Posted inଜାତୀୟ

୩୦ ସେପ୍ଟେମ୍ବରରେ ବାବରୀ ମସଜିଦ୍‌ ଭଙ୍ଗା ରାୟ: ଆଡ଼ଓ୍ବାଣୀ-ଯୋଶୀଙ୍କୁ ଉପସ୍ଥିତ ରହିବାକୁ ନୋଟିସ୍‌

ନୂଆଦିଲ୍ଲୀ, ୧୬।୯: ବାବରୀ ମସଜିଦ୍‌ ଭଙ୍ଗା ମାମଲାର ରାୟ ସେପ୍ଟେମ୍ବର ୩୦ରେ ଆସିବ। ଏନେଇ ଲକ୍ଷ୍ନୌସ୍ଥିତ ସ୍ପେଶାଲ ସିବିଆଇ କୋର୍ଟ ପକ୍ଷରୁ ଲାଲ୍‌କୃଷ୍ଣ ଆଡ଼ଓ୍ବାଣୀ, ମୂରଲୀ ମନୋହର ଯୋଶୀ, କଲ୍ୟାଣ ସିଂ, ବିନୟ କଟିଆର, ମହନ୍ତ ନୃତ୍ୟ ଗୋପାଳ ଦାସ, ସାଧ୍ୱୀ ରିତମ୍ଭରା, ଉମା ଭାରତୀଙ୍କ ସମେତ ୩୨ ଜଣ ଅଭିଯୁକ୍ତଙ୍କୁ ଉପସ୍ଥିତ ରହିବାକୁ ବୁଧବାର ନୋଟିସ୍‌ ଜାରି କରିଛନ୍ତି। ୧୯୯୨ ଡିସେମ୍ବର ୬ରେ ଅଭିଯୁକ୍ତମାନେ ବାବରୀ ମସଜିଦ୍‌ ଭଙ୍ଗାରେ ସମ୍ପୃକ୍ତ ଥିବା ଅଭିଯୋଗ ହୋଇଥିଲା। ସ୍ପେଶାଲ ସିବିଆଇ କୋର୍ଟ ବିଚାରପତି ସୁରେନ୍ଦ୍ର କୁମାର ଯାଦବ ଏନେଇ ନୋଟିସ୍‌ ଜାରି କରିଛନ୍ତି। ଏହି ମାମଳାର ବିଚାର ଧାର୍ଯ୍ୟ ସମୟରେ କରିବାକୁ ସୁପ୍ରିମ୍‌କୋର୍ଟ ନିର୍ଦ୍ଦେଶ ଦେଇଥିଲେ। ନିର୍ଦ୍ଦେଶ ଆଧାରରେ ସ୍ପେଶାଲ କୋର୍ଟ ପକ୍ଷରୁ ଉଦ୍ୟମ ଜାରି ରହିଥିବା କୁହାଯାଉଛି। ନୋଟିସ୍‌ ସମ୍ପର୍କରେ ଅଭିଯୁକ୍ତଙ୍କ ଆଇନଜୀବୀ କେ.କେ.ମିଶ୍ର କହିଛନ୍ତି। ସେ ୩୨ ଜଣ ଅଭିଯୁକ୍ତଙ୍କ ମଧ୍ୟରୁ ୨୫ଜଣଙ୍କ ସପକ୍ଷରେ ଏହି ମାମଲା ଲଢୁଛନ୍ତି। ପୂର୍ବରୁ ଏହି ମାମଲାର ଅନ୍ତିମ ରାୟ ତାରିଖ ଏପ୍ରିଲ୍‌ ୧୯ ଥିଲା। ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶ ଆଧାରରେ ଏହାକୁ ଅଗଷ୍ଟ ୩୧ ପର୍ଯ୍ୟନ୍ତ ବଢ଼ାଯାଇଥିଲା। ପରେ ଏହାକୁ ପୁଣି ଏକମାସ ବୃଦ୍ଧି କରାଯାଇଥିଲା। ୨୦୧୭ ଏପ୍ରିଲ୍‌ ୧୯ରେ ଏହି ମାମଲାର ବିଚାର ସ୍ପେଶାଲ ବିଚାରପତି ୨ ବର୍ଷ ମଧ୍ୟରେ ଶେଷ କରିବାକୁ ସୁପ୍ରିମ୍‌କୋର୍ଟ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁବାର ଓଡ଼ିଶା ବନ୍ଦ, କଣ ଖୋଲା-କଣ ବନ୍ଦ ଜାଣନ୍ତୁ

ଭୁବନେଶ୍ବର,୭।୧୦: ଆସନ୍ତା ୮ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି କଂଗ୍ରେସ । ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ ପାଠ୍ୟପୁସ୍ତକ ତ୍ରୁଟି ପ୍ରସଙ୍ଗରେ…

ବଦଳିବ ଓ୍ବେଷ୍ଟ୍‌ବେଙ୍ଗଲ ନାଁ, ବିଧାନସଭା ପ୍ରଥମ ଅଧିବେଶନରେ ଆସିବ ବିଲ୍‌, ସୂଚନା ଦେଇ କହିଲେ…

କୋଲକାତା,୭ା୧୦: ଓ୍ବେଷ୍ଟବେଙ୍ଗଲ ନାଁ ପରିବର୍ତ୍ତନ କରି ‘ପଶ୍ଚିମ ବଙ୍ଗ’ (Paschim Banga) ରଖାଯିବାକୁ ଯାଉଛି। ଏଥିପାଇଁ ବିଧାନସଭାର ପ୍ରଥମ ଅଧିବେଶନରେ ହିଁ ଏକ ନୂତନ ବିଲ ଆଗତ…

କୋମଲ ରାଣୀଙ୍କ ସହ ଗୋବିନ୍ଦାଙ୍କ ସମ୍ପର୍କକୁ ନେଇ କେଉଁ ବୟଫ୍ରେଣ୍ଡ କଥା ଉଠାଇଲେ କଶ୍ମୀରା ଶାହା? ଜାଣନ୍ତୁ ଏହା ପଛର କାହାଣୀ

ମୁମ୍ବାଇ: ହାସ୍ୟ ଅଭିନେତା କୃଷ୍ଣ ଅଭିଷେକଙ୍କ ପତ୍ନୀ ତଥା ଅଭିନେତ୍ରୀ କଶ୍ମୀରା ଶାହା ନିଜର ସ୍ପଷ୍ଟବାଦୀ ସ୍ବଭାବ ପାଇଁ ଜଣାଶୁଣା ଏବଂ ପ୍ରାୟତଃ ନିଜ ମନ୍ତବ୍ୟ ଯୋଗୁ…

ବିଦାୟୀ ଭାଷଣରେ ଚେତାବନୀ ଦେଲେ ଲିଓନେଲ ମେସି: ଭାବପ୍ରବଣ ହୋଇ କହିଲେ…

ନୂଆଦିଲ୍ଲୀ,୭।୧୦: ଆର୍ଜେଣ୍ଟିନା ଜର୍ସିରେ ଲିଓନେଲ ମେସିଙ୍କ ଶେଷ ଅନ୍ତର୍ଜାତୀୟ ମ୍ୟାଚ କେବଳ ଭାବବିହ୍ବଳ କରି ନ ଥିଲା, ବରଂ ତାଙ୍କ ବିଦାୟୀ ଭାଷଣ ଆର୍ଜେଣ୍ଟିନା ଫୁଟବଲ୍କୁ ଏକ…

ପଦୋନ୍ନତି ପରେ ବଦଳିଲେ ସାନଖେମୁଣ୍ଡି ବିଡିଓ

ଦିଗପହଣ୍ଡି,୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ବିଡିଓ ଜିତେନ୍ଦ୍ର କୁମାର ମିଶ୍ରଙ୍କ ଭବାନୀପାଟଣାସ୍ଥିତ କଳାହାଣ୍ଡି ଜିଲା ପରିଷଦ କାର୍ଯ୍ୟାଳୟର ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ…

Repo Rate: FD ନିବେଶକଙ୍କ ପାଇଁ ଖୁସି ଖବର; ବ୍ୟାଙ୍କଗୁଡ଼ିକ ସୁଧ ହାର…

ନୂଆଦିଲ୍ଲୀ,୭।୧୦: ଯଦି ଆପଣ ଏକ ଫିକ୍ସଡ ଡିପୋଜିଟ (FD) ଖୋଲିବାକୁ ବିଚାର କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ରହିଛି। ଭାରତୀୟ ରିଜର୍ଭ ବ୍ୟାଙ୍କ…

ବନ୍ୟପ୍ରାଣୀଙ୍କ ସୁରକ୍ଷା ନେଇ ସଚେତନ

ଦିଗପହଣ୍ଡି,୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ଗ୍ରାମ ନୋଡାଲ ହାଇସ୍କୁଲ ପରିସରରେ ବନ୍ୟପ୍ରାଣୀ ସପ୍ତାହ ସମ୍ପର୍କିତ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି।…

କୋହଲିଙ୍କୁ କ୍ଷତି, ମାଲାମାଲ ହେଲେ ଗିଲ୍‌: ଆଗକୁ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୭।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଦିନିକିଆ ସିରିଜ ଶେଷ ହେବା ପରେ ଆଇସିସି ପକ୍ଷରୁ ନୂଆ ଦିନିକିଆ ରାଙ୍କିଙ୍ଗ ଜାରି କରାଯାଇଛି। ଏହି ରାଙ୍କିଙ୍ଗରେ ଭାରତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?