୪ରେ ବାଜିବ ସାହାନାଇ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ରିଚା ଚଢ଼ା ଅକ୍ଟୋବର ୪ରେ ପ୍ରେମିକ ଅଲ୍ଲୀ ଫଜଲ୍‌ଙ୍କୁ ବିବାହ କରିବାକୁ ଯାଉଛନ୍ତି। ମୁମ୍ବାଇରେ ସେମାନଙ୍କ ବିବାହ ଅନୁଷ୍ଠିତ ହେବ। ବାହାଘର ପରେ ପରିବାର, ବନ୍ଧୁ ଏବଂ ବଲିଉଡ୍‌ ଇଣ୍ଡଷ୍ଟ୍ରି ପାଇଁ ରିସେପ୍‌ଶନ୍‌ ପାର୍ଟିର ଆୟୋଜନ କରାଯିବାର ଯୋଜନା ରହିଛି। ତେବେ ମୁମ୍ବାଇର କେଉଁଠାରେ ବିବାହ ଅନୁଷ୍ଠିତ ହେବ, ସେ ନେଇ କୌଣସି ସୂଚନା ମିଳିନାହିଁ। ରିଚାଙ୍କ ବାହାଘର ପାଇଁ ପ୍ରସ୍ତୁତି ଏବଂ ଅନ୍ୟାନ୍ୟ ଫଙ୍କଶନ୍‌ ସବୁ ସେପ୍ଟେମ୍ବର ୩୦ରୁ ଆରମ୍ଭ ହେବ। ୩ଟି ପ୍ରିଓ୍ବେଡିଂ ଫଙ୍କଶନ୍‌ରେ କକ୍‌ଟେଲ୍‌, ସଙ୍ଗୀତ ଏବଂ ମେହେନ୍ଦି ସେରିମନିକୁ ସାମିଲ କରାଯାଇଛି। କେଉଁ ଡିଜାଇନ୍‌ର ପୋଷାକ ରିଚା ପିନ୍ଧିବେ ତାହା ଜଣାପଡ଼ି ନାହିଁ। ରାଜସ୍ଥାନର ପ୍ରସିଦ୍ଧ ପାରିବାରିକ ଗହଣା ବ୍ୟବସାୟୀ ଖାଜନଚିଙ୍କ ଡିଜାଇନର ଗହଣା ସେ ବିବାହରେ ପିନ୍ଧିବେ। ବିକାନିରରେ ୧୭୫ ବର୍ଷ ଏହି ପରିବାର ଗହଣା ବ୍ୟବସାୟ କରିଆସୁଛନ୍ତି। ବିବରହ ନେଇ ରିଚା ଇନ୍‌ଷ୍ଟାଗ୍ରାମ୍‌ରେ ଏକ ପୋଷ୍ଟ ଶେୟାର କରିଥିଲେ, ଯେଉଁଥିରେ ସେ କହିଥିଲେ ଯେ, ନୂଆ ଜୀବନ ଆରମ୍ଭ କରିବାକୁ , ଅକ୍ଟୋବର ପାଇଁ ଆଉ ଅପେକ୍ଷା କରିହେଉ ନାହିଁ। ଗତ ୨୦୨୦ରେ ରିଚାଙ୍କ ବାହାଘର ହେବାକୁ ଥିବାବେଳେ କୋଭିଡ୍‌ ପାଇଁ ଏଥିରେ ବିଳମ୍ବ ହୋଇଥିଲା। ୨୦୧୨ରେ ରିଲିଜ୍‌ ହୋଇଥିବା ମଲ୍ଟି ଷ୍ଟାରର୍‌ ଫିଲ୍ମ ଫୁକରେରେ ଅଲ୍ଲୀ ଓ ରିଚା ଏକାଠି କାମ କରିଥିଲେ। ଏହାପରଠାରୁ ଦୁହିଁଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଗଢ଼ି ଉଠିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

ମଦର ଗୁଣବତ୍ତା ନେଇ ସରକାରଙ୍କ ବଡ଼ ପଦକ୍ଷେପ, ଦେଲେ ଏହି ନିର୍ଦ୍ଦେଶ

ଚେନ୍ନାଇ,୨୩ା୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଜୋସେଫ ବିଜୟ ରାଜ୍ୟର ସମସ୍ତ ଡିଷ୍ଟିଲେରୀରେ ମଦର ଗୁଣବତ୍ତା ନେଇ କଡ଼ା ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। TASMAC ମାଧ୍ୟମରେ ବିକ୍ରି ହେଉଥିବା…

ଆଡ୍‌ମିଶନ ଆଳରେ ଠକେଇ, ସାଇବର ଠକଙ୍କୁ ବାନ୍ଧିଲା ପୋଲିସ

ଅତାବିରା,୨୩ା୮(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲାର ବିଭିନ୍ନ କଲେଜ ଛାତ୍ରୀଛାତ୍ରଙ୍କ ଆଡ୍‌ମିଶନ ଆଳରେ ଠକେଇ କରି ଚାଲିଥିବା ଜଣେ ସାଇବର ଠକଙ୍କୁ ଅତାବିରା ପୋଲିସ ଗିରଫ କରିଛି। ଗିରଫ…

ଧୋଇଗଲା ୨୦ ଫୁଟର ରାସ୍ତା, ଝରିଗାଁ-ଡାବୁଗାଁ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ

ଝରିଗାଁ,୨୩ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଲଗାଣ ବର୍ଷା ଯୋଗୁ ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ଅନ୍ତର୍ଗତ ଚିକିଲି ନଦୀର ସୁରକ୍ଷା ପାଚେରୀ ସହ…

ଚିନିର ମୂଲ୍ୟ କିଲୋଗ୍ରାମ ପିଛା ୨୦ଟଙ୍କାରେ ପହଞ୍ଚିବା ପରେ କ’ଣ କହିଥିଲେ ଅଟଳ ବିହାରୀ ବାଜପେୟୀ? ଭିଡ଼ିଓ ହେଉଛି ଭାଇରାଲ, ତେଜିଲାଣି ରାଜନୀତି!

ନୂଆଦିଲ୍ଲୀ,୨୩।୮: ଚିନିର ମୂଲ୍ୟ ବୃଦ୍ଧି ପୁଣି ଥରେ ସାଧାରଣ ଲୋକଙ୍କ ବଜେଟକୁ ବାଧା ଦେବା ଆରମ୍ଭ କରିଛି। ଦେଶର ଅନେକ ରାଜ୍ୟରେ ଚିନିର ମୂଲ୍ୟ ପ୍ରତି କିଲୋଗ୍ରାମ…

ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….

ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri