୩ ବର୍ଷ ପୂର୍ବେ ବିବାହ କରିଥିଲେ ପୁଅ ଅକାଳରେ ଚାଲିଗଲା ଜୀବନ: ଶେଷକୁ ବାପା କରିଦେଲେ ଏମିତି କାମ …

ଦଶରଥପୁର,୨୪।୫(ସୁଶାନ୍ତ କୁମାର ବେହୁରିଆ): ରୋଜଗାରିଆ ପୁଅର ଅକାଳ ମୃତ୍ୟୁକୁ ସହ୍ୟ କରିପାରିଲେନି ବାପା। ବେକରେ ଗାମୁଛା ଭିଡ଼ି ଆତ୍ମହତ୍ୟା କରିଦେଲେ। ଏଭଳି ଦୁଃଖଦ ଘଟଣା ଯାଜପୁର ଜିଲା ଦଶରଥପୁର ବ୍ଲକ କନିକାପଡା ପଞ୍ଚାୟତ ମାନସିଂପାଟଣା ଗ୍ରାମରେ ଘଟିଛି। ରସାନନ୍ଦ ପଣ୍ଡାଙ୍କ ପୁଅ ଷ୍ଟିମର ପଣ୍ଡା ଓରଫ ସିଲୁ (୩୯) ଘର ନିକଟ ମଙ୍ଗଳପୁର ବଜାରରେ ଗାୟତ୍ରୀ ଷ୍ଟୁଡିଓ କରି ଭଲ ବ୍ୟବସାୟ କରୁଥିଲେ। ବ୍ୟବସାୟରେ ସାହାଯ୍ୟ କରିବାକୁ କେନ୍ଦ୍ରାପଡ଼ା ଅଞ୍ଚଳର ଭିକି ନାମକ ଜଣେ ଯୁବକଙ୍କୁୁ ରଖିଥିଲେ। କୌଣସି କାରଣକୁ ନେଇ ଭିକି ଶୁକ୍ରବାର ସାରେ ବିଷ ପିଇ ଦେବାରୁ ସିଲୁ ତାଙ୍କୁ ମଙ୍ଗଳପୁର ହସ୍ପିଟାଲକୁ ନେଇଥିଲେ। ସେଠାରେ ଚିକିତ୍ସା ସମୟରେ ଯନ୍ତ୍ରଣାରେ ଛାଟିପିଟି ହେଉଥିବା ଭିକି ଅଜାଣତରେ ସିଲୁଙ୍କ ଛାତିକୁ ଶକ୍ତ ଗୋଇଠା ମାରିଥିଲେ। ଫଳରେ ସିଲୁ ଛାତିରେ କଷ୍ଟ ଅନୁଭବ କରିଥିଲେ। ପ୍ରାଥମିକ ଚିକିତ୍ସା ପରେ ସେ ଘରକୁ ଫେରି ବିଶ୍ରାମ ନେଉଥିବାବେଳେ ଛାତିରେ ପୁଣି ପ୍ରବଳ ଯନ୍ତ୍ରଣା ହୋଇଥିଲା। ପରିବାର ଲୋକେ ତାଙ୍କୁ ତୁରନ୍ତ ମଙ୍ଗଳପୁର ହସ୍ପିଟାଲକୁ ନେଇଥିଲେ। ଅବସ୍ଥା ସଙ୍କଟାପନ୍ନ ଥିବାରୁ ଡାକ୍ତର ତାଙ୍କୁ ଜିଲା ଡାକ୍ତରଖାନାକୁ ସ୍ଥାନାନ୍ତର କରିଥିଲେ। ସେଠାରେ ପହଞ୍ଚତ୍ବା ପୂର୍ବରୁ ତାଙ୍କର ମୃତ୍ୟୁ ହୋଇଥିଲା। ଏକ ମାତ୍ର ରୋଜଗାରିଆ ପୁଅର ମୃତ୍ୟୁରେ ଭାଙ୍ଗି ପଡ଼ିଥିଲେ ବାପା ରସାନନ୍ଦ। ଶନିବାର ଭୋର ସମୟରେ ସେ ଘରୁ ପଛ ପାଖରେ ଥିବା ଆମ୍ବଗଛରେ ବେକରେ ଗାମୁଛା ଭିଡ଼ି ଝୁଲିପଡ଼ିଥିଲେ। ପଡୋଶୀଙ୍କ ସହାୟତାରେ ରସାନନ୍ଦଙ୍କୁ ଉଦ୍ଧାର କରାଯାଇ ମଙ୍ଗଳପୁର ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲେ ମଧ୍ୟ ସେତେବେଳକୁ ତାଙ୍କର ମୃତ୍ୟୁ ହୋଇସାରିଥିଲା। ମଙ୍ଗଳପୁର ପୋଲିସ ପହଞ୍ଚତ୍ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ଜିଲା ଡାକ୍ତରଖାନା ପଠାଇବା ସହିତ ୨ ପୃଥକ୍‌ ଅପମୃତ୍ୟୁ ମାମଲା ରୁଜୁ କରିଛି। ୩ ବର୍ଷ ପୂର୍ବେ ବିବାହ କରିଥିବା ସିଲୁଙ୍କର ଦେଢ଼ ବର୍ଷର ପୁଅ ରହିଛି। ଅନ୍ୟପକ୍ଷରେ ବିଷ ପିଇ ଗୁରୁତର ହୋଇଥିବା ସିଲୁଙ୍କ ସହାୟକ ଭିକି କଟକ ବଡ଼ ମେଡିକାଲରେ ମୃତ୍ୟୁ ସହ ସଂଗ୍ରାମ କରୁଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri