ସନ୍ତୁଳନ ହରାଉଛି ମଙ୍ଗଳ ଗ୍ରହ

ଓ୍ବାଶିଂଟନ,୧୨।୧: ମଙ୍ଗଳ ଗ୍ରହ ସମ୍ପର୍କରେ ମହାକାଶ ବିଜ୍ଞାନୀଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ସୂଚନା ମିଳିଛି। ଧୀରେଧୀରେ ମଙ୍ଗଳ ଗ୍ରହ ନିଜର ସନ୍ତୁଳନ ହରାଇ ବସୁଛି। ନିଜ ଅକ୍ଷ ଚାରିପଟେ ଘୂରିବା ସମୟରେ ଏଭଳି ଅନିୟମିତତା ସୃଷ୍ଟି ହେଉଛି। ତେବେ ଏଭଳି କେଉଁ କାରଣରୁ ହେଉଛି ସେ ନେଇ ମହାକାଶ ବିଜ୍ଞାନୀ ଚିନ୍ତାରେ ପଡ଼ିଛନ୍ତି। ଆମେରିକାନ୍‌ ଜିଓଫିଜିକାଲ ୟୁନଅନ ପକ୍ଷରୁ ଏସମ୍ପର୍କିତ ଏକ ରିପୋର୍ଟ ପ୍ରକାଶ ପାଇଛି। ନିଜ ଅକ୍ଷ ପଥରେ ମଙ୍ଗଳ ଗ୍ରହ ସିଧା ନ ଘୂରି ରହି ରହି ଟଳମଳ ଅବସ୍ଥାରେ ଘୂରୁଛି। ପ୍ରତି ୨୦୦ ଦିନରେ ଗ୍ରହ ନିଜର ମୂଳ ଘୂରିବା ପ୍ରକ୍ରିୟାଠାରୁ ୪ ଇଞ୍ଚ ଦୂରେଇବାରେ ଲାଗିଛି। ଏଭଳି ଅବସ୍ଥାକୁ ମହାକାଶ ବିଜ୍ଞାନୀମାନେ ଚାଣ୍ଡଲେର୍‌ ଓ୍ବେବଲ କୁହାଯାଇଥାଏ। ପ୍ରଥମେ ମହାକାଶ ବିଜ୍ଞାନୀ ସେଥ୍‌ କାର୍ଲୋ ଚାଣ୍ଡଲେର୍‌ ଏହି ମହାଜାଗତିକ ସ୍ଥିତି ସମ୍ପର୍କରେ ତଥ୍ୟ ଉପସ୍ଥାପନ କରିଥିଲେ। ତେଣୁ ତାଙ୍କର ନାମ ଅନୁସାରେ ଗ୍ରହର ଏଭଳି ସ୍ଥିତିକୁ ନାମିତ କରାଯାଇଛି। ଏଭଳି ଗତି କରି ମଙ୍ଗଳ ସୌରମଣ୍ଡଳର ଦ୍ୱିତୀୟ ଗ୍ରହ ପାଲଟିଛି। ଏହା ପୂର୍ବରୁ ପୃଥିବୀର ଆବର୍ତ୍ତନ ଗତିରେ ଏଭଳି ସମସ୍ୟା ଦୃଷ୍ଟି ଗୋଚର ହୋଇଥିଲା। ଇତିମଧ୍ୟରେ ପୃଥିବୀ ନିଜ ଅକ୍ଷ ପଥରୁ ୩୦ ଫୁଟ ଦୂରେଇ ଯାଇଛି। ପ୍ରତି ୪୩୩ ଦିନରେ ପୃଥିବୀର ଆବର୍ତ୍ତନ ଗତିରେ ଏଭଳି ତ୍ରୁଟି ଦେଖିବାକୁ ମିଳୁଥିବା ରିପୋର୍ଟରେ ଉଲ୍ଲେଖ କରାଯାଇଛି। ପୃଥିବୀ ଅକ୍ଷ ପଥରେ ଦେଖା ଦେଉଥିବା ଅନିମିତତା ପରିବେଶ ପ୍ରଦୂଷଣ ଏବଂ ସାମୁଦ୍ରିକ ଚାପ ରହିଥିବା ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧବିରତିର ମାତ୍ର କିଛି ଘଣ୍ଟା ପରେ ଇରାନ ତୈଳ ବିଶୋଧନାଗାରରେ ବିସ୍ଫୋରଣ, କିଏ କଲା ଆକ୍ରମଣ?

ତେହେରାନ,୮।୪: ଆମେରିକା ସର୍ତ୍ତମୂଳକ ଯୁଦ୍ଧବିରତି ଘୋଷଣା କରିବାର କିଛି ଘଣ୍ଟା ପରେ ଇରାନର ଲାଭାନ ଦ୍ୱୀପରେ ପ୍ରଥମ ବଡ଼ ଆକ୍ରମଣ ହୋଇଛି । ଲାଭାନ ଦ୍ୱୀପରେ ଥିବା…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଯୁଦ୍ଧବିରତି ଭିତରେ ଭାରତର ବଡ଼ ବିଜୟ! ୭ବର୍ଷ ପରେ ଚାଇନାକୁ ଦେଲା ଝଟ୍‌କା

ନୂଆଦିଲ୍ଲୀ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ, ବୁଧବାର (୮ ଏପ୍ରିଲ, ୨୦୨୬) ଦିନ ଅଶୋଧିତ ତୈଳ ଭବିଷ୍ୟତରେ ତୀବ୍ର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

ହଜାର ହଜାର ଆଖୁଚାଷୀ, ଶ୍ରମିକଙ୍କ ଜୀବନଜୀବିକା ପ୍ରଭାବିତ, ପୁନଃ ଚିନିକଳ କାର୍ଯ୍ୟକ୍ଷମ ଦାବି କରି…

ବଲାଙ୍ଗୀର,୮ା୪(ସୁନିଲ କୁମାର ମହାନ୍ତି): ଦେଓଗାଁ ଚିନିକଳ ସମିତି ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟାନନ୍ଦ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଦାବି ନେଇ…

ବିବାଦୀୟ ମନ୍ତବ୍ୟ ଦେବା ପରେ କ୍ଷମା ମାଗିଲେ ଖାର୍ଗେ, ଭାବନାକୁ ଆଘାତ ଦେବା…

ନୂଆଦିଲ୍ଲୀ,୮।୪: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଗୁଜରାଟର ଲୋକଙ୍କ ସମ୍ପର୍କରେ ଦେଇଥିବା ବୟାନ ପାଇଁ କ୍ଷମା ପ୍ରାର୍ଥନା କରିଛନ୍ତି । ସେ କହିଛନ୍ତି ଯେ ସେ ସବୁବେଳେ ଗୁଜରାଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri