ଫେରିଲା କଟକଣା: କଟକରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ

କଟକ ଅଫିସ,୨।୭: କଟକରେ ବାଧ୍ୟତାମୂଳକ ହେଲା ମାସ୍କ। କୋଭିଡ ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ସହରରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରିଛି କଟକ ମହାନଗର ନିଗମ(ସିଏମ୍‌ସି)। ନିର୍ଦ୍ଦେଶନାମା ଅନୁଯାୟୀ କଟକରେ ରହୁଥିବା ଏବଂ ଆସୁଥିବା ଲୋକେ ମାସ୍କ ପିନ୍ଧିବେ। ଏହାଛଡ଼ା ବାହାରକୁ କିମ୍ବା ସର୍ବସାଧାରଣ ସ୍ଥାନକୁ ଯାଉଥିବା ଲୋକେ ମାସ୍କ ପିନ୍ଧିବାକୁ ମଧ୍ୟ ଜରୁରୀ କରାଯାଇଛି। ସର୍ବସାଧାରଣ ସ୍ଥାନରେ ପ୍ରତ୍ୟେକ ବ୍ୟକ୍ତି ଅନ୍ୟମାନଙ୍କଠାରୁ ୨ ମିଟର ସାମାଜିକ ଦୂରତ୍ୱ ରକ୍ଷା କରିବେ। ସେହିପରି ମଲ୍‌, ଦୋକାନମାନଙ୍କରେ ଲୋକେ ଯେପରି ମାସ୍କ ପନ୍ଧିବେ ଓ ସାମାଜିକ ଦୂରତ୍ୱ ରଖିବେ ତାହାର ଦାୟିତ୍ୱ ସମ୍ପୃକ୍ତ ଅନୁଷ୍ଠାନ ମାଲିକଙ୍କୁ ଦିଆଯାଇଛି। କଟକଣା ପାଳନ ନ ହେଲେ ସମ୍ପୃକ୍ତ ପ୍ରତିଷ୍ଠାନର କର୍ତ୍ତୃପକ୍ଷ ବା ମାଲିକ ଦାୟୀ ରହିବେ। ସରକାରୀ ଓ ବେସରକାରୀ ପ୍ରତିଷ୍ଠାନଗୁ କର୍ମଚାରୀମାନେ ଯେପରି କଟକଣା ପାଳନ କରିବେ ସେଥିନେଇ ସମ୍ପୃକ୍ତ କର୍ତ୍ତୃପକ୍ଷ ଉପଯୁକ୍ତ ପଦକ୍ଷେପ ନେବାକୁ କୁହାଯାଇଛି। ଛିଙ୍କିବା ଓ କାସିବା ବେଳେ ସତର୍କତା ଅବଲମ୍ବନ କରିବାକୁ କୁହାଯାଇଛି। କେହି ଏହାର ଉଲ୍ଲଂଘନ କଲେ କରୋନା ସଂକ୍ରମଣ ନିୟନ୍ତ୍ରଣ ନିୟମ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ହେବ ବୋଲି ସିଏମ୍‌ସି ପକ୍ଷରୁ ଚେତାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ମହିଳା ବିଜେଡି ଜିଲା ଉପସଭାପତି ହେଲେ କର୍ଲାମୁଣ୍ଡାର ମନ୍ଦିରା ନାଏକ, ଛୁଟିଲା ଶୁଭେଚ୍ଛା

କର୍ଲାମୁଣ୍ଡା,୨୩।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା ବିଜୁ ମହିଳା ଜନତା ଦଳର କର୍ମକର୍ତ୍ତାଙ୍କ ନାମ ଘୋଷଣା କରାଯାଇଛି । ଏଥିରେ କର୍ଲାମୁଣ୍ଡା ବ୍ଲକ ପୂର୍ବତନ ଜିଲା ପରିଷଦ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri