ଶହୀଦ ମାନ୍ୟତା, ୫୦ଲକ୍ଷ ଟଙ୍କା କ୍ଷତିପୂରଣ ଦାବି

ଖୋର୍ଦ୍ଧା ଅଫିସ/ନିରାକାରପୁର/ଜଟଣୀ, ୬ା୨(ଡି.ଏନ୍‌.ଏ.): ଖବର ସଂଗ୍ରହ ପାଇଁ ଯାଇଥିବା ବେଳେ ମାଓବାଦୀମାନେ ବିଛାଇଥିବା ଲ୍ୟାଣ୍ଡମାଇନ ବିସ୍ଫୋରଣରେ ‘ଧରିତ୍ରୀ’ ଖବରଦାତା ରୋହିତ ବିଶ୍ୱାଳଙ୍କ ଶନିବାର ମୃତ୍ୟୁ ଘଟିଛି। ଏନେଇ ଖୋର୍ଦ୍ଧା ସାମ୍ବାଦିକ ଭବନ ପରିସରରେ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଏଥିରେ ‘ଧରିତ୍ରୀ’ର ଖୋର୍ଦ୍ଧା ଜିଲା ପ୍ରତିନିଧି ପ୍ରଭାତ ପାଣିଗ୍ରାହୀ ସଂଯୋଜନା କରିଥିଲେ। ଛାପା ଓ ବୈଦ୍ୟୁତିକ ଗଣମାଧ୍ୟମ ପ୍ରତିନିଧିମାନେ ଯୋଗଦେଇ ରୋହିତଙ୍କ ଆତ୍ମାର ସଦ୍‌ଗତି ନିମନ୍ତେ ନୀରବ ପ୍ରାର୍ଥନା କରିବା ସହ ସ୍ମୃତିଚାରଣ କରିଥିଲେ। ରୋହିତଙ୍କୁ ଶହୀଦ ମାନ୍ୟତା ଓ ତାଙ୍କ ପରିବାରଙ୍କୁ ୫୦ଲକ୍ଷ ଟଙ୍କା କ୍ଷତିପୂରଣ ଦେବା ପାଇଁ ରାଜ୍ୟ ସରକାରଙ୍କ ନିକଟରେ ଗଣମାଧ୍ୟମ ପ୍ରତିନିଧିମାନେ ଦାବି କରିଛନ୍ତି। ଓୟୁଜେ ରାଜ୍ୟ ସମ୍ପାଦକ ପ୍ରସନ୍ନ ପାଇକରାୟ, ଜିଲା କାର୍ଯ୍ୟକାରୀ ସଭାପତି ଲୋହିତ ନାରାୟଣ ମହାପାତ୍ର, ସମନ୍ବିତ କର୍ମଜୀବୀ ସାମ୍ବାଦିକ ସଂଘ(ଓୟୁଡବ୍ଲ୍ୟୁଜେ) ଜିଲା ସଭାପତି ପ୍ରକାଶ ହାତୀ, ନିରଞ୍ଜନ ଦୋରା, ପ୍ରବୀଣ ଭଞ୍ଜ, ବାଲାଜୀ ପାତ୍ର, ରବି ନାରୟଣ ସାହୁ, ମନୋଜ ସାହୁ, ପ୍ରଶାନ୍ତ ସାହୁ ପ୍ରମୁଖ ଉପସ୍ଥିତ ଥିଲେ। ସେହିପରି ନିରାକାରପୁର ଖବରଦାତା ସଂଘ ପକ୍ଷରୁ ଖବରଦାତା ମାନସ ଚନ୍ଦ୍ର ପଟ୍ଟନାୟକଙ୍କ ଆବାହକତ୍ୱରେ ରୋହିତଙ୍କ ଅମର ଆତ୍ମାର ସଦ୍‌ଗତି ନିମନ୍ତେ ନୀରବ ପ୍ରାର୍ଥନା କରାଯାଇଥିଲା। ଏଥିରେ ହିମାଂଶୁ ଭୂଷଣ ଚମ୍ପତ୍ତିରାୟ, ଉମେଶ ପଟ୍ଟନାୟକଙ୍କ ସମେତ ଅନ୍ୟ ଖବରଦାତାମାନେ ଉପସ୍ଥିତ ଥିଲେ।
ଜଟଣୀ ପୌରାଞ୍ଚଳସ୍ଥିତ ଗାନ୍ଧୀ ଉଦ୍ୟାନ ପରିସରରେ ଖବରଦାତା ରବୀନ୍ଦ୍ର ନାଥ ମହାକୁଡ଼ଙ୍କ ଆବାହକତ୍ୱରେ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଥିଲା। ଏଥିରେ ବରିଷ୍ଠ ଖବରଦାତା ରବି ସ୍ବାଇଁ ଅଧ୍ୟକ୍ଷତା କରିଥିଲେ। ରୋହିତଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟାର୍ପଣ ସହ ଆତ୍ମାର ସଦ୍‌ଗତି ନିମନ୍ତେ ନୀରବ ପ୍ରାର୍ଥନା କରାଯାଇଥିଲା। ଅନ୍ୟମାନଙ୍କ ମଧ୍ୟରେ ଈଶ୍ୱର ସାମନ୍ତରାୟ, ସଜ୍ଜନ ଅଗ୍ରଓ୍ବାଲ, ଦିଲୀପ ଶତପଥୀ, ଶ୍ରୀକାନ୍ତ ପରିଜା, ଶ୍ରୀକାନ୍ତ ପ୍ରଧାନ, ଏମ.ଡି. ଇସ୍‌ମାଇଲ ଅଲ୍ଲୀ, ରଙ୍ଗନାଥ ବେହେରା, ଅମରେଶ ରାଉତରାୟ, ହୃଦାନନ୍ଦ କଦମାନସିଂହ, ବିଶ୍ୱଜିତ୍‌ ସାମନ୍ତରାୟ, ହରିହର ତ୍ସ୍ବାଇଁ, ଲଳିତ ମହାରଣା, ସଂଗ୍ରାମ ହୋତା ପ୍ରମୁଖ ଉପସ୍ଥିତ ଥିଲେ। ନବୀନ ମହାପାତ୍ର ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?