Posted inଫୁରସତ

ଫେସ୍‌ବୁକରୁ ହେଲା ପ୍ରେମ; ସ୍ବାମୀକୁ ଛାଡ଼ି ପ୍ରେମିକ ସହ ପଳାଇଲା ସ୍ତ୍ରୀ

ହରିଦ୍ୱାର, ୧୨।୧୦: ଫେସ୍‌ବୁକରେ ପ୍ରେମ ବଢ଼ିବାରେ ଲାଗିବା ପରେ ଜଣେ ମହିଳା ତାଙ୍କ ସ୍ବାମୀଙ୍କୁ ଛାଡ଼ି ପ୍ରେମିକ ସହ ଫେରାର୍‌ ହୋଇଯାଇଥିଲେ। ଶେଷରେ ସ୍ବାମୀ ନିଜ ସ୍ତ୍ରୀକୁ ଖୋଜିବା ଲାଗି ପୋଲିସର ସହାୟତା ନେଇଥିଲେ। ଦୀର୍ଘ ୩ ମାସ ପରେ ଶେଷରେ ପୋଲିସ ମହିଳାଙ୍କୁ ଉଦ୍ଧାର କରି ତାଙ୍କ ସମ୍ପର୍କୀୟଙ୍କୁ ହସ୍ତାନ୍ତର କରିଛି।
ଜଣାପଡ଼ିଛି ଯେ, ଲକ୍ସର ନିବାସୀ ଜଣେ ବ୍ୟକ୍ତିଙ୍କ ବିବାହ ରୁର୍‌କୀର ଜଣେ ମହିଳାଙ୍କ ସହ ହୋଇଥିଲା। ଜୁନ୍‌ ୩୦ରେ ମହିଳାଜଣଙ୍କ କିଛି କାମରେ ବାହାରକୁ ଯାଇ ଆଉ ଘରକୁ ଫେରି ନ ଥିଲେ। ଏହାପରେ ମହିଳାଙ୍କ ସ୍ବାମୀ ଥାନାରେ ତାଙ୍କ ସ୍ତ୍ରୀ ନିଖୋଜ ହୋଇଯାଇଥିବା ନେଇ ଅଭିଯୋଗ କରିଥିଲେ। ପୋଲିସ ପ୍ରାଥମିକ ଅନୁସନ୍ଧାନରୁ ଏହା ପ୍ରେମଜନିତ ବ୍ୟାପାର ବୋଲି ଜାଣିବାକୁ ପାଇଥିଲା। ଏହାପରେ ପୋଲିସ ମହିଳାଙ୍କ ଫୋନ୍‌ ରେକର୍ଡ ଯାଞ୍ଚ କରିବାରୁ ଅମରୋହାର ଜଣେ ଯୁବକଙ୍କ ସହ ସେ କଥାବାର୍ତ୍ତା ହେଉଥିବା ଜଣାପଡ଼ିଥିଲା। ପରେ ପୋଲିସ ଏକ ଭଡ଼ାଘରୁ ଉଭୟ ପ୍ରେମୀ ଯୁଗଳଙ୍କୁ ଧରିବାରେ ସଫଳ ହୋଇଥିଲା। ମହିଳାଜଣଙ୍କ କହିଛନ୍ତି ଯେ, ଦେଢ଼ବର୍ଷ ତଳେ ସେ ଅମରୋହାର ଏହି ଯୁବକଙ୍କ ସହ ଫେସ୍‌ବୁକ୍‌ ମାଧ୍ୟମରେ ପରିଚିତ ହୋଇଥିଲେ। ଏହାପରେ ଏହା ପ୍ରେମରେ ପରିଣତ ହୋଇଥିଲା ଏବଂ ଜୁନ୍‌ ୩୦ରେ ସେ ଘରୁ ପଳାଇ ଯାଇଥିଲେ। ପୋଲିସ ମହିଳାଙ୍କୁ ତାଙ୍କ ପରିବାରବର୍ଗଙ୍କୁ ହସ୍ତାନ୍ତର କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ଛାଡ଼ିବା ଖୁସିରେ ଢୋଲ ବଜାଇ ମାଲିକଙ୍କ ସାମ୍ନାରେ ନାଚିଲେ କର୍ମଚାରୀ, ଚକିତ କରୁଛି Video

ଚାକିରି ଛାଡ଼ିବା ବେଳେ ଦୁଃଖ ଲାଗେ। କାରଣ କମ୍ପାନୀ ଏବଂ ସାଙ୍ଗରେ କାମ କରୁଥିବା ସହକର୍ମୀଙ୍କ ସହ ଏକପ୍ରକାର ନିବିଡ଼ତା ହୋଇଯାଇଥାଏ। ହେଲେ ସୋସିଆଲ ମିଡିଆରେ...

Video: ‘ଜୟ ଶ୍ରୀରାମ’ ନାରା ଦେଇ ଚର୍ଚ୍ଚାରେ ପାକିସ୍ତାନର ପ୍ରଥମ ହିନ୍ଦୁ ବ୍ଲଗର୍‌, ଭାବବିହ୍ବଳ କରୁଛି…

ଆଜିକାଲି ସମୟରେ ବ୍ଲଗିଂ ଏକ ସାଧାରଣ କଥାରେ ପରିଣତ ହେଲାଣି। ଏଭଳି କରି ଭଲ ଦୁଇ ପଇସା ରୋଜଗାର ବି କରିହେଉଛି। ହେଲେ ଚ୍ୟାଲେଞ୍ଜିଂ ସମୟରେ...

ସୋସିଆଲ ମିଡିଆରେ ଛାତ୍ରୀଙ୍କ ପାଠପଢା କେତେ ସୁରକ୍ଷିତ? ମାନସିକ ସ୍ବାସ୍ଥ୍ୟ ଉପରେ ପଡୁଛି ପ୍ରଭାବ: ରିପୋର୍ଟ

ନୂଆଦିଲ୍ଲୀ, ୨୬।୪: ଗୁରୁବାର ‘ଟେକ୍ନୋଲୋଜି ଅନ ଟର୍ମ’ ଶୀର୍ଷକ ଏକ ରିପୋର୍ଟ ସାର୍ବଜନୀନ କରାଯାଇଛି। ଏହା ପ୍ରକାଶ କରିଛି ଯେ ଡିଜିଟାଲ ଟେକ୍ନୋଲୋଜିର ବ୍ୟବହାରରେ ଥିବା...

ସର୍ବପ୍ରଥମେ କେବେ ପିନ୍ଧାଯାଇଥିଲା ମଙ୍ଗଳସୁତ୍ର: ଭାରତ ଛାଡ଼ା ଏସବୁ ଦେଶରେ ଏହାକୁ ପିନ୍ଧାଯାଏ

ହିନ୍ଦୁ ଧର୍ମରେ ବିବାହ ପରେ ମହିଳାମାନେ ବେକରେ ମଙ୍ଗଳସୁତ୍ର ପିନ୍ଧିବା ପ୍ରଥା ରହିଛି। କିନ୍ତୁ ଆପଣ ଜାଣନ୍ତି କି ବିବାହ ପରେ ମହିଳାମାନେ ମଙ୍ଗଳସୁତ୍ର କାହିଁକି...

କୋର୍ଟରେ ସ୍ବାମୀଙ୍କୁ ଜୋତାରେ ପିଟିଲେ ସ୍ତ୍ରୀ: ଭାଇରାଲ ହେଉଛି ଭିଡିଓ

ପ୍ରାୟତଃ ସ୍ବାମୀ ଏବଂ ସ୍ତ୍ରୀଙ୍କ ମଧ୍ୟରେ ସମସ୍ୟା ଉପୁଜିବାର ଅନେକ କାରଣ ଥାଏ। ଏଥିରେ ତୃତୀୟ ପକ୍ଷର ହସ୍ତକ୍ଷେପ ଅତି ସାଧାରଣ ଅଟେ। ଏପରି ପରିସ୍ଥିତିରେ...

ଆଜି ବିଶ୍ୱ ମ୍ୟାଲେରିଆ ଦିବସ

ସଂକ୍ରାମକ, ଅଣସଂକ୍ରାମକ, ନୂଆ ଭାବେ ପରିପ୍ରକାଶ ପାଉଥିବା ଓ ଆଗଠୁ ଅତ୍ୟଧିକ ଥିବା ସହ କମିଯାଇ ପୁଣି ଅଧିକ ସଂଖ୍ୟାରେ ପରିଲକ୍ଷିତ ହେଉଥିବା ରୋଗ ମଧ୍ୟରୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଗାଁ ଦେଶର ମେରୁଦଣ୍ଡ

ଭାରତ ହେଉଛି ବିବିଧତାର ଦେଶ। ଯେତେବେଳେ ଦେଶର ସମଗ୍ର ବିକାଶ ବିଷୟରେ କଥା ଉଠେ, ସେତେବେଳେ ତୃଣମୂଳସ୍ତରରୁ ତାହା ଆରମ୍ଭ ହୋଇଥାଏ। କେବଳ କେନ୍ଦ୍ର ସରକାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri