Posted inଖେଳ

ମେରୀ କମ୍‌ ନିରୀକ୍ଷଣ କମିଟି ମୁଖ୍ୟ

ନୂଆଦିଲ୍ଲୀ,୨୪ା୧:ଭାରତୀୟ ବକ୍ସିଂ କିମ୍ବଦନ୍ତୀ ଏମ୍‌ସି ମେରୀ କମ୍‌ଙ୍କୁ ୫ ଜଣିଆ ନିରୀକ୍ଷଣ କମିଟିର ମୁଖ୍ୟ ଭାବେ ନିଯୁକ୍ତ କରିଛି କ୍ରୀଡ଼ା ମନ୍ତ୍ରଣାଳୟ। ଭାରତୀୟ କୁସ୍ତିଯୋଦ୍ଧା ସଂଘ (ଡବ୍ଲ୍ୟୁଏଫ୍‌ଆଇ) ସଭାପତି ବ୍ରିଜ ଭୂଷଣ ଶରଣ ସିଂଙ୍କ ନାମରେ ମହିଳା ଆଥ୍‌ଲେଟଙ୍କୁ ଯୌନ ଉତ୍ପୀଡ଼ନ ଅଭିଯୋଗ ଆସିବା ପରେ କେନ୍ଦ୍ର କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରାଳୟ ପକ୍ଷରୁ ମାମଲାର ତଦନ୍ତ ଶେଷ ନ ହେବା ଯାଏ ସଭାପତିଙ୍କୁ ପଦରୁ ଦୂରେଇ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା। ଫଳରେ ଆସନ୍ତା ଏକ ମାସ ପାଇଁ ଡବ୍ଲ୍ୟୁଏଫ୍‌ଆଇର କାର୍ଯ୍ୟଭାର ପରିଚାଳନା ଲାଗି ସୋମବାର ୫ ଜଣିଆ ନିରୀକ୍ଷଣ କମିଟି ଗଠନ କରାଯାଇଛି। ମେରୀ କମ୍‌ଙ୍କ ନେତୃତ୍ୱରେ ଗଠିତ କମିଟିରେ ଯୋଗେଶ୍ୱର ଦତ୍ତ, ପୂର୍ବତନ ବ୍ୟାଡ୍‌ମିଣ୍ଟନ ଖେଳାଳି ତଥା ମିଶନ୍‌ ଅଲିମ୍ପିକ୍ସ ସେଲ୍‌ ସଦସ୍ୟ ତୃପ୍ତି ମୁର୍ଗୁଣ୍ଡେ, ପୂର୍ବତନ ଟପ୍ସ ସିଇଓ ରାଜଗୋପାଳନ୍‌ ଏବଂ ସାଇର ପରିଚାଳନା ନିର୍ଦ୍ଦେଶକ ରାଧିକା ଶ୍ରୀମାନ୍‌ ପ୍ରମୁଖ ରହିଛନ୍ତି। କ୍ରୀଡ଼ା ମନ୍ତ୍ରୀ ଅନୁରାଗ ଠାକୁର ଏହି କମିଟି ସମ୍ପର୍କରେ ଘୋଷଣା କରିଛନ୍ତି। ଏହି କମିଟି ଡବ୍ଲ୍ୟୁଏଫ୍‌ଆଇର ଦୈନନ୍ଦିନ କାର୍ଯ୍ୟ ପରିଚାଳନା କରିବ। ଭିନେଶ୍‌ ଫୋଗତ, ବଜରଙ୍ଗ ପୁନିଆ ଓ ସାକ୍ଷୀ ମଲିକଙ୍କ ପରି କୁସ୍ତିଯୋଦ୍ଧା ଡବ୍ଲ୍ୟୁଏଫ୍‌ଆଇ ସଭାପତି ବ୍ରିଜ ଭୂଷଣ ଶରଣ ସିଂଙ୍କ ନାମରେ ଯୌନଶୋଷଣ ଓ ଏକଚ୍ଛତ୍ରବାଦ୍‌ର ଅଭିଯୋଗ ଆଣିବା ସହିତ ନୂଆଦିଲ୍ଲୀର ଯନ୍ତରମନ୍ତରଠାରେ ଆନ୍ଦୋଳନରେ ବସିଥିଲେ। କ୍ରୀଡ଼ା ମନ୍ତ୍ରାଳୟ ପକ୍ଷରୁ ଖେଳାଳି ମାନଙ୍କ ସହିତ ମାରାଥନ ଆଲୋଚନା ପରେ ଏକ ତଦନ୍ତ କମିଟି ଗଠନର ପ୍ରତିଶ୍ରୁତି ମଧ୍ୟ ଦିଆଯାଇଥିଲା। ଭାରତୀୟ ଅଲିମ୍ପିକ୍‌ ସଂଘ (ଆଇଓଏ) ପକ୍ଷରୁ ୭ ଜଣିଆ କମିଟି ଗଠନ କରାଯାଇଛି। ଏହି କମିଟିରେ ମେରୀ କମ୍‌, ଡୋଲା ବାନାର୍ଜୀ, ଅଳକାନନ୍ଦା ଅଶୋକ, ଯୋଗେଶ୍ୱର ଦତ୍ତ, ସହଦେବ ଯାଦବ ଏବଂ ଦୁଇଜଣ ଓକିଲ ଟାଲିଶ ରୟ ଓ ଶ୍ଲୋକ ଚନ୍ଦ୍ରାଙ୍କୁ ସାମିଲ କରାଯାଇଛି। ଏହି କମିଟି ୪ ସପ୍ତାହ ମଧ୍ୟରେ ବ୍ରିଜ୍‌ ଭୂଷଣଙ୍କ ବିରୋଧରେ ଆସିଥିବା ଅଭିଯୋଗର ପୁଙ୍ଖାନୁପୁଙ୍ଖ ତଦନ୍ତ କରିବ। ଉଭୟ ମେରୀ କମ୍‌ ଏବଂ ଯୋଗେଶ୍ୱର ଦତ୍ତ ଉଭୟ ତଦନ୍ତ କମିଟି ଏବଂ ନିରୀକ୍ଷଣ କମିଟିର ସଦସ୍ୟ ରହିଛନ୍ତି। ଡବ୍ଲ୍ୟୁଏଫ୍‌ଆଇ ସଭାପତି ବ୍ରିଜ ଭୂଷଣ ଶରଣ ସିଂଙ୍କ ଇସ୍ତଫା ସହିତ ତୁରନ୍ତ ଡବ୍ଲ୍ୟୁଏଫ୍‌ଆଇକୁ ଭାଙ୍ଗିବା ଦାବିରେ ଏହି ଖେଳାଳିମାନେ ଧାରଣାରେ ବସିଥିଲେ। ତେବେ ଏଭଳି ଅଭିଯୋଗକୁ ବ୍ରିଜ ଭୂଷଣ ଅସ୍ବୀକାର କରିବା ସହିତ ଜଣେ ବ୍ୟବସାୟୀ ଏହି ସମସ୍ତ ମାମଲା ପଛରେ ଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୁଧ-ମଙ୍ଗଳଙ୍କ ଯୋଗରେ ୪ ରାଶିଙ୍କ ଖୋଲିବ ଭାଗ୍ୟ, ୨ଗୁଣା କରିବେ ଇନକମ୍‌! ମାସେ ଯାଏ ଧନଯୋଗ…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳବାର ୧ ସେପ୍ଟେମ୍ୱର, ୨୦୨୬ ସଂଧ୍ୟା ୬ଟା ୪୮ ମିନିଟରୁ ବୁଧ ଏବଂ ମଙ୍ଗଳ ଗ୍ରହ ପରସ୍ପରଠାରୁ ୬୦ଓ ଦୂରତାରେ ଅବସ୍ଥାନ କରିବେ,…

ଇସ୍ତଫା ଦେଲେ ମିଶ୍‌ବା-ଉଲ-ହକ୍‌, କାହିକି ଜାଣନ୍ତୁ…

କରାଚି,୧ା୯: ଇଂଲଣ୍ଡ ଟୁର୍‌ରେ ପ୍ରଥମ ଦୁଇ ଟେଷ୍ଟରେ ଶୋଚନୀୟ ପରାଜୟ ପରେ ପାକିସ୍ତାନ କ୍ରିକେଟ୍‌ରେ ଆମୂଳଚୂଳ ପରିବର୍ତ୍ତନ ଜାରି ରହିଛି। ଦଳର ୭ ଖେଳାଳିଙ୍କୁ ସ୍ବଦେଶ ପଠାଇ…

ୟୁକ୍ରେନ୍‌ରେ ରୁଷିଆର ଡ୍ରୋନ୍‌ ଆକ୍ରମଣ: ଭାରତୀୟଙ୍କ ସମେତ ୧୨ ମୃତ

କିଭ୍‌,୧ା୯: ୟୁକ୍ରେନ୍‌ରେ ରୁଷିଆର ଆକ୍ରମଣରେ ଜଣେ ଭାରତୀୟଙ୍କ ସମେତ ୧୨ ଜଣଙ୍କ ମୃତ୍ୟୁ ଘଟିଥିବା ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ମଙ୍ଗଳବାର କହିଛନ୍ତି। ୟୁକ୍ରେନ୍‌ର ବିଭିନ୍ନ ସହର…

କାହିଁକି ବାରମ୍ୱାର ୨୬ ତାରିଖରେ ଘଟୁଛି ପ୍ରଳୟ? ଭେଙ୍ଗାବାବା ଖୋଲିଲେ ରହସ୍ୟ…

ନୂଆଦିଲ୍ଲୀ,୧।୯: ନେପାଳ-ତିବ୍ଦତ ସୀମାରେ ହିମାଳୟର ହିମବାହ (ଗ୍ଲେସିୟର) ଭାଙ୍ଗି ହୋଇଥିବା ପ୍ରଳୟଙ୍କାରୀ ବନ୍ୟା ଓ ଭୂସ୍ଖଳନ ପରେ ଏବେ ସାରା ବିଶ୍ୱରେ ଚାଞ୍ଚଲ୍ୟ ଖେଳିଯାଇଛି। ଶହ ଶହ…

ଜେଲରୁ ମୁକୁଳିଲେ ଗଞ୍ଜାମ ଜିଲା ବିଜେଡି ସଭାପତି ବିକ୍ରମ ପଣ୍ଡା: ଶତାଧିକ ସମର୍ଥକଙ୍କ ଗହଣରେ ବିଶାଳ ଶୋଭାଯାତ୍ରା

ବ୍ରହ୍ମପୁର,୧।୯(ସୁବାସ ଚନ୍ଦ୍ର ପାଢ଼ୀ): ବହୁ ଚର୍ଚ୍ଚିତ ଆଇନଜୀବୀ ତଥା ଭାଜପା ନେତା ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲାରେ ଗିରଫ ହୋଇଥିବା ଗଞ୍ଜାମ ଜିଲା ବିଜେଡି ସଭାପତି ତଥା…

କନ୍ୟାସନ୍ତାନ ଜନ୍ମଦେବା ପରେ ଆଖି ବୁଜିଲେ ମା’

ପାଟଣା, ୧ା୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବଡ଼ପଶି ଗ୍ରାମର କମଳ କିଶୋର ଜେରାଇଙ୍କ ସ୍ତ୍ରୀ ତିଲୋତ୍ତମା ତିରିଆ (୨୫)ଙ୍କର ଚିକିତ୍ସାଧୀନ…

ସାହାଣୀ କପ୍‌ ଫୁଟ୍‌ବଲ୍‌: ୩ରେ ହେବ ଖେଳାଳି ଚୟନ, କେମିତି କରିବେ ଆବେଦନ ଜାଣନ୍ତୁ…

କେନ୍ଦୁଝର,୧।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା କ୍ରୀଡ଼ା ସଂସ୍ଥା ଆନୁକୂଲ୍ୟରେ ସାହାଣୀ କପ୍‌ ସିନିଅର ପୁରୁଷ ଆନ୍ତଃ ଜିଲା ଫୁଟ୍‌ବଲ୍‌ ଟୁର୍ନାମେଣ୍ଟ ପାଇଁ ଆସନ୍ତା ଗୁରୁବାର ଷ୍ଟାଡିୟମ୍‌…

ମହିଳାଙ୍କୁ ଫସାଇ ଏକାଧିକ ଥର ବଳାତ୍କାର, ଅନ୍ତରଙ୍ଗ ମୁହୁର୍ତ୍ତ ଫଟୋ ଭିଡିଓ ଭାଇରାଲ: ଅବସରପ୍ରାପ୍ତ ସାମରିକ କର୍ମଚାରୀ ଗିରଫ

ଦିଗପହଣ୍ଡି,୧|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁର ଜଣେ ବିବାହିତା ମହିଳାଙ୍କୁ ପ୍ରେମଜାଲରେ ଫସାଇ ଏକାଧିକ ଥର ବଳାତ୍କାର କରିବା ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri