ଜୁଲାଇ ମାସରେ ହୋଇଥାନ୍ତା ବାହାଘର: ରିପୋର୍ଟ ଆସିଲା ପଜିଟିଭ୍‌

ସିଂହପୁର,୨୫।୬-ବିଞ୍ଝାରପୁର ବ୍ଲକ ଜରୀ ପଞ୍ଚାୟତରେ ଗୁରୁବାର ପୁଣି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତ ଜଣଙ୍କ ଦିଲ୍ଲୀ ଫେରନ୍ତା ୩୨ ବର୍ଷିୟ ଯୁବକ। ଏହି ଆକ୍ରାନ୍ତ ଯୁବକଙ୍କୁ ମିଶାଇ ବିଞ୍ଝାରପୁରରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୬ରେ ପହଞ୍ଚିଛି। ଆକ୍ରାନ୍ତ ଯୁବକ ଜଣକ ଦିଲ୍ଲୀରୁ ଫେରି ଟିଏମସିରେ ୭ ଦିନ ରହିବା ପରେ ତାଙ୍କ ନିକଟରେ କୌଣସି ଲକ୍ଷଣ ନ ଥିବାରୁ ପ୍ରଶାସନ ପକ୍ଷରୁ ତାଙ୍କୁ ହୋମ କ୍ୱାରାଣ୍ଟାଇନରେ ରହିବାକୁ ପରାମର୍ଶ ଦିଆଯାଇ ଛାଡି ଦିଆଯାଇଥିଲା। ପରେ ସେ ହୋମ କ୍ୱାରାଣ୍ଟାଇନରେ ରହିଥିଲେ।
ଅନ୍ୟପକ୍ଷରେ ତାଙ୍କ ବାହାଘର ଆସନ୍ତା ଜୁଲାଇ ମାସରେ ହେବାକୁ ଧାର୍ଯ୍ୟ କରାଯାଇଥିବାରୁ ସମ୍ପୃକ୍ତ ଯୁବକ ଜଣଙ୍କ ସଚେତନତା ଦୃଷ୍ଟିରୁ ନିଜର କରୋନା ପରୀକ୍ଷା କରିବାକୁ ଆଗ୍ରହ ପ୍ରକାଶ କରି ନିଜ ଅର୍ଥରେ ଭୁବନେଶ୍ୱରର ଏକ ପ୍ରତିଷ୍ଠିତ ଡାକ୍ତରଖାନାରେ କରୋନା ପରୀକ୍ଷା କରିଥିଲେ। ଆଜି ତାଙ୍କ ରିପୋର୍ଟ ପଜିଟିଭ ଆସିବା ପରେ ବିଞ୍ଝାରପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଭାରପ୍ରାପ୍ତ ଅଧିକାରୀ ଡ. ପ୍ରକାଶଚନ୍ଦ୍ର ପଣ୍ଡାଙ୍କ ନେତୃତ୍ୱରେ ଏକ ଟିମ ଜରୀରେ ପହଞ୍ଚି ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କ ତଥ୍ୟ ସଂଗ୍ରହ କରିଛନ୍ତି। ଏଥିସହ ଆକ୍ରାନ୍ତ ଯୁବକଙ୍କୁ ଟାଟା ମେମୋରିୟାଲ କୋଭିଡ ହସ୍ପିଟାଲକୁ ପଠାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗରମ ଗୁଳୁଗୁଳି ସହ ଝଡ଼ବର୍ଷା, ଆଜି ୧୩ ଜିଲାକୁ ୟେଲୋ ଓ୍ୱାର୍ନିଂ

ଭୁବନେଶ୍ୱର,୧୧ା୧୦(ବନ୍ଦନା ସେଠୀ): ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ ବ୍ୟାପିଛି। ଫଳରେ…

ଉମରକୋଟରେ ଛାତ୍ର ସଂସଦ ନିର୍ବାଚନୀ ହିଂସା: ଅଣଛାତ୍ର ଗୋଷ୍ଠୀ ମୁହାଁମୁହିଁ

ନବରଙ୍ଗପୁର/ଉମରକୋଟ,୧୧ା୧୦(ସଦାଶିବ ପ୍ରହରାଜ/ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ପେଣ୍ଡ୍ରାଣୀ କଲେଜ ନିର୍ୱାଚନକୁ କେନ୍ଦ୍ର କରି ଶନିବାର ୨ ଅଣଛାତ୍ର ଗୋଷ୍ଠୀ ମୁହଁାମୁହିଁ ହୋଇଛନ୍ତି। ଗୋଟିଏ ଗୋଷ୍ଠୀର ଛୁରାମାଡ଼ରେ…

‘ଘିବଲି’ ଦୁନିଆ: ଅପରାଧ ଓ ଆଇନ

ମସାମୟିକ ଧାରାରେ ନିଜକୁ ଅଂଶୀଦାର କରିବାର ମାନସିକତା ବିଶ୍ୱ, ପରିବେଶ ସର୍ବୋପରି ମାନବ ସଭ୍ୟତାକୁ ତା’ର ଅଜ୍ଞାତସାରରେ ବିଲୟର କେଉଁ ଦିଗକୁ ଟାଣିନେଇ ଚାଲିଛି ତାହା ବୋଧହୁଏ…

ସିଇସି ଜ୍ଞାନେଶ ହଟାଅ ଦାବିରେ ସିଜେପିର ବିକ୍ଷୋଭ: ଦିଲ୍ଲୀରେ ୭ ହଜାରରୁ ଊର୍ଦ୍ଧ୍ୱ ଅଟକ

ନୂଆଦିଲ୍ଲୀ, ୧୧ା୧୦ (ପି.ଟି.): ମୁମ୍ୱାଇରୁ ବିମାନ ଯୋଗେ ଦିଲ୍ଲୀ ପହଞ୍ଚିବା ପରେ ସିଜେପି ପ୍ରତିଷ୍ଠାତା ଅଭିଜିତ୍‌ ଦୀପ୍‌କେ, ପ୍ରବକ୍ତା ସୌରଭ ଦାସ ଏବଂ ଆଶୁତୋଷ ରାଙ୍କାଙ୍କୁ ଇନ୍ଦିରା…

ନାଗରିକ ସ୍ବାଧୀନତା କ୍ଷୁଣ୍ଣ

୨୦୨୧ ମସିହା ୫ ମାର୍ଚ୍ଚରେ ଭାରତ ସରକାରଙ୍କ ପ୍ରେସ୍‌ ଇନ୍‌ଫର୍ମେଶନ ବ୍ୟୁରୋ (ପିଆଇବି) ପକ୍ଷରୁ ଏକ ବିବୃତି ଜାରି କରାଯାଇଥିଲା, ଯାହାର ଶୀର୍ଷକ ଥିଲା ”ଏକ ସ୍ବାଧୀନ…

୩ ରାଶିଙ୍କ ଉପରେ ପଡିଲା ଶନିଙ୍କ ଶୁଭଦୃଷ୍ଟି: ୨୦୨୭ ମଝି ଯାଏ ଗୋଲ୍‌ଡେନ୍‌ ଟାଇମ୍‌, ମାଲାମାଲ ସହ ଚାକିରିରେ ବଡ଼ ପଦୋନ୍ନତି!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଶନିଙ୍କ ନକ୍ଷତ୍ର ପରିବର୍ତ୍ତନକୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନେ କରାଯାଏ। ଏହାର ପ୍ରଭାବ ୨୦୨୭ ପର୍ଯ୍ୟନ୍ତ ଦେଖିବାକୁ ମିଳିପାରେ ବୋଲି ଜ୍ୟୋତିଷୀଙ୍କ…

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?