‘ଇମ୍ରାନଙ୍କୁ ଏବେବି ପାକିସ୍ତାନର ଗେହ୍ଲାପୁଅ ବୋଲି କୁହାଯାଉଛି’, ସଜା ନ ମିଳିବାରୁ ଖପ୍ପା ମରିୟମ

ଇସଲାମାବାଦ,୨୭ ।୩: ପାକିସ୍ତାନରେ ଏବେବି ରାଜନୈତିକ ସଙ୍କଟ ଲାଗି ରହିଛି । ପାକିସ୍ତାନର ଶାସକ ସରକାର ଓ ପିଟିଆଇ ମୁଖ୍ୟ ଇମ୍ରାନ ଖାଁଙ୍କ ମଧ୍ୟରେ ଗତ କିଛି ମାସ ହେବ ତୁତୁମେମେ ଲାଗି ରହିଛି । ଇତି ମଧ୍ୟରେ ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନୱାଜ ଶରିଫଙ୍କ ଝିଅ ତଥା ପାକିସ୍ତାନ ମୁସଲିମ ଲିଗ-ନୱାଜ(ପିଏମଏଲ-ଏନ)ର ବରିଷ୍ଠ ଉପାଧ୍ୟକ୍ଷ ମରିୟମ ନୱାଜ ଶରିଫ ନିଜ ଦେଶର ସୁପ୍ରିମକୋର୍ଟ ଉପରେ ପ୍ରଶ୍ନ ଉଠାଇଛନ୍ତି ।

ମରିୟମ ନୱାଜ ଶରିଫ ସୁପ୍ରିମ କୋର୍ଟଙ୍କୁ ପ୍ରଶ୍ନ କରିଛନ୍ତି, ସମ୍ବିଧାନକୁ ରଦ୍ଧ କରିବାରେ ସାମିଲ ଥିବା ପରେ ବି ଇମ୍ରାନ ଖାଁଙ୍କୁ ସୁପ୍ରିମକୋର୍ଟ କାହିଁକି ସଜା ଦେଲେ ନାହିଁ । ସେ ରବିବାର ଲାହୋରରେ ପାର୍ଟିର ଓକିଲଙ୍କ ସହ ବିଶେଷ କଥାବାର୍ତ୍ତା କରିବା ସମୟରେ ଏହି ପ୍ରସଙ୍ଗ ଉଠାଇଛନ୍ତି ।
ମରିୟମ ନୱାଜ କହିଛନ୍ତି, ଇମ୍ରାନ ଖାଁ ବିରୋଧ ପ୍ରଦର୍ଶନ କରିବା ସମୟରେ ବାରମ୍ବାର କୋର୍ଟ ଉପରେ ଆକ୍ରମଣ କରିବା ପରେ ବି କୌଣସି ମହତ୍ୱପୂର୍ଣ୍ଣ ଆଇନର ପରିଣାମର ସାମ୍ନା କରି ନାହାନ୍ତି । ଯେତେବେଳେ କି ପିଏମଏଲଏନ-ଏନ ସୁପ୍ରିମୋ ନୱାବାଜ ଶରିଫଙ୍କୁ ପନାମା ପେପର ଲିକ ଭଳି ଫର୍ଜି ମାମଲାରେ ଦୋଷୀ ସାବ୍ୟସ୍ତ କରାଯାଇଛି । ସେ କହିଛନ୍ତି ଇମ୍ରାନଙ୍କୁ ପସନ୍ଦର ବ୍ୟକ୍ତି ଧରି ନେଇଥିବା ବେଳେ ଅନ୍ୟମାନଙ୍କୁ ଭୁଲ ବ୍ୟବହାର କରାଯାଉଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ଅରୁଣାଚଳ ସୀମାରେ ଚାଇନାର ପରମାଣୁ ଷଡ଼ଯନ୍ତ୍ର; ଗୋପନରେ କରୁଛି ଏପରି

ନୂଆଦିଲ୍ଲୀ,୧୬।୨: ଭାରତର ଅରୁଣାଚଳ ପ୍ରଦେଶ ସୀମା ନିକଟରେ ଚାଇନାର ବଡ଼ ଷଡ଼ଯନ୍ତ୍ର। ଗୋପନରେ ପରମାଣୁ ଅସ୍ତ୍ରଶସ୍ତ୍ର ଭଣ୍ଡାର ବଢ଼ାଉଛି ବେଜିଂ। ସାଟେଲାଇଟ୍ ଚିତ୍ରରୁ ଆସିଛି ଚାଞ୍ଚଲ୍ୟକର ତଥ୍ୟ।…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri