୨ ମାସ ତଳେ କରିଥିଲେ ବିବାହ: ପିନ୍ଧା ଲୁଗାରେ ଜୀବନ ହାରିଲେ ନବବଧୂ

ବ୍ରହ୍ମପୁର ଅଫିସ,୩୦ା୧: ପିନ୍ଧା ଲୁଗାରେ ଝୁଲିପଡ଼ିଲେ ନବବଧୂ। ଏଭଳି ଏକ ଘଟଣା ଘଟିଛି ଗଞ୍ଜାମ ଜିଲା ନିମଖଣ୍ଡି ଥାନା ଗୁରୁଣ୍ଡି ଗ୍ରାମରେ। ମୃତକ ଜଣଙ୍କ ଗୁରୁଣ୍ଠି ଗ୍ରାମର କନକ ବେହେରା (୧୯)। ନିମଖଣ୍ଡି ପୋଲିସ ମୃତଦେହ ଜବତ କରି ନଂ.୨/୨୩ ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି। ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ନବବଧୂଙ୍କ ମୃତଦେହ ପଞ୍ଚନାମା କରାଯାଇଛି। କନକ ଗତ ଦୁଇମାସ ତଳେ ବିବାହ କରିଥିବା ବେଳେ ସେ କାହିଁକି ଆତ୍ମହତ୍ୟା କରିଛନ୍ତି ତାହା ସ୍ପଷ୍ଟ ହୋଇନାହିଁ। ବ୍ୟବଚ୍ଛେଦ ରିପୋର୍ଟ ମିଳିବା ପରେ ମୃତ୍ୟୁର କାରଣ ଜଣାପଡିବ। ପ୍ରାଥମିକ ଅନୁସନ୍ଧାନରୁ କୌଣସି ଏକ ମାନସିକ ଅଶାନ୍ତିରୁ କନକ ଆତ୍ମହତ୍ୟା କରିଥିବା ପୋଲିସ ସନ୍ଦେହ କରୁଛି।
ପ୍ରକାଶ ଯେ, ଗୋଳନ୍ଥରା ଥାନା ଅନ୍ତର୍ଗତ ଚିକରଡ଼ା ଗ୍ରାମର ଦୈତାରି ବେହେରାଙ୍କ ଝିଅ କନକ ନିମଖଣ୍ଡି ଥାନା ଅନ୍ତର୍ଗତ ଗୁରୁଣ୍ଠି ଗ୍ରାମର ଶଙ୍କରଙ୍କୁ ୨୦୨୨ ନଭେମ୍ବର ୨୫ରେ ବୈଦିକ ରୀତିରେ ବିବାହ କରିଥିଲେ। ଶଙ୍କର ଏକ ଘରୋଇ କଲେଜରେ ରୋଷେୟା ଭାବେ କାମ କରନ୍ତି। ରବିବାର ରାତିରେ ଶଙ୍କର ଓ ତାଙ୍କ ସ୍ତ୍ରୀ ଶୋଇବାକୁ ଯାଇଥିଲେ। ବିଳମ୍ବିତ ରାତିରେ ଶଙ୍କର ଉଠି ଦେଖିବା ବେଳକୁ କନକ ସେଠାରେ ନ ଥିଲେ। ରୋଷେଇ ଘରେ କନକ ବେକରେ ଲୁଗା ଲଗାଇ ଓହଳିପଡ଼ିଥିବା ଦେଖି ଲୁଗା କାଟି ପୋଲିସକୁ ଖବର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କର୍କଟ ରାଶିରେ ସୃଷ୍ଟି ହେଲା ଦୁର୍ଲଭ ଚତୁର୍ଗ୍ରହ ଯୋଗ: ଏହି ୪ ରାଶିଙ୍କ ପାଇଁ ଖୋଲିଯିବ ଧନଲାଭର ନୂଆ ଦ୍ୱାର

ଆଜି ୧୧ ଅଗଷ୍ଟ, ୨୦୨୬ରେ ସାବନ ଶିବରାତ୍ରି ଅବସରରେ ଆକାଶରେ ଏକ ବିଶେଷ ଗ୍ରହ ସଂଯୋଗ ସୃଷ୍ଟି ହେଉଛି। ଏହି ଦିନ କର୍କଟ ରାଶିରେ ସୂର୍ଯ୍ୟ, ଗୁରୁ,…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରତିମାସରେ କେତେ ଦରମା ମିଳେ? ବଙ୍ଗଳା-ଭତ୍ତା ଛଡା ବେସିକ୍‌ ସାଲାରୀ କେତେ ଜାଣିଲେ ଚମକି ପଡିବେ…

ନୂଆଦିଲ୍ଲୀ, ୧୧।୮: ଆପଣ ଡାକ୍ତର, ଇଞ୍ଜିନିୟର ଏବଂ ସରକାରୀ କର୍ମଚାରୀଙ୍କ ଭଳି ବିଭିନ୍ନ ବୃତ୍ତିଗତଙ୍କ ଦରମା ବିଷୟରେ ଶୁଣିଥିବେ। ଏହି ପରିପ୍ରେକ୍ଷୀରେ, ଭାରତର ପ୍ରଧାନମନ୍ତ୍ରୀଙ୍କ ଦରମା କେତେ…

ବଢିଲା ଚାମେଲିଙ୍କ ଅଡୁଆ: ହାଇକୋର୍ଟ ଦେଲେ ଏମିତି ନିର୍ଦ୍ଦେଶ

କେନ୍ଦ୍ରାପଡା,୧୧।୮: କେନ୍ଦ୍ରାପଡ଼ା ତିଖିରି ସରପଞ୍ଚ ଚାମେଲି ଓଝାଙ୍କ ବିରୋଧରେ ଅନାସ୍ଥା ପ୍ରସଙ୍ଗରେ ହାଇକୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଦେଇଛନ୍ତି। ନିର୍ବାଚନ ପ୍ରକ୍ରିୟା ଜାରି ରହିବ। ହେଲେ ବିନା ଅନୁମତିରେ…

ପିକଅପ୍‌-କାର ମୁହାଁମୁହିଁ ଧକ୍କା: ଚାଲିଗଲା ଅମିତାଙ୍କ ଜୀବନ

ଭଞ୍ଜନଗର,୧୧।୮(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ମୁଜାଗଡ଼ ପେଟ୍ରୋଲ ପମ୍ପ ନିକଟରେ ମଙ୍ଗଳବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ମହିଳା…

NEET ବିରୋଧରେ ବିଜୟ ସରକାରଙ୍କ ବଡ଼ ପଦକ୍ଷେପ, ବିରୋଧୀ DMK କଲା ସମର୍ଥନ

ନୂଆଦିଲ୍ଲୀ, ୧୧।୮: ତାମିଲନାଡୁର ବିଜୟ ସରକାର ମଙ୍ଗଳବାର ବିଧାନସଭାରେ NEET ପରୀକ୍ଷାକୁ ଉଚ୍ଛେଦ କରିବା ଏବଂ ସ୍ନାତକସ୍ତରୀୟ ମେଡିକାଲ ପାଠ୍ୟକ୍ରମରେ ନାମଲେଖା ପାଇଁ ଦ୍ୱାଦଶ ଶ୍ରେଣୀର ନମ୍ବରକୁ…

ଜାପାନରୁ ଆସୁ ନେତାଜୀଙ୍କ ଅସ୍ଥି: ସୁପ୍ରିମକୋର୍ଟର ଦ୍ବାରସ୍ଥ ହେଲେ ସୁଭାଷ ଚନ୍ଦ୍ର ବୋଷଙ୍କ ଝିଅ, କେନ୍ଦ୍ରକୁ ନୋଟିସ୍!

ନୂଆଦିଲ୍ଲୀ,୧୧।୮: ସ୍ୱାଧୀନତା ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଅସ୍ଥିକୁ ଜାପାନର ଟୋକିଓ ସ୍ଥିତ ରେଙ୍କୋଜି ମନ୍ଦିରରୁ ଭାରତ ଆଣିବା ଦାବିକୁ ନେଇ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି…

ବିନାଶ କାଳେ ବିପରୀତ ବୁଦ୍ଧି.. କାହିଁକି ଏମିତି କହିଲେ ସୁନୀତା

ବଲିଉଡର ବରିଷ୍ଠ ଅଭିନେତା ଗୋବିନ୍ଦାଙ୍କୁ ନିକଟରେ ମୁମ୍ବାଇ ବିମାନବନ୍ଦରରେ ଅଭିନେତ୍ରୀ କୋମଲ ରାଣୀ ସ୍ବର୍ଣ୍ଣକରଙ୍କ ସହ ଦେଖାଯାଇଥିଲା। ଆଗାମୀ ଚଳଚ୍ଚିତ୍ର ‘ରୂପା’ରେ ଗୋବିନ୍ଦାଙ୍କ ସହ-ଅଭିନେତ୍ରୀ ଭାବେ କୋମଲ…

ସ୍ବାସ୍ଥ୍ୟ ବୀମା ଯୋଜନାର ପରିବର୍ତ୍ତନକୁ ନେଇ ତେଜିଲା ବିରୋଧ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର

ଛତ୍ରପୁର,୧୧।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୋପବନ୍ଧୁ ସାମ୍ବାଦିକ ସ୍ବାସ୍ଥ୍ୟ ବୀମା ଯୋଜନାକୁ ଆୟୁଷ୍ମାନ ଭାରତ ଯୋଜନାରେ ପରିବର୍ତ୍ତନ କରିବା ପ୍ରକ୍ରିୟାକୁ ବିରୋଧ କରିଛି ଓଡ଼ିଶା ସାମ୍ବାଦିକ ସଂଘ (ଓଜେୟୁ)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri