ଫେରିଲା କଟକଣା: କଟକରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ

କଟକ ଅଫିସ,୨।୭: କଟକରେ ବାଧ୍ୟତାମୂଳକ ହେଲା ମାସ୍କ। କୋଭିଡ ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ସହରରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରିଛି କଟକ ମହାନଗର ନିଗମ(ସିଏମ୍‌ସି)। ନିର୍ଦ୍ଦେଶନାମା ଅନୁଯାୟୀ କଟକରେ ରହୁଥିବା ଏବଂ ଆସୁଥିବା ଲୋକେ ମାସ୍କ ପିନ୍ଧିବେ। ଏହାଛଡ଼ା ବାହାରକୁ କିମ୍ବା ସର୍ବସାଧାରଣ ସ୍ଥାନକୁ ଯାଉଥିବା ଲୋକେ ମାସ୍କ ପିନ୍ଧିବାକୁ ମଧ୍ୟ ଜରୁରୀ କରାଯାଇଛି। ସର୍ବସାଧାରଣ ସ୍ଥାନରେ ପ୍ରତ୍ୟେକ ବ୍ୟକ୍ତି ଅନ୍ୟମାନଙ୍କଠାରୁ ୨ ମିଟର ସାମାଜିକ ଦୂରତ୍ୱ ରକ୍ଷା କରିବେ। ସେହିପରି ମଲ୍‌, ଦୋକାନମାନଙ୍କରେ ଲୋକେ ଯେପରି ମାସ୍କ ପନ୍ଧିବେ ଓ ସାମାଜିକ ଦୂରତ୍ୱ ରଖିବେ ତାହାର ଦାୟିତ୍ୱ ସମ୍ପୃକ୍ତ ଅନୁଷ୍ଠାନ ମାଲିକଙ୍କୁ ଦିଆଯାଇଛି। କଟକଣା ପାଳନ ନ ହେଲେ ସମ୍ପୃକ୍ତ ପ୍ରତିଷ୍ଠାନର କର୍ତ୍ତୃପକ୍ଷ ବା ମାଲିକ ଦାୟୀ ରହିବେ। ସରକାରୀ ଓ ବେସରକାରୀ ପ୍ରତିଷ୍ଠାନଗୁ କର୍ମଚାରୀମାନେ ଯେପରି କଟକଣା ପାଳନ କରିବେ ସେଥିନେଇ ସମ୍ପୃକ୍ତ କର୍ତ୍ତୃପକ୍ଷ ଉପଯୁକ୍ତ ପଦକ୍ଷେପ ନେବାକୁ କୁହାଯାଇଛି। ଛିଙ୍କିବା ଓ କାସିବା ବେଳେ ସତର୍କତା ଅବଲମ୍ବନ କରିବାକୁ କୁହାଯାଇଛି। କେହି ଏହାର ଉଲ୍ଲଂଘନ କଲେ କରୋନା ସଂକ୍ରମଣ ନିୟନ୍ତ୍ରଣ ନିୟମ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ହେବ ବୋଲି ସିଏମ୍‌ସି ପକ୍ଷରୁ ଚେତାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

‘ମୁଣ୍ଡରେ କଫନ୍ ବାନ୍ଧି କଂଗ୍ରେସର ସଂସ୍କାର ପାଇଁ ବାହାରିଛି’: ମହମ୍ମଦ ମୋକିମ୍

କଟକ,୧୧ା୧୨: ଓଡ଼ିଶା କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ମହମ୍ମଦ ମୋକିମ୍‌ ଦଳର ସଂସ୍କାର ଆଣିବା ଉଦ୍ଦେଶ୍ୟରେ ବାହାରିଥିବା କହିଛନ୍ତି। ପୂର୍ବରୁ ପିସିସି ସଭାପତି...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍‌ ଚାଳକ ଗିରଫ

କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍‌ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର...

୨୪ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ; ୨ ଅଭିଯୁକ୍ତ କୋର୍ଟ ଚାଲାଣ

ଦିଗପହଣ୍ଡି,୧୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଥାନା ଅଧୀନରେ ଚଢ଼ାଉ କରାଯାଇ ମୋଟ ୨୪ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ କରାଯାଇଛି।...

ଫୁଟବଲ ମ୍ୟାଚ୍‌ ପରେ ପାକିସ୍ତାନ ଖେଳାଳିଙ୍କ ମଧ୍ୟରେ ମାରପିଟ୍‌: ଭିଡିଓ ଭାଇରାଲ

କରାଚୀ,୧୧ା୧୨: ପାକିସ୍ତାନ ଆର୍ମି ଏବଂ ଓ୍ବାପଡା ଦଳ ମଧ୍ୟରେ ଖେଳାଯାଇଥିବା ନ୍ୟାଶନାଲ ଗେମ୍ସ ଫୁଟବଲ ସେମିଫାଇନାଲ ପରେ ଦୁଇ ଦଳର ଖେଳାଳି ଓ ଅଫିସିଆଲ୍ସ ପରସ୍ପରକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri