୫ ବର୍ଷ ତଳେ ପ୍ରେମ ବିବାହ, ହଠାତ ଶ୍ୱଶୁର ଘର ଲୋକେ ମହିଳାଙ୍କ ମୃତ୍ୟୁ ହେବା ଜଣାଇଲେ; ଥାନାରେ ବାପା ପହଞ୍ଚି…

କୋକସରା,୧୯।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଆମପାଣି ଥାନା ବଡ଼ପୋଡ଼ାଗୁଡ଼ା ଗ୍ରାମର ରିକିରାମ ପ୍ରଧାନୀଙ୍କ ସ୍ତ୍ରୀ ଉର୍ମିଳା ପ୍ରଧାନୀଙ୍କ ଶନିବାର ହଠାତ ମୃତ୍ୟୁ ହୋଇ ଯାଇଥିବା ବେଳେ ତାଙ୍କ ବାପଘର ଲୋକେ ହତ୍ୟା ସନ୍ଦେହ କରି ଥାନାରେ ଅଭିଯୋଗ କରିଛନ୍ତି। ଅନ୍ୟପଟେ ଆମପାଣି ଥାନା ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।
ସୂଚନା ଅନୁସାରେ, ଗତ ୫ବର୍ଷ ତଳେ ରିକିରାମ ସହିତ ତାରାପୁର ପଞ୍ଚାୟତ ଇଚ୍ଛାପୁର (ଗଞ୍ଜିଆଗୁଡା) ଗ୍ରାମର ରଥେ ପୁଝାରୀଙ୍କ ଝିଅ ଉର୍ମିଳାଙ୍କ ପ୍ରେମ ବିବାହ ହୋଇଥିଲା। ସ୍ବାମୀସ୍ତ୍ରୀ ମଧ୍ୟରେ ଉତ୍ତମ ସମ୍ପର୍କ ରହିଥିଲା। ପୁଅଙ୍କ ପରିବାର ଲୋକଙ୍କ କହିବା ଅନୁସାରେ ଶନିବାର ସକାଳୁ ଉର୍ମିଳା ଗାଧୋଇ ସାରି ଘରକୁ ଆସିବା ପରେ ହଠାତ ତଳେ ପଡ଼ିଯାଇଥିଲେ। ଶ୍ବଶୁର ଘର ଲୋକଙ୍କୁ ଜ୍ବାଇଁ ରିକି ଖବର ଦେବା ସହ ଉର୍ମିଳାଙ୍କୁ ଆମ୍ବୁଲାନ୍ସ ଯୋଗେ କୋକସରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ସେଠାରେ ଉର୍ମିଳାଙ୍କ ମୃତ୍ୟୁ ହୋଇଥିବା ଡାକ୍ତର ଘୋଷଣା କରିଥିଲେ। ଅନ୍ୟପଟେ ଝିଅର ବାପା ତାଙ୍କ ଝିଅର ସ୍ବାସ୍ଥ୍ୟ ଠିକ ଥିବା ଓ କୌଣସି ରୋଗରେ ମଧ୍ୟ ପୀଡିତ ନଥିବାବେଳେ ହଠାତ ଝିଅଙ୍କ ମୃତ୍ୟୁ କଥାକୁ ସହଜେ ଗ୍ରହଣ କରିପାରୁନାହାନ୍ତି।  ଜ୍ବାଇଁ ଓ ତାଙ୍କ ଶ୍ବଶୁର ଘର ଲୋକେ ହତ୍ୟା କରି ଭିନ୍ନରୂପ ଦେଉଥିବା ଝିଅର ବାପା ରଥେ ପୁଝାରୀ ସନ୍ଦେହ କରି ଆମପାଣି ଥାନାରେ ଲିଖିତ ଅଭିଯୋଗ କରିଥିବା ଜଣାପଡିଛି। ଆମପାଣି ଥାନା ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିବା ସହ କୋକସରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ମୃତଦେହ ଜବତ କରି ବ୍ୟବଚ୍ଛେଦ କରାଇଥିଲେ। ମାଜିଷ୍ଟ୍ରେଟ ଦାୟିତ୍ୱରେ କୋକସରା ଅତିରିକ୍ତ ତହସିଲଦାର ମୋହନ ଚରଣ ଜେନାଙ୍କ ଉପସ୍ଥିତରେ ପରିବାରଲୋକଙ୍କୁ ମୃତଦେହ ହସ୍ତାନ୍ତର କରାଯାଇଥିବା ସୂଚନା ମିଳିଛି।

Enter your email to get our daily news in your inbox.

All Right Reserved By Dharitri.Com

ବର୍ଷା ପାଇଁ ଭଞ୍ଜନଗର ୱାଟର ପାର୍କବନ୍ଦ: ଜଳଭଣ୍ଡାରର ଜଳସ୍ତର ବୃଦ୍ଧି

ଭଞ୍ଜନଗର, ୫।୭ (ବାବୁଲା ପ୍ରଧାନ): ମୌସୁମୀ ବର୍ଷା ଆରମ୍ଭ ହେବା ସହ ଭଞ୍ଜନଗର ୱାଟର ପାର୍କରେ ପର୍ଯ୍ୟଟକଙ୍କ ସଂଖ୍ୟା ଯଥେଷ୍ଟ କମିଯାଇଛି। ଅନ୍ୟପକ୍ଷରେ ପରିଚାଳନା ଖର୍ଚ୍ଚ ବଢ଼ିବା…

ଗାଲେରୀ କାଳୀ ମନ୍ଦିରରୁ ବଡ଼ ଧରଣର ଚୋରି; କୋଟି କୋଟି ଟଙ୍କାର ଅଳଙ୍କାର ଲୁଟ୍‌

ଭଞ୍ଜନଗର, ୫।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଅଞ୍ଚଳରେ ଚୋରି ଓ ଡକାୟତି ଘଟଣା ଦିନକୁ ଦିନ ବଢ଼ୁଥିବା ବେଳେ ରବିବାର ସକାଳେ ଆଉ ଏକ…

ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ: ହତ୍ୟା କରି ଦିଆଯାଉଛି ଦୁର୍ଘଟଣାର ରୂପ

ନୂଆପଡ଼ା,୫।୭ (ମକାରୁ ବେମାଲ): ନୂଆପଡ଼ା ସଦର ବ୍ଲକ କୋଟେନଚୁଆ ପଞ୍ଚାୟତ ତିଲେଇଝର ଗାଁରେ ଶୁକ୍ରବାର ରାତିରେ ଜଣେ ଯୁବକଙ୍କ ଟ୍ରାକ୍ଟରରୁ ପଡି ମୃତ୍ୟୁ ଘଟିଥିବା ଖରିଆର ରୋଡ…

ପୋଡ଼ମପେଟା ପରେ ଏବେ ଆର୍ଯ୍ୟପଲ୍ଲୀ: କୂଳ ଲଙ୍ଘୁଛି ସମୁଦ୍ର, ଚିନ୍ତାରେ ମତ୍ସ୍ୟଜୀବୀ ସମ୍ପ୍ରଦାୟ

ଛତ୍ରପୁର, ୫।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ସମୁଦ୍ର କୂଳ କ୍ଷୟକୁ ନେଇ ଚିନ୍ତା ବଢ଼ିବାରେ ଲାଗିଛି। ପୋଡ଼ମପେଟା ସମେତ ବିଭିନ୍ନ ଉପକୂଳବର୍ତ୍ତୀ ଅଞ୍ଚଳରେ ସମୁଦ୍ର କୂଳ…

ଦେଶୀ, ବିଦେଶୀ ମଦ ଜବତ, ମହିଳାଙ୍କ ସମେତ ଅନ୍ୟ ଜଣେ ଅଭିଯୁକ୍ତ ଗିରଫ

ଦିଗପହଣ୍ଡି,୪ା୭(ଅଶେଷ ନାଥ ମିଶ୍ର): ଦେଶୀ ଓ ବିଦେଶୀ ମଦ କାରବାର ଅଭିଯୋଗରେ ପୋଲିସ ଜଣେ ମହିଳା ଓ ଜଣେ ପୁରୁଷଙ୍କୁ ଗିରଫ କରିଛି। ସେମାନେ ହେଲେ ସାନୁ…

ବୀରମହାରାଜପୁର ପ୍ରବଳ ବର୍ଷା, ପୂର୍ବତନ ସରପଞ୍ଚଙ୍କ ଘରେ ପସିଲା ପାଣି

ବୀରମହାରାଜପୁର,୪।୭(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳର ଶନିବାର ସାରୁ ତୁହାକୁ ତୁହା ବର୍ଷା ଲାଗି ରହିଛି। ଫଳରେ ଜନ ଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ପ୍ରବଳ…

ଦଶମନ୍ତପୁରରେ ରେକର୍ଡ ଭାଙ୍ଗିଲା ବର୍ଷା

କୋରାପୁଟ/ନନ୍ଦପୁର,୪ା୭(ଅମିତାଭ ବେହେରା/ତୁଷାରକାନ୍ତ ମହାନ୍ତି)-କୋରାପୁଟ ଜିଲାରେ ଲଗାଣ ବର୍ଷା ଜାରି ରହିଛି। ବର୍ଷା ଯୋଗୁ ସହରର ମିଶନ କମ୍ପାଉଣ୍ଡ ଛକରେ ଗଛ ପଡ଼ି ୨୬ ନଂ. ଜାତୀୟ ରାଜପଥ…

ଚିକିତ୍ସାରେ ଅବହେଳା, ପ୍ରସୂତିଙ୍କ ମୃତ୍ୟୁର ତଦନ୍ତ ନିର୍ଦ୍ଦେଶ ଦେଲେ ଜିଲାପାଳ

ବରଗଡ଼,୪।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁରସ୍ଥିତ ଏକ ଘରୋଇ ନର୍ସିଂହୋମ୍‌ରେ ଚିକିତ୍ସାରେ ଅବହେଳା କରାଯାଇଥିବା ଯୋଗୁ ପ୍ରସୂତିଙ୍କ ମୃତ୍ୟୁ ଅଭିଯୋଗ ଘଟଣାକୁ ଜିଲାପାଳ ଆଦିତ୍ୟ ଗୋୟଲ ଗୁରୁତ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri