ଆଦର୍ଶ ଥାନାରେ ପ୍ରେମୀ ଯୁଗଳଙ୍କ ବିବାହ

ଅମରପାଲି,୨୮ା୨(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଆଦର୍ଶ ଥାନା ପରିସରରେ ସୋମବାର ପ୍ରେମୀ ଯୁଗଳଙ୍କ ବିବାହ ପୋଲିସ ଓ ପରିବାର ଲୋକଙ୍କ ଉପସ୍ଥିତିରେ ସମ୍ପନ୍ନ ହୋଇଯାଇଛି। ଥାନା ଅନ୍ତର୍ଗତ ଗୌଡଗାଡ ଗ୍ରାମର ଯଦୁ ସାହୁଙ୍କ ବଡପୁଅ ସୁଶିଲ କୁମାର (୨୮) ଓ ମୁର୍ଷୁଣ୍ଢି ଗ୍ରାମର ହିମାଂଶୁ ସାହୁଙ୍କ ଝିଅ ଲିପ୍ସା(୨୦)ଙ୍କ ମଧ୍ୟରେ ଦୀର୍ଘ ପାଞ୍ଚ ବର୍ଷ ହେଲା ପ୍ରେମ ସମ୍ପର୍କ ଥିଲା। ଉଭୟେ ବିବାହ ପାଇଁ ନିଷ୍ପତ୍ତି ନେଇଥିଲେ ହେଁ ଉଭୟଙ୍କ ପରିବାର ଲୋକେ ରାଜି ହେଉ ନ ଥିଲେ। ଏହା ଭିତରେ ଲିପ୍ସାଙ୍କ ବିବାହ ପରିବାର ଲୋକେ ବଲାଙ୍ଗୀର ଅଞ୍ଚଳରେ ଠିକ କରିଥିଲେ। ଏପରିକି ନିର୍ବନ୍ଧ ମଧ୍ୟ ସରିଥିଲା। ଏଡି ସମୟରେ ଲିପ୍ସା ଓ ସୁଶୀଲ ବିବାହ କରିବାକୁ ନିଷ୍ପତ୍ତି ବୀରମହାରାଜପୁର ଥାନା ଦ୍ବାରସ୍ଥ ହୋଇଥିଲେ। ଉଭୟେ ସାବାଳକ ହୋଇଥିବାରୁ ଥାନା ଅଧିକାରୀ ପଦ୍ମାସିନି ମେହେର ଉଭୟ ପରିବାରଙ୍କୁ ଥାନାକୁ ଡାକି ବୁଝାଶୁଝା କରିଥିଲେ। ଶେଷରେ ଉଭୟ ପରିବାର ବିବାହ ପାଇଁ ରାଜି ହୋଇଥିଲେ। ଶେଷରେ ଥାନା ପରିସରରେ ଉଭୟ ପ୍ରେମୀ ଯୁଗଳ ପରସ୍ପରକୁ ଫୁଳମାଳ ପିନ୍ଧାଇଥିଲେ। ଉଭୟଙ୍କ ପରିବାର ସଦସ୍ୟ ଆର୍ଶିର୍ବାଦ ନେଇଥିଲେ। ଥାନାରେ ବିବାହ ସମୟରେ ଉପଖଣ୍ଡୀୟ ପୋଲିସ ଅଧିକାରୀ ଡୋଳାମଣି ଭୋଇ, ଉଭୟ ପରିବାର ଓ ବନ୍ଧୁବାନ୍ଧବ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ମୁହାଁ ନିଆଁକୁ ଆୟତ୍ତ କଲେ କୁନିକୁନି ପିଲା

ପାଟଣା,୧ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଦିନକୁ ଦିନ ତାପମାତ୍ରା ବୃଦ୍ଧି ପାଉଛି। ସେହି ଅନୁପାତରେ ପାଟଣା ରେଞ୍ଜରେ ପ୍ରତି ଦିନ ଜଙ୍ଗଲ ନିଆଁ...

କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଏମ୍‌ପି-ବିଧାୟକଙ୍କ ପାଇଁ କଲେ ଭୋଟ୍‌ ନିବେଦନ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଦେଶୃଙ୍ଗଠାରେ ବୁଧବାର ଭାଜପାର ପରିବର୍ତ୍ତନ ସଭା ଓ ମିଶ୍ରଣ ପର୍ବ...

କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଏମ୍‌ପି-ବିଧାୟକଙ୍କ ପାଇଁ କଲେ ଭୋଟ୍‌ ନିବେଦନ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଦେଶୃଙ୍ଗଠାରେ ବୁଧବାର ଭାଜପାର ପରିବର୍ତ୍ତନ ସଭା ଓ ମିଶ୍ରଣ ପର୍ବ...

କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ ପଡି ବୃଦ୍ଧା ମୃତ

କୋରାପୁଟ,୧ା୫: (ଅମିତାଭ ବେହେରା ) ବୁଧବାର କୋରାପୁଟ ସହରର ହାଟ ପଦା ଅଂଚଳରେ ଏକ ଅଭାବନୀୟ ଘଟଣା ଘଟିଛି। କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ...

ପୋର୍ଟ ଭିତରୁ କୋଇଲା ଚାଲାଣ ଘଟଣା: ୫ ଜଣଙ୍କୁ ଗିରଫ କଲା ପୋଲିସ

ପାରାଦୀପ,୧ା୫(ଶରତ ରାଉତ): ପାରାଦୀପ ଆଦର୍ଶଥାନା ପୋଲିସ ୩ ଦିନର ତଦନ୍ତ ପରେ ବୁଧବାର ଚୋରା କୋଇଲା ଟ୍ରକ୍‌ ସମ୍ପର୍କରେ କାର୍ଯ୍ୟାନୁଷ୍ଠାନ ନେଇଛି। କେସ୍‌ ନଂ ୧୨୨/୨୪ରେ...

ବାଇକ୍‌ ସହ ପିଟିହେଲା ବାଇକ୍‌: ୨ ଜଣଙ୍କ ଜୀବନ ଗଲା, ୨ ଆହତ

ଛତ୍ରପୁର,୧ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ବାଟ ଛତ୍ରପୁର ଗ୍ରାମ ନିକଟ କାଜୁ ଫ୍ୟାକ୍ଟରି ସମ୍ମୁଖ ରାଜପଥରେ ବାଇକ୍‌ ସହ ବାଇକ ଧକ୍କାରେ...

ଦଳିତ ପରିବାରରେ କେନ୍ଦ୍ର ମନ୍ତ୍ରୀଙ୍କ ଭୋଜନ

ଭବାନୀପାଟଣା,୧।୫ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଉଦେଶୃଙ୍ଗ ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବରେ କେନ୍ଦ୍ର ମନ୍ତ୍ରୀ ଭୁପେନ୍ଦ୍ର ସିଂହ ଯାଦବ...

ଭାଜପାରେ ଯୋଗଦେଲେ ପୂର୍ବତନ କଂଗ୍ରେସ ଲୋକ ସଭା ପ୍ରାର୍ଥୀ ଦୁଲାଲ ପ୍ରଧାନ

ସମ୍ବଲପୁର,୧ା୫: ଭାଜପାରେ ଯୋଗ ଦେଇଛନ୍ତି ପୂର୍ବତନ କଂଗ୍ରେସ ଲୋକ ସଭା ପ୍ରାର୍ଥୀ ଦୁଲାଲ ପ୍ରଧାନ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ‌ଙ୍କ ଉପସ୍ଥିତିରେ ଜିଲା ଭାଜପା କାର୍ଯ୍ୟାଳୟରେ ଅନୁଷ୍ଠିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri