ମାରୁତି ସୁଜୁକିର ନୂଆ ଗ୍ରାଣ୍ଡ୍‌ ଭିଟାରାର ଅନାବରଣ ଉତ୍ସବ

ଭୁବନେଶ୍ୱର,୪।୧୧:ଦେଶର ପ୍ରମୁଖ ଚାରିଚକିଆ ଯାନ ନିର୍ମାତା ମାରୁତି ସୁଜୁକି ଇଣ୍ଡିଆ ଲିମିଟେଡ୍‌ (ଏମ୍‌ଏସ୍‌ଆଇଏଲ୍‌)ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ନ୍ୟୁ ଗ୍ରାଣ୍ଡ୍‌ ଭିଟାରା’ର ସର୍ବଭାରତୀୟ ବଜାର ପ୍ରବେଶ ନିକଟରେ ହୋଇଯାଇଛି। ଏପରିକି ଗୁରୁବାର ଭୁବନେଶ୍ୱରସ୍ଥିତ ଗଜପତିନଗରଠାରେ ଏମ୍‌ଏସ୍‌ଆଇଏଲ୍‌ର ସ୍ବୀକୃତିପ୍ରାପ୍ତ ଡିଲର ତୁସି ମୋଟର୍ସ ନେକ୍ସା ଶୋ’ରୁମ୍‌ ପକ୍ଷରୁ ଉକ୍ତ ଯାନର ଅନାବରଣ ସାଙ୍ଗକୁ ଗ୍ରାହକ ଡେଲିଭର ମଧ୍ୟ କରାଯାଇଛି। ଏହି ଅବସରରେ ବଲିଉଡ୍‌ ଅଭିନେତ୍ରୀ ନୀଲମ୍‌ କୋଠାରୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାର ଅନାବରଣ ସହ ବଜାର ପ୍ରବେଶ କରାଇଛନ୍ତି। ସେହିଭଳି ଏହାର ପ୍ରଥମ ୧୫ ଗ୍ରାହକଙ୍କୁ ମଧ୍ୟ ସେ ଚାବି ହସ୍ତାନ୍ତର କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଏମ୍‌ଏସ୍‌ଆଇଏଲ୍‌ର ବହୁ ବରିଷ୍ଠ ଅଧିକାରୀ ଏବଂ ତୁସି ମୋଟର୍ସର ନିର୍ଦ୍ଦେଶକ ଅଂଶୁମାନ ପଟ୍ଟନାୟକ ଓ ପରିଚାଳନା ନିର୍ଦ୍ଦେଶିକା ପ୍ରୀତିପଲ୍ଲବୀ ପଟ୍ଟନାୟକଙ୍କ ସମେତ ଶୋ’ରୁମ୍‌ର ବହୁ ବରିଷ୍ଠ ଅଧିକାରୀ, କର୍ମଚାରୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ। ଏହି ପରିପ୍ରେକ୍ଷୀରେ ତୁସି ମୋଟର୍ସ ପ୍ରାଇଭେଟ୍‌ ଲିମିଟେଡ୍‌ ପକ୍ଷରୁ ନୂଆ କାର୍‌, ସର୍ଭିସ୍‌ ଏବଂ ସ୍ପେୟାର କ୍ରୟ କ୍ଷେତ୍ରରେ ମଧ୍ୟ ଏକ କାର୍ଡର ଶୁଭାରମ୍ଭ କରାଯାଇଛି। ଅପରପକ୍ଷରେ ଉକ୍ତ ଯାନରେ ଗ୍ରାହକ ନେକ୍ସାର ସିଗ୍ନେଚର୍‌ ଡିଜାଇନ ସହ ଆକର୍ଷଣୀୟ ପାୱାର ଟ୍ରେନ୍‌ ବିକଳ୍ପ ରହିଛି। ଏହାର ବଜାର ମୂଲ୍ୟ ୧୦.୪୫ ଲକ୍ଷ ଟଙ୍କାରୁ ଆରମ୍ଭ ହୋଇ ୧୭.୫ ଲକ୍ଷ ଟଙ୍କାରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri