୩ ମାସ ତଳେ କରିଥିଲେ ବିବାହ, ଘରୁ ମିଳିଲା ଝୁଲନ୍ତା ମୃତଦେହ: ନବବଧୂଙ୍କ ବାପା ଆଣିଲେ ସାଂଘାତିକ ଅଭିଯୋଗ

ଖଇରା,୩।୯(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ଖଇରା ଥାନା ଗଡପୋଖରୀ ପଞ୍ଚାୟତ ଅଧୀନ ତେନ୍ତଳାଗଡିଆ ଗ୍ରାମରେ ମାତ୍ର ୩ ମାସ ତଳେ ବିବାହ କରିଥିବା ଜଣେ ନବବଧୂଙ୍କ ମୃତଶରୀରକୁ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯିବା ଘଟଣା ସମଗ୍ର ଖଇରା ଅଞ୍ଚଳରେ ଆଲୋଡନ ସୃଷ୍ଟି କରିଛି। ଯୌତୁକ ପାଇଁ ଶାରିରୀକ ମାନସିକ ନିର୍ଯାତନା ଦେଇ ଝିଅକୁ ହତ୍ୟା କରି ଫ୍ୟାନରେ ଟାଙ୍ଗି ଆତ୍ମହତ୍ୟାର ରୂପ ଦିଆଯାଉଥିବା ନେଇ ଶେରପୁର ଗ୍ରାମ ନିବାସୀ ବାପା ସୁଦାମ ସେଠୀ ଖଇରା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି।
ଅଭିଯୋଗ ମୁତାବକ, ଗତ ଜୁନ ମାସରେ ତାଙ୍କ ସାନ ଝିଅ ଲକ୍ଷ୍ମୀପ୍ରିୟାର ବିବାହ ଉକ୍ତ ତେନ୍ତୁଳାଗଡିଆ ଗ୍ରାମର ଜଗନ୍ନାଥ ଦାସଙ୍କ ସହ ହୋଇଥିଲା। ବିବାହ ସମୟରେ ଯୌତୁକ ବାବଦକୁ ସମସ୍ତ ଟଙ୍କା ସୁନାଗହଣା ପ୍ରଦାନ ସତ୍ତ୍ୱେ ଅଧିକ ୧ ଲକ୍ଷ ଟଙ୍କା ପାଇଁ ଶ୍ବଶୁର ଘର ଲୋକେ ଲାଞ୍ଛନା ଦେଇ ଆସୁଥିଲେ। ହେଲେ ଦାବି ମୁତାବକ ସେ ଯୌତୁକ ଦେଇ ନ ପାରିବାରୁ ସ୍ବାମୀ, ଶାଶୁ, ନଣନ୍ଦ, ନଣନ୍ଦେଇ ହତ୍ୟା କରି ଟାଙ୍ଗିଦେଇଥିବା ଅଭିଯୋଗରେ ଉଲ୍ଲେଖ କରିଛନ୍ତି। ଖଇରା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣପୁର ରେଳ ଷ୍ଟେଶନରେ ଯୁବକଙ୍କୁ ଧକ୍କା ଦେଲା ଟ୍ରେନ, ମୃତଦେହ ଉପରେ ପୁଣି ମାଡ଼ିଗଲା ଇଞ୍ଜିନ

ଗୁଣପୁର,୨୧ା୧(ସଂକେତ ପାତ୍ର): ଗୁଣପୁର ରେଳ ଷ୍ଟେଶନରେ ଦୁର୍ଘଟଣା । ଟ୍ରନ ଧକ୍କାରେ ଯୁବକଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ତେବେ ଯୁବକଙ୍କ ଅସାବଧାନତା ପାଇଁ ଦୁର୍ଘଟଣା...

ଆଜି ଭାରତ-ନ୍ୟୁଜିଲାଣ୍ଡ ପ୍ରଥମ ଟି୨୦: ସୂର୍ଯ୍ୟକୁମାରଙ୍କ ଉପରେ ସମସ୍ତଙ୍କ ନଜର

ନାଗପୁର,୨୧ା୧: ସ୍ଥାନୀୟ ବିଦର୍ଭ କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ବୁଧବାର ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ।...

ଗଛରେ ଚଢ଼ି କାଠ କାଟୁଥିଲେ ଶ୍ରମିକ, ହଠାତ୍‌ ଘଟିଲା ଏମିତି…

କେନ୍ଦ୍ରାପଡ଼ା,୨୧ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅନ୍ତର୍ଗତ ପାଳକଣା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଜଣେ ଶ୍ରମିକ ଚାକୁଣ୍ଡା ଗଛରେ ଚଢ଼ି କାଠ...

ଲକ୍ଷ୍ମୀସାଗର ବୁଦ୍ଧନଗର ଅଞ୍ଚଳରେ ଯୁବତୀଙ୍କୁ ବଳାତ୍କାର, ଭଡ଼ାଘରେ ରହି…

ଭୁବନେଶ୍ୱର,୨୧ା୧ : ରାଜଧାନୀ ଭୁବନେଶ୍ବରରେ ଯୁବତୀଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ସାମ୍ନାକୁ ଆସିଛି । ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ପୋଲିସ ତଦନ୍ତ କରି ଜଣେ ଯୁବକଙ୍କୁ...

ଅଧିକାରୀଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ, ସମୟସୀମା ମଧ୍ୟରେ…

ଭୁବନେଶ୍ୱର,୨୧ା୧: ସମସ୍ତ ବରିଷ୍ଠ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। କେନ୍ଦ୍ର ସରକାରଙ୍କ ଚିଠିକୁ ଗୁରୁତ୍ୱ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।...

ଜେଡି ଭାନ୍ସ ଆମେରିକାକୁ ଏମିତି ଖବର ଦେଲେ ଯେ ଖୁସି ହୋଇଗଲା ହ୍ବାଇଟ ହାଉସ, ଜାଣନ୍ତୁ କ’ଣ…

ଓ୍ବାଶିଂଟନ,୨୧।୧: ଆମେରିକାର ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ଏବଂ ତାଙ୍କ ପତ୍ନୀ ଉଷା ଭାନ୍ସ ଜୁଲାଇ ଶେଷ ଭାଗରେ ସେମାନଙ୍କର ଚତୁର୍ଥ ସନ୍ତାନ ଆଶା କରୁଛନ୍ତି। ଭାନ୍ସ...

କାର୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ପିକ୍‌ଅପ୍‌: ୩ ଗୁରୁତର

ବାରିପଦା,୨୧ା୧: ଏନ୍‌ଏଚ୍‌ ୧୬ ଦରକୋଳି ଛକରେ ସିରିଜ ଦୁର୍ଘଟଣା ଘଟିଛି। ଏକ କାର୍‌କୁ ଗୋଟିଏ ପିକ୍‌ଅପ୍‌ ଧକ୍କା ଦେଇଥିବାବେଳେ ପରେ ଟ୍ରକ୍‌କୁ ଧକ୍କା ଦେଇଥିଲା ପିକ୍‌ଅପ୍‌।...

ଶ୍ରୀ ରାମ ମନ୍ଦିର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସ ଅସୁସ୍ଥ, ୩୬ ଘଣ୍ଟା ଉପବାସରେ

ଲକ୍ଷ୍ନୌ,୨୧।୧: ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ ଖରାପ ହୋଇଯାଇଛି। ଗତ ୩୬ଘଣ୍ଟା ଧରି ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri