Posted inଖେଳ

ବ୍ରିଜ ଭୂଷଣଙ୍କ ଉପରେ ଲାଗିଥିବା ଅଭିଯୋଗର ଯାଞ୍ଚ କରିବ ୭ ଜଣିଆ କମିଟି

ନୂଆଦିଲ୍ଲୀ,୨୦।୧: ରେସଲିଂ ଫେଡେରେଶନ୍‌ ଏବଂ ରେସଲରଙ୍କ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଭାରତୀୟ ଅଲିମ୍ପିକ୍‌ ଆସୋସିଏଶନ(ଆଇଓଏ) ଏକ ବଡ଼ ନିଷ୍ପତ୍ତି ନେଇଛି। ଡବ୍ଲୁଏଫ୍‌ଆଇ ମୁଖ୍ୟ ବ୍ରିଜ ଭୂଷଣ ସିଂହଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗର ଯାଞ୍ଚ କରିବାକୁ ଏକ ୭ ଜଣିଆ କମିଟି ଗଠନ କରାଯାଇଛି। ଏହି କମିଟିର ସଦସ୍ୟଙ୍କ ମଧ୍ୟରେ ମ୍ୟାରି କମ୍‌, ଡୋଲା ବାନାର୍ଜୀ, ଅଳକାନନ୍ଦା ଅଶୋକ, ଯୋଗେଶ୍ୱର ଦତ୍ତ, ସହଦେବ ଯାଦବ ଏବଂ ୨ ଓକିଲଙ୍କ ନାମ ଅନ୍ତର୍ଭୁକ୍ତ ରହିଛି।

ତିନି ଦିନ ଧରି ରେସଲରମାନେ ଦିଲ୍ଲୀର ଜନ୍ତରମନ୍ତରରେ ଧାରଣାରେ ବସିଛନ୍ତି। ଏହାକୁ ନେଇ ରାଜନୀତି ସରଗରମ ରହିଥିବା ବେଳେ ଶୁକ୍ରବାର ଆଇଓଏ ଏକ ବୈଠକ ଡାକିଥିଲା। ଏହା ଏକ ଗମ୍ଭୀର ମାମଲା ଥିବାରୁ ଯାଞ୍ଚ କରାଯାଉଛି। ସମସ୍ତ ପକ୍ଷଙ୍କୁ ଆମେ ଡାକିବୁ। ଆଇଓଏ ସଦସ୍ୟ ସହଦେବ ମଧ୍ୟ କମିଟିରେ ଅଛନ୍ତି। ଯାଞ୍ଚକୁ ନେଇ କୌଣସି ସମୟସୀମା ନିର୍ଦ୍ଧାରିତ କରାଯାଇନାହିଁ ବୋଲି ଆଇଓଏ କହିଛି।

ପୂର୍ବରୁୁ ଖେଳ ମନ୍ତ୍ରଣାଳୟ କୁସ୍ତି ମହାସଂଘ ଏବଂ ଅଧ୍ୟକ୍ଷଙ୍କୁ ୭୨ ଘଣ୍ଟା ମଧ୍ୟରେ ସ୍ପଷ୍ଟିକରଣ ଦେବାକୁ ଆଦେଶ ଦେଇଥିଲେ। ତଦନୁଯାୟୀ ବ୍ରିଜ ଭୂଷଣଙ୍କ ପକ୍ଷରୁ ଜବାବ ଦାଖଲ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri