମହାଦେବ ଧ୍ୱନି ଓ ବାଦ୍ୟର ତାଳେ ତାଳେ ନୃତ୍ୟ କରୁଥିବା ଦେଖିବାକୁ ମିଳିଥିଲା। ଏପରିକି ଘଟ ଉତ୍ତୋଳନକୁ ଦେଖିଲେ ପାପ କ୍ଷୟ ହୁଏ ବୋଲି ଲୋକଙ୍କ ବିଶ୍ୱାସ ରହିଛି।

ଶିବ, ପାର୍ବତୀଙ୍କ ଘଟ ବୋହି ଥିଲେ ଗଣେଶ୍ୱର ପାଟବନ୍ଧା ଓ କମଳାକାନ୍ତ ଧୀର। ଘଟ ଉତ୍ତୋଳନରେ ପାଞ୍ଚଜଣ ପାଟଭକ୍ତା ଥିବା ବେଳେ ଦୁଇ ଶହ ବ୍ରତଧାରୀ ଭକ୍ତା ଥିଲେ l ଘଟ ଉତ୍ତୋଳନ ଦେଖିବାକୁ ପ୍ରାୟ କୋଡିଏ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ସମାଗମ ହୋଇଥିଲା l

ସେହିପରି ପଣା ସଂକ୍ରାନ୍ତି ଉପଲକ୍ଷେ ବ୍ଲକର ପାରିଆକୁଲି ସ୍ଥିତ ପାରେଶର ମହାଦେବ ପୀଠ ଓ ମୋରଡ଼ା ଶିବ ମନ୍ଦିର ପଡିଆରେ ଉଡ଼ା ପର୍ବ ପାଳିତ ହୋଇଯାଇଛି l ଶୁକ୍ରବାର ଉପବାସ ବ୍ରତଧାରୀ କଣ୍ଟାରେ ଚାଲିବା ପରେ ଶନିବାର ନିଆଁରେ ଚାଲିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

କମାଲ ଦେଖାଇଲେ ଶିଶୁ ବୈଜ୍ଞାନିକ, ଜିଲାପାଳ କହିଲେ…

ବରଗଡ଼,୬ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ରାଣା ପ୍ରତାପ ସ୍କୁଲ ପଡ଼ିଆରେ ଶନିବାର ଜିଲାସ୍ତରୀୟ ବିଜ୍ଞାନ ମେଳା ଉଦ୍‌ଘାଟିତ ହୋଇଛି। ଜିଲା ଶିକ୍ଷା ଅଧିକାରୀ ଜ୍ୟୋତିକାନ୍ତ ସାହୁଙ୍କ ଅଧ୍ୟକ୍ଷତା...

ଫିଫା ବିଶ୍ୱକପ୍‌ ଲାଗି ଡ୍ର’ ଉଠାଣ: ଜାଣନ୍ତୁ କେଉଁ ଦଳ କେବେ କାହାକୁ ଭେଟିବ…

ଓ୍ବାଶିଂଟନ,୬ା୧୨: ଆସନ୍ତା ବର୍ଷ ଆମେରିକା, କାନାଡା ଓ ମେକ୍ସିକୋରେ ହେବାକୁ ଯାଉଥିବା ଫିଫା ବିଶ୍ୱକପ୍‌ ଲାଗି ଶନିବାର ଡ୍ର’ ଉଠାଣ ପ୍ରକ୍ରିୟା ଅନୁଷ୍ଠିତ ହୋଇଯାଇଛି। ଏଥିସହିତ...

ଲାଞ୍ଚ ନେବାବେଳେ ଏଡିଇଓଙ୍କୁ ରେଡ୍‌ ହ୍ୟାଣ୍ଡରେ ଧରିଲା ଭିଜିଲାନ୍ସ, ପାଖରୁ ମିଳିଲା…

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ୍‌ ଅଧୀନ ତାଳପଦା ପଞ୍ଚାୟତ ଆକାଉଣ୍ଟାଣ୍ଟ କମ୍‌ ଡାଟା ଏଣ୍ଟ୍ରି ଅପରେଟର(ଏଡିଇଓ) ଲାଞ୍ଚ ନେଇ ଭିଜିଲାନ୍ସ ହାତରେ...

ନାଡ଼ାପାଟାଙ୍ଗ, ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଦାବିପତ୍ର

ବାଲିଗୁଡ଼ା, ୬।୧୨(ସଞ୍ଜୟ ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ବାରଖମା ପଞ୍ଚାୟତର ନାଡ଼ାପାଟାଙ୍ଗ ଏବଂ ସିନ୍ଦ୍ରିଗାଁ ପଞ୍ଚାୟତର ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଉପଜିଲାପାଳଙ୍କ ଜରିଆରେ...

ବାରବାଟୀରେ ଖେଳିପାରନ୍ତି ଶୁବମନ ଗିଲ୍‌

ଭୁବନେଶ୍ୱର,୬ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ମ୍ୟାଚ୍‌କୁ ଆଉ...

ଗାଧୋଇବା ପାଇଁ ଯାଉଥିବା ବେଳେ ମରଣାନ୍ତକ ଆକ୍ରମ: ଏବେ ଆସିଲା ବଡ଼ ରାୟ

ଦିଗପହଣ୍ଡି,୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶନିବାର ଆଙ୍କୋରଡ଼ା ଗ୍ରାମର ଜେ.ଉଗ୍ରସେନଙ୍କୁ ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଦର୍ଶାଇ ଗିରଫ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri