ମାରୁତି ସୁଜୁକି ଫ୍ରୋନକ୍ସର ଅନାବରଣ

ଭୁବନେଶ୍ୱର,୩।୫: ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ମାରୁତି ସୁଜୁକି ଇଣ୍ଡିଆ ଲିମିଟେଡ୍‌ (ଏମ୍‌ଏସ୍‌ଆଇଏଲ୍‌)ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିମିର୍ର୍ତ ନ୍ୟୁ ‘ଫ୍ରୋନକ୍ସ’ର ସର୍ବଭାରତୀୟ ଉନ୍ମୋଚନ ଓ ବଜାର ପ୍ରବେଶ ହୋଇଯାଇଛି। ଏପରିକି ମାରୁତି ସୁଜୁକିର ପ୍ରିମିୟମ ରିଟେଲ ନେଟ୍‌ୱର୍କ ନେକ୍ସା ଜରିଆରେ ନ୍ୟୁ ଫ୍ରୋନ୍‌ଏକ୍ସକୁ ଦେଶବ୍ୟାପୀ ବିକ୍ରି କରାଯାଉଛି ବୋଲି କମ୍ପାନୀ ପକ୍ଷରୁ କୁହାଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀର ସ୍ବୀକୃତିପ୍ରାପ୍ତ ଡିଲର ନେକ୍ସା ରାଜଭବନ ପକ୍ଷରୁ ମଙ୍ଗଳବାର ଏକ ସ୍ବତନ୍ତ୍ର ଅନାବରଣ ଉତ୍ସବର ଆୟୋଜନ କରାଯାଇଥିଲା। ଏହି ଅବସରରେ ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କର ଆଞ୍ଚଳିକ ମହାପ୍ରବନ୍ଧକ ଉଦୟ ଭାସ୍କର ରେଡ୍ଡୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାର ଅନାବରଣ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଏମ୍‌ଏସ୍‌ଆଇଏଲ୍‌ ନେକ୍ସା ଡିଭିଜନର ଆର୍‌ଏମ୍‌ କାର୍ତ୍ତିକ ରାଜା, ମାରୁତି ସୁଜୁକି ନେକ୍ସାର ଟେରିଟୋରି ସେଲ୍‌ସ ମ୍ୟାନେଜର ଅନୁଭବ ବେହେରା ଏବଂ ନେକ୍ସା ରାଜଭବନର ଜିଏମ୍‌ ବି.ବି. ପଣ୍ଡା ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ବିଶେଷକରି ନ୍ୟୁ ଫ୍ରୋନକ୍ସକୁ କମ୍ପାନୀ ତା’ର ପ୍ରଥମ ଅଫ୍‌-ରୋଡ୍‌ ଗାଡ଼ି ଭାବେ ଡିଜାଇନ କରିଥିବା ବେଳେ ଏଥିରେ ଅନେକ ଆଧୁନିକ ବୈଶିଷ୍ଟ୍ୟ ସହ ଆଡଭାନ୍ସଡ ୧.୨ ଏଲ୍‌. କେ.ସିରିଜ ଡୁଆଲ ଜେଟ୍‌ ଏବଂ ୧.୦ ଏଲ୍‌ ଟର୍ବ ବୁଷ୍ଟର ଜେଟ୍‌ ଇଞ୍ଜିନ ସହିତ ଆସୁଛି। ଉଲ୍ଲେଖଯୋଗ୍ୟ, ନ୍ୟୁ ଫ୍ରୋନକ୍ସ ୧୦ଟି ଭାରିଆଣ୍ଟ ସହ ୬ଟି ଆକର୍ଷଣୀୟ ରଙ୍ଗରେ ଉପଲବ୍ଧ। ଏହାର ଏକ୍ସ ଶୋ’ରୁମ୍‌ ମୂଲ୍ୟ ୭.୪୬ ଲକ୍ଷ ଟଙ୍କାରୁ ଆରମ୍ଭ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ଇରାନ ସହିତ ଚୁକ୍ତି ପୂର୍ବରୁ ଇସ୍ରାଏଲର ବଡ଼ ଆକ୍ରମଣ, ରାଗିଯାଇ ଟ୍ରମ୍ପ କହିଲେ ଏହା ଉଚିତ…

ଓ୍ବାଶିଂଟନ,୧୪।୬: ରବିବାର ଦିନ ଇସ୍ରାଏଲ ଲେବାନନର ରାଜଧାନୀ ବେରୁଟ ଉପରେ ଆକ୍ରମଣ କରିଛି । ଏହି ଆକ୍ରମଣ ଏପରି ସମୟରେ ଘଟିଛି ଯେତେବେଳେ ଆମେରିକା ଏବଂ ଇରାନ…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri