‘ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟରୁ ମାର୍ଶାଲ ଆର୍ଟ ରହିଛି’

ଭଞ୍ଜନଗର,୨୬ା୪(ବାବୁଲା ପ୍ରଧାନ): ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ୮ଦିନ ବ୍ୟାପୀ ଚାଲିଥିବା ଯୁକ୍ତ ୩ ବାଳିକା ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଶନିବାର ଉଦ୍‌ଯାପିତ ହୋଇଯାଇଛି। ତନରଡ଼ାସ୍ଥିତ ଆଇଆର୍‌ବି ସତନ୍ତ୍ର ଅଷ୍ଟମ ବାଟାଲିୟନ ଦୁର୍ଗପତି
ସୁଧାକର ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ମାର୍ଶାଲ ଆର୍ଟ ବା ଆତ୍ମରକ୍ଷା ତାଲିମ ବହୁ ପୂର୍ବରୁ ଅଛି ବୋଲି କହିଥିଲେ। ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟରେ ଏକ ରାଷ୍ଟ୍ରର ଯବାନ ମାନେ ମାର୍ଶାଲ ଆର୍ଟ ମାଧ୍ୟମରେ ପ୍ରତିପକ୍ଷଙ୍କୁ ମୁକାବିଲା କରିଥିଲେ। ଯେତେବେଳେ ଯୁଦ୍ଧରେ ଗୁଳି ଗୋଳା ସରିଯାଏ ସେତେବେଳେ ମାର୍ଶାଲ ଆର୍ଟ ମାଧ୍ୟମରେ ନିଜକୁ ସୁରକ୍ଷିତ ରଖିବା ସହ ପ୍ରତିପକ୍ଷକୁ ମୁକାବିଲାରେ ସହାୟକ ହୋଇଥାଏ ବୋଲି ମିଶ୍ର କହିଥିଲେ। ଛାତ୍ରୀ ମାନେ ଆତ୍ମରକ୍ଷା ତାଲିମ ନେବାପରେ ସେମାନଙ୍କ ମଧ୍ୟରେ ଆତ୍ମବିଶାସ ବଢିବ। ରାସ୍ତାରେ ସେମାନେ ଏକୁଟିଆ ଗଲାବେଳେ ଆଉ ଏକୁଟିଆ ଅନୁଭବ କରିବେ ନାହିଁ ବୋଲି ସେ ପ୍ରକାଶ କରିଥିଲେ। ଅଧ୍ୟକ୍ଷ ରାଜେନ୍ଦ୍ର ଦାସ ଅଧ୍ୟକ୍ଷତା କରିଥିଲେ। ପ୍ରଶାସନିକ ଅଧିକାରୀ ବିଭାସ ଦାସ ସଂଯୋଜନା କରିଥିଲେ। ଅଧ୍ୟାପିକା ବିଶ୍ମିତା ଛତର, କଳ୍ପନା ସାଣ୍ଢ, ଅଧ୍ୟାପକ ସୁନିଲ ଦାସ, ବିଦେଶୀ ରାଉତ, ଡ ସୀମାଞ୍ଚଳ ବେହେରା, ଦିଗନ୍ତ ଜେନା, ଦାମୋଦର ରଥ ପ୍ରମୁଖ ଉପସ୍ଥିତ ରହି ନିଜ ମତ ରଖିଥିଲେ। ଏହି ଅବସରରେ ଛାତ୍ରୀମାନଙ୍କୁ ପ୍ରମାଣପତ୍ର ପ୍ରଦାନ ନ କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ବିଧାୟକଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତରେ ବୁଧବାର ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବିଭିନ୍ନ ନବନିର୍ମିତ ପ୍ରକଳ୍ପର ଉଦଘାଟନ କରିବା...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri