Posted inଅପରାଧ

୧୦ ବର୍ଷର ବାଳିକାକୁ ବଳାତ୍କାର ପରେ ବିବାହ; ଶେଷରେ ଛାଡ଼ପତ୍ର

ମୁଜାଫରନଗର, ୨୨।୮: ଉତ୍ତର ପ୍ରଦେଶର ମୁଜାଫରନଗରରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ବଳାତ୍କାରର ଶିକାର ହୋଇଥିବା ୧୦ ବର୍ଷର ଜଣେ ବାଳିକାଙ୍କୁ ଶେଷରେ ବଳାତ୍କାରୀ ବ୍ୟକ୍ତି ସହ ବିବାହ କରିଦିଆଯାଇଥିଲା। କିନ୍ତୁ ବିବାହର ସାଢ଼େ ୪ ବର୍ଷ ପରେ ସେହି ବ୍ୟକ୍ତିଜଣଙ୍କ ବାଳିକାଙ୍କୁ ତିନି ତଲାକ୍‌ ଦେଇ ବାପ ଘରକୁ ପଠାଇ ଦେଇଛି। ତେବେ ସବୁଠାରୁ ଆଶ୍ଚର୍ଯ୍ୟଜନକ ଘଟଣା ହେଉଛି ଏହି ଘଟଣାର ମୁଖ୍ୟ ଅଭିଯୁକ୍ତ ଜଣଙ୍କ ହେଉଛନ୍ତି ବାଳିକାଙ୍କ ଭଉଣୀର ଦିଅର। ଯେତେବେଳେ ବାଳିକାଜଣଙ୍କ ‘ଚାଇଲ୍ଡ କେୟାର ହେଲ୍ପଲାଇନ୍‌’ରେ ଅଭିଯୋଗ କରିଥିଲେ ସେତେବେଳେ ପୁରା ଘଟଣା ସାମ୍ନାକୁ ଆସିଥିଲା। ଚାଇଲ୍ଡ ହେଲ୍ପଲାଇନର ସଦସ୍ୟ ବାଳିକାର ଗ୍ରାମକୁ ଯାଇ ସାକ୍ଷାତ୍‌ କରି ଆସିଛନ୍ତି। ଚାଇଲ୍ଡ ହେଲ୍ପଲାଇନ୍‌ ପକ୍ଷରୁ ଏହି ମାମଲାକୁ ଏବେ ପୋଲିସକୁ ହସ୍ତାନ୍ତର କରିଦିଆଯାଇଛି। ହେଲ୍ପଲାଇନର ସଦସ୍ୟା ପୁନମ ଶର୍ମାଙ୍କ କହିବାନୁଯାୟୀ, ବାଳିକାଜଣଙ୍କ ୨୦୧୬ରେ ତାଙ୍କ ଭଉଣୀଙ୍କ ଦିଅରଙ୍କୁ ବିବାହ କରିଥିଲେ।
ଶାମଲି ଜିଲାରେ ରହୁଛନ୍ତି। ଗତ ୪ ଅଗଷ୍ଟରେ ସେ ବାଳିକାଙ୍କୁ ତଲାକ୍‌ ଦେଇଥିବା କହି ତାଙ୍କ ବାପ ଘରେ ଛାଡ଼ି ଦେଇଥିଲେ। ଏହାପରେ ବାଳିକାଜଣଙ୍କ ଚାଇଲ୍ଡ ହେଲ୍ପଲାଇନର ସହାୟତା ନେଇଥିଲେ। ଏହି ଘଟଣାରେ ପୋଲିସ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

କମାଲ ଦେଖାଇଲେ ଶିଶୁ ବୈଜ୍ଞାନିକ, ଜିଲାପାଳ କହିଲେ…

ବରଗଡ଼,୬ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ରାଣା ପ୍ରତାପ ସ୍କୁଲ ପଡ଼ିଆରେ ଶନିବାର ଜିଲାସ୍ତରୀୟ ବିଜ୍ଞାନ ମେଳା ଉଦ୍‌ଘାଟିତ ହୋଇଛି। ଜିଲା ଶିକ୍ଷା ଅଧିକାରୀ ଜ୍ୟୋତିକାନ୍ତ ସାହୁଙ୍କ ଅଧ୍ୟକ୍ଷତା...

ଫିଫା ବିଶ୍ୱକପ୍‌ ଲାଗି ଡ୍ର’ ଉଠାଣ: ଜାଣନ୍ତୁ କେଉଁ ଦଳ କେବେ କାହାକୁ ଭେଟିବ…

ଓ୍ବାଶିଂଟନ,୬ା୧୨: ଆସନ୍ତା ବର୍ଷ ଆମେରିକା, କାନାଡା ଓ ମେକ୍ସିକୋରେ ହେବାକୁ ଯାଉଥିବା ଫିଫା ବିଶ୍ୱକପ୍‌ ଲାଗି ଶନିବାର ଡ୍ର’ ଉଠାଣ ପ୍ରକ୍ରିୟା ଅନୁଷ୍ଠିତ ହୋଇଯାଇଛି। ଏଥିସହିତ...

ଲାଞ୍ଚ ନେବାବେଳେ ଏଡିଇଓଙ୍କୁ ରେଡ୍‌ ହ୍ୟାଣ୍ଡରେ ଧରିଲା ଭିଜିଲାନ୍ସ, ପାଖରୁ ମିଳିଲା…

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ୍‌ ଅଧୀନ ତାଳପଦା ପଞ୍ଚାୟତ ଆକାଉଣ୍ଟାଣ୍ଟ କମ୍‌ ଡାଟା ଏଣ୍ଟ୍ରି ଅପରେଟର(ଏଡିଇଓ) ଲାଞ୍ଚ ନେଇ ଭିଜିଲାନ୍ସ ହାତରେ...

ନାଡ଼ାପାଟାଙ୍ଗ, ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଦାବିପତ୍ର

ବାଲିଗୁଡ଼ା, ୬।୧୨(ସଞ୍ଜୟ ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ବାରଖମା ପଞ୍ଚାୟତର ନାଡ଼ାପାଟାଙ୍ଗ ଏବଂ ସିନ୍ଦ୍ରିଗାଁ ପଞ୍ଚାୟତର ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଉପଜିଲାପାଳଙ୍କ ଜରିଆରେ...

ବାରବାଟୀରେ ଖେଳିପାରନ୍ତି ଶୁବମନ ଗିଲ୍‌

ଭୁବନେଶ୍ୱର,୬ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ମ୍ୟାଚ୍‌କୁ ଆଉ...

ଗାଧୋଇବା ପାଇଁ ଯାଉଥିବା ବେଳେ ମରଣାନ୍ତକ ଆକ୍ରମ: ଏବେ ଆସିଲା ବଡ଼ ରାୟ

ଦିଗପହଣ୍ଡି,୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶନିବାର ଆଙ୍କୋରଡ଼ା ଗ୍ରାମର ଜେ.ଉଗ୍ରସେନଙ୍କୁ ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଦର୍ଶାଇ ଗିରଫ...

ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ ପାଇଁ ତତ୍ପର:  ଚିକିତ୍ସା ପାଇଁ ଅନ୍ୟତ୍ର ଯିବାକୁ…

ଦାରିଙ୍ଗବାଡି,୬।୧୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଠାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସର ମଧ୍ୟରେ ଶନିବାର ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା ଓ ପ୍ରାଥମିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri