ନିର୍ଯାତନା ଦେଇ ଆସୁଥିଲେ, ଶେଷରେ ବୋହୂଙ୍କୁ ବିଷ ଦେଇ ମାରିଦେଲେ; ସ୍ବାମୀଙ୍କୁ ଅଟକ ରଖି…

ଦିଗପହଣ୍ଡି,୨୦।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମରେ ଜଣେ ବିବାହିତାଙ୍କୁ ଶ୍ୱଶୁର ଘର ଲୋକେ ବିଷ ଦେଇ ହତ୍ୟା କରିଥିବା ଅଭିଯୋଗ ହୋଇଛି। ବିବାହିତାଜଣଙ୍କ ହେଲେ ରିତୁ ବେହେରା। ଏନେଇ ରିତୁ ଙ୍କ ବାପା ଯୋଗେନ୍ଦ୍ର ପାଟପୁର ଥାନାରେ ଏତଲା ଦେବାପରେ ଆଇଆଇସି ଦୀପ୍ତି ରଞ୍ଜନ ବେହେରା ଥାନା ମାମଲା ନଂ.୨୬୭/୨୫ ଅନୁଯାୟୀ ମକଦ୍ଦମା ରୁଜୁ କରିଛନ୍ତି।

ସୂଚନାନୁଯାୟୀ, ଶେରଗଡ଼ ଥାନା ଜି.ନୂଆପଲ୍ଲୀ ଗ୍ରାମର ରିତୁ ଖଲିଙ୍ଗି ଗ୍ରାମର ସୁରେନ୍ଦ୍ର ବେହେରାଙ୍କ ପୁଅ ମୟୂର ବେହେରାଙ୍କୁ ପ୍ରାୟ ୧୫ ବର୍ଷ ପୂର୍ବେ ବିବାହ କରିଥିଲେ। ତାଙ୍କର ଏକ ପୁଅ ଓ ଝିଅ ଅଛନ୍ତି। କୌଣସି କାରଣକୁ ନେଇ ସ୍ବାମୀ ଓ ଶ୍ୱଶୁର ଘର ଲୋକେ ଗତ କିଛିବର୍ଷ ହେଲା ଶାରିରୀକ ଓ ମାନସିକ ନିର୍ଯାତନା ଦେଇ ଆସୁଥିଲେ। ସୋମବାର ସକାଳେ ରିତୁଙ୍କୁ ସ୍ବାମୀ ଓ ଶ୍ବଶୁର ଘର ଲୋକେ ଜବରଦସ୍ତ ବିଷ ପିଆଇ ଦେଇଥିଲେ। ତାଙ୍କୁ ସଙ୍କଟାପନ୍ନ ଅବସ୍ଥାରେ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ଅପରାହ୍ନ ପ୍ରାୟ ସାଢ଼େ ୪ ଟାରେ ତାଙ୍କ ମୃତ୍ୟୁ ଘଟିଥିଲା। ତଦନ୍ତକାରୀ ଅଧିକାରୀ ଏସ୍‌.ଆଇ ଶ୍ରୀନିବାସ ଦାସ ମଙ୍ଗଳବାର ସକାଳେ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ପହଞ୍ଚି ରିତୁଙ୍କ ମୃତଦେହ ଜବତ କରିବା ପରେ ବ୍ୟବଚ୍ଛେଦ କରାଇ ପରିବାରଲୋକଙ୍କୁ ହସ୍ତାନ୍ତର କରିଥିଲେ। ଶୋକାକୁଳ ପରିବେଶ ମଧ୍ୟରେ ଗାଁ ଶ୍ମଶାନରେ ତାଙ୍କ ଅନ୍ତିମ ସଂସ୍କାର କରାଯାଇଛି। ପୋଲିସ ସାଇଣ୍ଟିଫିକ ଟିମ ସହ ମୟୂରଙ୍କ ଘରେ ପହଞ୍ଚି ସରଜମିନ ତଦନ୍ତ କରି ଫେରିଛନ୍ତି। ରିତୁଙ୍କ ସ୍ବାମୀ ମୟୂରଙ୍କୁ ଥାନାରେ ଅଟକ ରଖି ପୋଲିସ ପଚରାଉଚରା ଜାରି ରଖିଥିବା ଜଣାପଡ଼ିଛି। ଅପରପକ୍ଷରେ ରିତୁ ମାନସିକ ଭାରସାମ୍ୟ ହରାଇ ଘରେ ଥିବା କୀଟନାଶକ ଖାଇ ଦେଇଥିବା ସ୍ବାମୀ ମୟୂର ପୋଲିସ ନିକଟରେ ବୟାନ ଦେଇଛନ୍ତି। ତଦନ୍ତ ପରେ ସବୁକିଛି ସ୍ପଷ୍ଟ ହେବ ବୋଲି ତଦନ୍ତକାରୀ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

କେସିଙ୍ଗା ପଞ୍ଚାୟତ ସମିତି ବୈଠକରେ ଉଠିଲା ଝାଡ଼ାବାନ୍ତି ପ୍ରସଙ୍ଗ, ସରପଞ୍ଚଙ୍କ ଅଭିଯୋଗ ପରେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୦ମ ବୈଠକ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ବୁଧବାର ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।...

ବିକାଶ ଅପେକ୍ଷାରେ ‘ହେଲୋ ପଏଣ୍ଟ’: ଉଦ୍‌ଯାପିତ ହେଲା ‘ରାଜାରାଣୀ ଝାମୁ ଯାତ୍ରା’; ହଜାର ହଜାର ଭକ୍ତଙ୍କ ସମାଗମ; କାଳିସିଙ୍କ…

ଥୁଆମୂଳ ରାମପୁର, ୩୧।୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରାକୃତିକ ସୌନ୍ଦର୍ଯ୍ୟଭରା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରା ସ୍ଥିତ ‘ହେଲୋ ପଏଣ୍ଟ’ଠାରେ ରାଜାରାଣୀ (ମାଳିଚଗା)...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri