Posted inଖେଳ

ମାର୍ଟିନ ଗୁପ୍ଟିଲଙ୍କ ବିସ୍ଫୋରକ ବ୍ୟାଟିଂ: ସିରିଜ ଜିତିଲା ନ୍ୟୁଜିଲାଣ୍ଡ

ଓ୍ବେଲିଂଟନ,୭।୩: ଅଷ୍ଟ୍ରେଲିଆ ବିପକ୍ଷ ପଞ୍ଚମ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୨୭ଟି ବଲ୍‌ ବାକିଥାଇ ୭ ଉଇକେଟରେ ଅତି ସହଜରେ ବିଜୟ ହାସଲ କରିଛି। ଏଥିସହିତ ୫ ମ୍ୟାଚ୍‌ ବିଶିଷ୍ଟ ଏହି ଟି୨୦ ସିରିଜରେ ନ୍ୟୁଜିଲାଣ୍ଡ ୩-୨ ବ୍ୟବଧାନରେ ବାଜି ମାରିଛି। ସ୍ଥାନୀୟ ସ୍କାଏ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ପ୍ରଥମେ ବ୍ୟାଟିଂ କରି ଅଷ୍ଟ୍ରେଲିଆ ୨୦ ଓଭରରେ ୮ ଉଇକେଟ ହରାଇ ୧୪୨ ରନ୍‌ ସଂଗ୍ରହ କରିଥିଲା। ଜବାବରେ ନ୍ୟୁଜିଲାଣ୍ଡ ୧୫.୩ ଓଭରରେ ୩ ଉଇକେଟ ହରାଇ ବିଜୟଲକ୍ଷ୍ୟ ହାସଲ କରି ନେଇଥିଲା। ୪୬ ବଲରୁ ୭ ଚୌକା ଓ ୪ ଛକା ସହ ୭୧ ରନର ଦ୍ରୁତ ଅର୍ଦ୍ଧଶତକୀୟ ପାଳି ଖେଳିଥିବା ନ୍ୟୁଜିଲାଣ୍ଡ ଅଭିଜ୍ଞ ଓପନର ମାର୍ଟିନ ଗୁପ୍ଟିଲ ପ୍ଲେୟର ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଛନ୍ତି। ସେହିପରି ସିରିଜରେ ସ୍ଥିର ପ୍ରଦର୍ଶନ କରିଥିତ୍ବା ନ୍ୟୁଜିଲାଣ୍ଡ ସ୍ପିନର ଇଶ୍‌ ସୋଧୀ ପ୍ଲେୟାର ଅଫ୍‌ ଦି ସିରିଜ ବିବେଚିତ ହୋଇଛନ୍ତି। ୧୪୩ ରନ୍‌ ବିଜୟ ଲକ୍ଷ୍ୟର ପିଛା କରି ନ୍ୟୁଜିଲାଣ୍ଡ ଅତି ସହଜରେ ବିଜୟୀ ହୋଇଥିଲା। ଗୁପ୍ଟିଲଙ୍କ ୭୧ରନକୁ ବାଦ୍‌ ଦେଲେ ଡେଭନ କନ୍‌ଓ୍ବେ ୩୬ ରନ୍‌ ସଂଗ୍ରହ କରିଥିଲେ। ଅଧିନାୟକ କେନ୍‌ ଓ୍ବିଲିୟମସନ ଖାତା ଖେଳିବା ପୂର୍ବରୁ ଆଉଟ୍‌ ହୋଇଥିଲେ। ଗ୍ଲେନ୍‌ ଫିଲିପ୍ସ ୧୬ ବଲରୁ ୫ ଚୌକା ଓ ୨ ଛକା ସହ ୩୪ ରନ୍‌ କରି ଅପରାଜିତ ରହିବା ସହ ଦଳକୁ ବିଜୟୀ କରାଇଥିଲେ। ମାର୍କ ଚାମ୍ପିୟନ ୧ ରନକରି ଅପରାଜିତ ରହିଥିଲେ। ବୋଲିଂରେ ଅଷ୍ଟ୍ରେଲିଆ ତରଫରୁ ରିଲେ ମେରେଡିଥ ୨ ଓ ଝେ ରିଚାର୍ଡସନ ଗୋଟିଏ ଉଇକେଟ ଅକ୍ତିଆର କରିଥିଲେ। ପ୍ରଥମେ ବ୍ୟାଟିଂ କରିଥିବା ଅଷ୍ଟ୍ରେଲିଆ ପକ୍ଷରୁ ଉଇକେଟକିପର ବ୍ୟାଟ୍ସମ୍ୟାନ ମାଥ୍ୟୁ ଓ୍ବେଡ୍‌ ସର୍ବାଧିକ ୪୪, ଅଧିନାୟକ ଆରୋନ ଫିଞ୍ଚ୍‌ ୩୬, ମାର୍କସ ଷ୍ଟୋଇନିସ୍‌ ୨୬, ମିଚେଲ ମାର୍ଶ ୧୦ ରନ୍‌ କରି ଆଉଟ ହୋଇଥିବା ଅନ୍ୟମାନେ ଦୁଇଅଙ୍କ ଛୁଇଁ ପାରି ନ ଥିଲେ। ନ୍ୟୁଜିଲାଣ୍ଡ ପକ୍ଷରୁ ବୋଲିଂରେ ଇଶ୍‌ ସୋଧୀ ସର୍ବାଧିକ ୩, ଟିମ୍‌ ସୌଦି ଓ ଟ୍ରେଣ୍ଟ ବୋଲ୍ଟ ୨ଟି ଲେଖାଏ ଓ ମାର୍କ ଚପମାନ ଗୋଟିଏ ଉଇକେଟ ଅକ୍ତିଆର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri