ପୁଅ ବାହାଘରରେ ଭାରତୀୟ ଡିଜାଇନର ଲେହେଙ୍ଗା ପିନ୍ଧିଲେ ମରିୟମ

ଇସଲାମାବାଦ,୧୮ ।୧୨: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନୱାଜ ଶରିଫଙ୍କ ଝିଅ ତଥା ପିଏଲ୍‌ଏମ୍‌-ଏନ୍‌ର ଉପାଧ୍ୟକ୍ଷା ମରିୟମ ନୱାଜଙ୍କ ପୁଅ ଜୁନୈଦ ସଫଦରଙ୍କର ଆୟଶା ସୈଫ ଖାଁଙ୍କ ସହ ବିବାହ ହୋଇ ଯାଇଛି । ଏହି ବିବାହ ଏବେ ପାକିସ୍ତାନରେ ଚର୍ଚ୍ଚାର ବିଷୟ ପାଲଟିଛି । ମଙ୍ଗଳବାର ଆୟଶା ଓ ଜୁନୈଦଙ୍କ ପାଇଁ ଭବ୍ୟ ବାରାତର ଆୟୋଜନ କରାଯାଇଥିଲା । ପୁଣି ଏହି ବିବାହ ସମାରୋହ ଏକ ସପ୍ତାହ ପର୍ଯ୍ୟନ୍ତ ଚାଲିଲା ଯେଉଁଥିରେ ପାକିସ୍ତାନର ଜଣାଶୁଣା ଲୋକେ ସାମିଲ ହୋଇଥିଲେ । ଏହି ବିବାହକୁ ନେଇ ବେଶି ଚର୍ଚ୍ଚା ହେଉଛି ମରିୟମଙ୍କ ପୋଷାକର । ପୁଅ ବାହାଘରରେ ମରିୟମ ଯେଉଁ ପୋଷାକ ପିନ୍ଧିଥିଲେ ତାହା ଦେଖିବା ଭଳି ଥିଲା ଯାହାକୁ ନେଇ ଏବେ ଚର୍ଚ୍ଚା ଚାଲିଛି । ମରିୟମ ନୱାଜ ବିବାହର ପ୍ରତିଟି ରଶମରେ ସ୍ୱତନ୍ତ୍ର ଭାବେ ଡିଜାଇନ କରାଯାଇଥିବା ଭିନ୍ନ ଭିନ୍ନ ପୋଷାକ ପିନ୍ଧିଥିଲେ । ସେ କୱାଲି ନାଇଟରେ ଗୋଲାପି ଶାଢି, ମେହେନ୍ଦିରେ ନୀଳ ରଙ୍ଗର ଲେହେଙ୍ଗା ଓ ବାରାତରେ ସବୁଜ ରଙ୍ଗର ଲେହେଙ୍ଗା ପିନ୍ଧିଥିଲେ । ସେ ପୁଅର ମେହେନ୍ଦି ସେରିମନିରେ ଯେଉଁ ନୀଳ ରଙ୍ଗର ଲେହେଙ୍ଗା ପିନ୍ଧିଥିଲେ ତାକୁ ଭାରତର ଡିଜାଇନର ଅଭିନବ ମିଶ୍ରା ଡିଜାଇନ କରିଥିଲେ । ରେଶମ ଲେହେଙ୍ଗାରେ କାଚ ଓ ଗୋଟିକାମ କରାଯାଇଥିଲା । ଏହାକୁ ପିନ୍ଧିବା ପରେ ମରିୟମଙ୍କ ସୁନ୍ଦରତା ଆହୁରି ବଢି ଯାଇଥିଲା । ଏହି ଲେହଙ୍ଗାର ଦାମ୍ ଅଭିନବ ମିଶ୍ରାଙ୍କ ୱେବସାଇଟରେ ୪ଲକ୍ଷ ଟଙ୍କା ହୋଇଥିବା ବେଳେ ପାକିସ୍ତାନ ଟଙ୍କାରେ ଏହା ଆହୁରି ଅଧିକ ହୋଇଥିବ ବୋଲି କୁହାଯାଉଛି । ଅନ୍ୟ ସମସ୍ତ ପୋଷାକ ପାକସ୍ତାନୀ ଡିଜାଇନରଙ୍କ ଦ୍ୱାରା ଡିଜାଇନ କରାଯାଇଥିଲା । ଏବେ ମରିୟମଙ୍କ ଡ୍ରେସିଂ ସେନ୍ସକୁ ଦେଖି ସୋସିଆଲ ମିଡିଆ ୟୁଜର୍ସ କହୁଛନ୍ତି ବୋହୂ ଅପେକ୍ଷା ଶାଶୁ ତ ଅଧିକ ସୁନ୍ଦର ଲାଗୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମୋ ଭାଇ ଡାକୁଛି, ମୁଁ ପଳେଇବି…୬ ମାସ ଭିତରେ ଡକାଡକି ହୋଇ ଚାଲିଗଲେ ୩ ଭାଇ, ଜାଣନ୍ତୁ ଚାଞ୍ଚଲ୍ୟକର ଘଟଣା

କାନପୁର,୧୩।୧୦: ଉତ୍ତରପ୍ରଦେଶର କାନପୁର ଜିଲାର ୱାଜିଦପୁର ଅଞ୍ଚଳରେ ଗୋଟିଏ ପରିବାରର ତିନି ଜଣ ଭାଇଙ୍କ ମୃତ୍ୟୁ ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ମାତ୍ର ୬ ମାସ ମଧ୍ୟରେ…

ବାର୍‌ହା ପାଇଁ ବିଛା ଯାଇଥିବା ତାରରେ ଫଶିଗଲେ ଚାଷୀ; ଚାଲିଗଲା ଜୀବନ, ଗ୍ରାମରେ ଶୋକାକୂଳ ପରିବେଶ

ଦିଗପହଣ୍ଡି,୧୩।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ପଞ୍ଚାୟତ ପ୍ରତାପଗିରି ଗ୍ରାମ ନିକଟ ଚାଷଜମିରେ କେହି ଶିକାରୀ ବନ୍ୟଜନ୍ତୁ ବାରହା ଶିକାର ପାଇଁ ବିଦ୍ୟୁତ…

ଇଂଲଣ୍ଡକୁ ବଡ଼ ଝଟକା: ଦୀର୍ଘ ସମୟ ପାଇଁ ଦଳରୁ ବାଦ ପଡ଼ିବେ ଜୋସ ବଟଲର୍‌? ହସ୍ପିଟାଲରୁ ଫଟୋ ଶେୟାର କରି କହିଲେ

ନୂଆଦିଲ୍ଲୀ,୧୩।୧୦: ବାମ ଗୋଡ଼ର ହ୍ୟାମଷ୍ଟ୍ରିଂ (hamstring) ଅସ୍ତ୍ରୋପଚାର ପରେ ଜୋସ ବଟଲର ଦୀର୍ଘ ସମୟ ପାଇଁ କ୍ରିକେଟରୁ ଦୂରେଇ ରହିବାର ସମ୍ଭାବନା ରହିଛି। ଇଂଲଣ୍ଡର ଏହି ୱିକେଟକିପର-ବ୍ୟାଟର…

ବଲାଙ୍ଗୀରରେ ଉତ୍ତେଜନା, ଏବିଭିପି ସମର୍ଥକଙ୍କୁ ବାଥରୁମରେ ବନ୍ଦ କଲେ ବିଜେଡି ସମର୍ଥକ

ବଲାଙ୍ଗୀର,୧୩।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରେ ଛାତ୍ର ସଂସଦ ନିର୍ବାଚନ ଉଷ୍ମତା ବଢ଼ିବାରେ ଲାଗିଛି । ବଲାଙ୍ଗୀର ସର୍କିଟ ହାଉସରେ କିଛି ଏବିଭିପି ନେତା ଓ ସମର୍ଥକ…

ଡେବ୍ୟୁ ମ୍ୟାଚ୍‌ରେ ଇତିହାସ ରଚିଲେ ଏହି କ୍ରିକେଟର୍‌: ଭାଙ୍ଗିଲେ କୋହଲିଙ୍କ ରେକର୍ଡ

ନୂଆଦିଲ୍ଲୀ,୧୩।୧୦: କୌଣସି ଖେଳାଳିଙ୍କ ପାଇଁ ପ୍ରଥମ ଥର ଟେଷ୍ଟ ଦଳର ଅଧିନାୟକ ହେବା ଏକ ବଡ଼ ଆହ୍ବାନ। କିନ୍ତୁ ଆଫଗାନିସ୍ତାନର ରହମତ ଶାହ ଏହି ଦାୟିତ୍ୱକୁ ସ୍ମରଣୀୟ…

ଅକ୍ଟୋବର ୨୯ ପର୍ଯ୍ୟନ୍ତ ସାବଧାନ: ମେଷ ସମେତ ୩ ରାଶିଙ୍କ ଉପରେ ମାଡିଆସୁଛି ବଡ଼ ବିପଦ! ପାଖରୁ ପଳାଇବ ଧନ

ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଶୁକ୍ର ଗ୍ରହଙ୍କୁ ପ୍ରେମ, ସୁଖ-ସମୃଦ୍ଧି, ଐଶ୍ୱର୍ଯ୍ୟ ଓ ଆର୍ଥିକ ସ୍ଥିତିର କାରକ ଭାବେ ବିବେଚନା କରାଯାଏ। ବର୍ତ୍ତମାନ ଶୁକ୍ର ନିଜ ରାଶି ତୁଳାରେ…

୭୭ ବର୍ଷରେ ହେମାଙ୍କ ଜବରଦସ୍ତ ଡ୍ୟାନ୍ସ! ମନ ଜିଣିଲେ ଡ୍ରିମ୍‌ ଗର୍ଲ

ମୁମ୍ବାଇ,୧୩।୧୦: ବୟସ ମାତ୍ର ଏକ ସଂଖ୍ୟା! ୭୭ ବର୍ଷ ବୟସରେ ବି ନିଜ ନୃତ୍ୟର ଯାଦୁରେ ଦର୍ଶକଙ୍କ ହୃଦୟ ଜିଣୁଛନ୍ତି ବଲିଉଡ୍‌ର ଡ୍ରିମ୍‌ ଗର୍ଲ ହେମା ମାଳିନୀ…

ବୈଭବଙ୍କ ରହସ୍ୟମୟ ପୋଷ୍ଟକୁ ନେଇ ହଇଚଇ: ଦେଲେ ଏଭଳି ସଙ୍କେତ, କ୍ରିକେଟ ଜଗତରେ ପଡିଗଲା ଚହଳ

ନୂଆଦିଲ୍ଲୀ, ୧୩।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ T20I ସିରିଜରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ଖେଳିବାର ସୁଯୋଗ ମିଳିନାହିଁ। ଟିମ ଇଣ୍ଡିଆର ମ୍ୟାନେଜମେଣ୍ଟ ସଞ୍ଜୁ ସାମସନଙ୍କ ଉପରେ ଭରସା ଦେଖାଇଛି। ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?