Posted inଫୁରସତ

ଫେସ୍‌ବୁକରୁ ହେଲା ପ୍ରେମ; ସ୍ବାମୀକୁ ଛାଡ଼ି ପ୍ରେମିକ ସହ ପଳାଇଲା ସ୍ତ୍ରୀ

ହରିଦ୍ୱାର, ୧୨।୧୦: ଫେସ୍‌ବୁକରେ ପ୍ରେମ ବଢ଼ିବାରେ ଲାଗିବା ପରେ ଜଣେ ମହିଳା ତାଙ୍କ ସ୍ବାମୀଙ୍କୁ ଛାଡ଼ି ପ୍ରେମିକ ସହ ଫେରାର୍‌ ହୋଇଯାଇଥିଲେ। ଶେଷରେ ସ୍ବାମୀ ନିଜ ସ୍ତ୍ରୀକୁ ଖୋଜିବା ଲାଗି ପୋଲିସର ସହାୟତା ନେଇଥିଲେ। ଦୀର୍ଘ ୩ ମାସ ପରେ ଶେଷରେ ପୋଲିସ ମହିଳାଙ୍କୁ ଉଦ୍ଧାର କରି ତାଙ୍କ ସମ୍ପର୍କୀୟଙ୍କୁ ହସ୍ତାନ୍ତର କରିଛି।
ଜଣାପଡ଼ିଛି ଯେ, ଲକ୍ସର ନିବାସୀ ଜଣେ ବ୍ୟକ୍ତିଙ୍କ ବିବାହ ରୁର୍‌କୀର ଜଣେ ମହିଳାଙ୍କ ସହ ହୋଇଥିଲା। ଜୁନ୍‌ ୩୦ରେ ମହିଳାଜଣଙ୍କ କିଛି କାମରେ ବାହାରକୁ ଯାଇ ଆଉ ଘରକୁ ଫେରି ନ ଥିଲେ। ଏହାପରେ ମହିଳାଙ୍କ ସ୍ବାମୀ ଥାନାରେ ତାଙ୍କ ସ୍ତ୍ରୀ ନିଖୋଜ ହୋଇଯାଇଥିବା ନେଇ ଅଭିଯୋଗ କରିଥିଲେ। ପୋଲିସ ପ୍ରାଥମିକ ଅନୁସନ୍ଧାନରୁ ଏହା ପ୍ରେମଜନିତ ବ୍ୟାପାର ବୋଲି ଜାଣିବାକୁ ପାଇଥିଲା। ଏହାପରେ ପୋଲିସ ମହିଳାଙ୍କ ଫୋନ୍‌ ରେକର୍ଡ ଯାଞ୍ଚ କରିବାରୁ ଅମରୋହାର ଜଣେ ଯୁବକଙ୍କ ସହ ସେ କଥାବାର୍ତ୍ତା ହେଉଥିବା ଜଣାପଡ଼ିଥିଲା। ପରେ ପୋଲିସ ଏକ ଭଡ଼ାଘରୁ ଉଭୟ ପ୍ରେମୀ ଯୁଗଳଙ୍କୁ ଧରିବାରେ ସଫଳ ହୋଇଥିଲା। ମହିଳାଜଣଙ୍କ କହିଛନ୍ତି ଯେ, ଦେଢ଼ବର୍ଷ ତଳେ ସେ ଅମରୋହାର ଏହି ଯୁବକଙ୍କ ସହ ଫେସ୍‌ବୁକ୍‌ ମାଧ୍ୟମରେ ପରିଚିତ ହୋଇଥିଲେ। ଏହାପରେ ଏହା ପ୍ରେମରେ ପରିଣତ ହୋଇଥିଲା ଏବଂ ଜୁନ୍‌ ୩୦ରେ ସେ ଘରୁ ପଳାଇ ଯାଇଥିଲେ। ପୋଲିସ ମହିଳାଙ୍କୁ ତାଙ୍କ ପରିବାରବର୍ଗଙ୍କୁ ହସ୍ତାନ୍ତର କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ହୋମୱାର୍କ ପାଇଁ ଚାପୁଡ଼ା ମାରିଲେ କ୍ଲାସ୍ ଟିଚର: ଅଚେତ ହୋଇ ଟଳି ପଡ଼ିଲା ୬ ବର୍ଷର ଶିଶୁ, ଡାକ୍ତରଖାନାରେ ମୃତ୍ୟୁ

ବିଶାଖାପାଟଣା, ୨୦।୮: ଆନ୍ଧ୍ରପ୍ରଦେଶର ବିଶାଖାପାଟଣାସ୍ଥିତ ଏକ ଘରୋଇ ସ୍କୁଲରେ ଜଣେ ୬ ବର୍ଷର କୋମଳମତି ଶିଶୁର ସନ୍ଦେହଜନକ ମୃତ୍ୟୁ ଘଟିଛି। ହୋମୱାର୍କ ପୂରା କରି ନ ଥିବା…

ସୁଡ଼ଙ୍ଗ ଭିତରେ ୨ ଟ୍ରକ୍‌ ମୁହାଁମୁହିଁ ଧକ୍କା: ୪ମୃତ, ୭ ଆହତ

ଚଣ୍ଡିଗଡ଼, ୨୦।୮: କିରାତପୁର-ମନାଲି ଜାତୀୟ ରାଜପଥ ଦାଓ୍ବାଡ଼ା ସୁଡ଼ଙ୍ଗ ଭିତରେ ଦୁଇଟି ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୪ଜଣଙ୍କ ମୃତ୍ୟୁ ହୋଇଛି ଏବଂ…

ଶୁକ୍ରବାରଠୁ ସପ୍ତାହେ ଯାଏ ବର୍ଷା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୨୦ା୮(ବନ୍ଦନା ସେଠୀ) – ରାଜ୍ୟରେ ଏବେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ତିନିଦିନ ହେବ ଶୁଖିଲା…

ଇନଷ୍ଟାଗ୍ରାମରୁ ପ୍ରେମ ସମ୍ପର୍କ ଯୋଡ଼ି ଅପହରଣ କରି ନେଇଥିଲେ, ଭୁବନେଶ୍ୱରରୁ ନାବାଳିକାଙ୍କୁ ଉଦ୍ଧାର, ଅଭିଯୁକ୍ତଙ୍କୁ ଗିରଫ କରି…

ଦିଗପହଣ୍ଡି,୨୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ନେଇ କେ.ନୂଆଗାଁ ଥାନାରେ ଅଭିଯୋଗ…

ସିମ୍‌ କାର୍ଡକୁ ନେଇ ନୂଆ ନିୟମ! ଆଉ ୪ଦିନ ପରେ ଏମାନଙ୍କର କଟିଯିବ କନେକ୍ସନ…

ନୂଆଦିଲ୍ଲୀ,୨୦ା୮: ଭାରତରେ ଜଣେ ବ୍ୟକ୍ତିଙ୍କ ନାମରେ ଥିବା ମୋବାଇଲ୍ କନେକ୍ସନ୍‌ର ସୀମାକୁ ସରକାର କଡ଼ାକଡ଼ି ଭାବେ ଲାଗୁ କରିବାକୁ ଯାଉଛନ୍ତି। ଅଗଷ୍ଟ ୨୪ ରୁ ଟେଲିକମ୍ ଅପରେଟରମାନଙ୍କୁ…

କିଭ୍‌ରେ ବଡ଼ଧରଣର ଆକ୍ରମଣ: ୧୬ ମୃତ, ଜେଲେନସ୍କି କହିଲେ…

କିଭ୍‌, ୨୦।୮: ରୁଷିଆ ଗୁରୁବାର ୟୁକ୍ରେନ୍‌ର ରାଜଧାନୀ କିଭ୍‌ ଏବଂ ଏହାର ଆଖପାଖ ଅଞ୍ଚଳରେ ଭୀଷଣ କ୍ଷେପଣାସ୍ତ୍ର ଏବଂ ଡ୍ରୋନ ଆକ୍ରମଣ କରିଛି। ଘଣ୍ଟା ଘଣ୍ଟା ଧରି…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଜେଲ କର୍ମଚାରୀଙ୍କ ପୋଷାକ ଭତ୍ତା ୨ ଗୁଣା ବୃଦ୍ଧି

ଭୁବନେଶ୍ୱର,୨୦।୮: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଏକ ବଡ଼ ଘୋଷଣା କରିଛନ୍ତି। ଜେଲ କର୍ମଚାରୀ ଏବଂ ଅଧିକାରୀଙ୍କ ବାର୍ଷିକ ପୋଷାକ ଭତ୍ତାକୁ ୨ ଗୁଣା ବୃଦ୍ଧି…

ଅସହାୟ ପରିବାରର କରୁଣ କାହାଣୀ: ବାପାଙ୍କ ଦଶାହ କାର୍ଯ୍ୟ ପାଇଁ ଭିକ୍ଷା ମାଗୁଛନ୍ତି ଦୁଇ ଝିଅ-ପୁଅ

ଦିଗପହଣ୍ଡି,୨୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା (୪୯)ଙ୍କ ଗତ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri