ମାସ୍କ, ପିପିଇ କିଟ୍‌ ଦୁର୍ନୀତିକୁ ନେଇ ହଟ୍ଟଗୋଳ

ଭୁବନେଶ୍ୱର,୩୦ା୯(ବ୍ୟୁରୋ):ସରକାରଙ୍କ କୋଭିଡ୍‌-୧୯ ପରିଚାଳନାକୁ ମଙ୍ଗଳବାର ବିଧାନସଭାରେ ଝଡ଼ ସୃଷ୍ଟି ହୋଇଛି। ଭାଜପା ଓ କଂଗ୍ରେସ ଏହି ପ୍ରସଙ୍ଗରେ ସରକାରଙ୍କୁ ଘେରିଥିଲେ। କରୋନା ପାଇଁ ମାସ୍କ ଓ ପିପିଇ କିଟ୍‌ କିଣାରେ ବହୁ କୋଟି ଟଙ୍କାର ଅନିୟମିତତା ହୋଇଥିବା ନେଇ ବିରୋଧୀ ଅଭିଯୋଗ କରିଥିଲେ। ଏହି ପ୍ରସଙ୍ଗ ଉପରେ ଆଲୋଚନା ପାଇଁ ଅଡି ବସିଥିଲେ।
ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ ଗୃହରେ ମାସ୍କ ଓ ପିପିଇ କିଟ୍‌ ଦୁର୍ନୀତି ପ୍ରସଙ୍ଗ ଉଠାଇଥିଲେ। ଏ ନେଇ ସେ ପ୍ରିଭିଲେଜ୍‌ ମୋଶନ ଆଣିଥିଲେ। ମାସ୍କ ଓ ପିପିଇ କିଟ୍‌ କିଣାରେ ଦୁର୍ନୀତି ହୋଇଥିବା କଥା ଉଠାଇ ସରକାରଙ୍କୁ କଡ଼ା ସମାଲୋଚନା କରିଥିଲେ। ସେ ଅଭିଯୋଗ କରିଥିଲେ ଯେ କରୋନା ପାଇଁ ରାଜ୍ୟ ଔଷଧ ନିଗମ ମାଧ୍ୟମରେ ବହୁ କୋଟି ଟଙ୍କାର ସାମଗ୍ରୀ କିଣାଯାଇଥିଲା। ସାମଗ୍ରୀ କିଣିବାକୁ ଏକ କମିଟି ମଧ୍ୟ ଗଠନ କରାଯାଇଥିଲା। ଏହି କମିଟି ସମସ୍ତ ସାମଗ୍ରୀକୁ ଯାଞ୍ଚ କରିବା ସହ ସାମଗ୍ରୀ କିଣିବା ଉପରେ ମୋହର ମାରୁଥିଲେ। ମାତ୍ର ଯାଞ୍ଚ ସମୟରେ ଆଇସିଏମ୍‌ଆର୍‌ ଗାଇଡ୍‌ଲାଇନ୍‌କୁ ନ ମାନି ମନଇଚ୍ଛା ନିମ୍ନାମାନର ପିପିଇ କିଟ୍‌ ଏବଂ ଅନ୍ୟ ସାମଗ୍ରୀ କିଣାଯାଇଥିଲା। କମିଟି ଦାୟିତ୍ୱରେ ଥିବା ବରିଷ୍ଠ ଅଧିକାରୀ ହେମନ୍ତ ଶର୍ମାଙ୍କ ଭୂମିକାକୁ ସେ ସନ୍ଦେହ କରିଥିଲେ। ବ୍ଲାଙ୍କ ଚେକ୍‌ ପ୍ରସଙ୍ଗ ମଧ୍ୟ ଉଠାଇ ସେ କହିଥିଲେ, କୋଭିଡ୍‌ ମୁକାବିଲା ପାଇଁ ଯେଉଁ କମ୍ପାନୀରୁ ସାମଗ୍ରୀ କିଣାଯାଉଥିଲା ସେମାନଙ୍କୁ କାହିଁକି ବ୍ଲାଙ୍କ ଚେକ୍‌ ଦିଆଯାଇଥିଲା। କରୋନା ମୁକାବିଲାରେ ରାଜ୍ୟ ସରକାର ରାଜକୋଷରୁ ମୋଟା ଅଙ୍କର ଅର୍ଥ ଖର୍ଚ୍ଚ କରିଥିଲେ ମଧ୍ୟ ରାଜ୍ୟରେ ମେଡିକାଲ ଭିତ୍ତିଭୂମି ସୁଧୁରି ନାହିଁ। କରୋନା ପରିଚାଳନାରେ ତ୍ରୁଟି ଯୋଗୁ ରାଜ୍ୟ ଏବେ ଋଣରେ ବୁଡ଼ିଥିବା ସେ ଅଭିଯୋଗ କରିଥିଲେ। କଂଗ୍ରେସ ସଭ୍ୟ ସୁରେଶ କୁମାର ରାଉତରାୟ ମଧ୍ୟ ଗୃହରେ କୋଭିଡ୍‌ ଅବ୍ୟବସ୍ଥା ପ୍ରସଙ୍ଗ ଉଠାଇଥିଲେ। ସେ କହିଥିଲେ, କୋଭିଡ୍‌ ଯୋଗୁ ରାଜ୍ୟରେ ବହୁ ଲୋକଙ୍କ ମୃତ୍ୟୁ ଘଟିଥିବା ବେଳେ କେବଳ ଭୁବନେଶ୍ୱର, ଖୋର୍ଦ୍ଧା ଓ ଜଟଣୀରେ ୪୦୦ ଲୋକଙ୍କ ମୃତ୍ୟୁ ଘଟିଛି। ସାଧାରଣ ରୋଗୀମାନେ ସ୍ବାସ୍ଥ୍ୟସେବା ପାଇବାରୁ ବଞ୍ଚତ୍ତ ହେଉଛନ୍ତି। ଭୁବନେଶ୍ୱରରେ କରୋନା ସ୍ଥିତି ଗମ୍ଭୀର ଥିବାବେଳେ ଅନ୍ୟ ରୋଗରେ ପୀଡିତ ଥିବା ରୋଗୀଙ୍କୁ ଉପଯୁକ୍ତ ଚିକିତ୍ସା ସୁବିଧା ମିଳିପାରୁ ନାହିଁ। ସରକାର ତୁରନ୍ତ ଅନ୍ୟ ରୋଗୀଙ୍କୁ ଚିକିତ୍ସା ସୁବିଧା ଯୋଗାଇ ଦେବାକୁ ସେ ଦାବି କରିଥିଲେ।
ବିରୋଧୀ ଦଳ ନେତା ଖଣି ଦୁର୍ନୀତି ପ୍ରସଙ୍ଗ ଉଠାଇଥିଲେ। ଟେଣ୍ଡର ପ୍ରଦାନରେ ଅର୍ଥ ହେରଫେର ହୋଇଥିବାବେଳେ କେବଳ ସିରାଜ ଉଦ୍ଦିନ ମାଇନ୍ସ ପାଇଁ ରାଜ୍ୟ ସରକାର ୨୧ ହଜାର କୋଟି ଟଙ୍କାର କ୍ଷତି ସହିଥିବା କହିଥିଲେ। ହଟ୍ଟଗୋଳ ମଧ୍ୟରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ବିଧାନସଭା ଅଧିବେଶନକୁ ବୁଧବାର ସକାଳ ୧୦ଟା ୩୦ ମିନିଟ ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୁଲରେ ବି ଏପରି ରଖନ୍ତୁ ନାହିଁ ଅଫିସ ବ୍ୟାଗ: କ୍ୟାରିୟର ହେବ ବଡ଼ କ୍ଷତି, ପାଖରୁ ପଳାଇବ ସବୁ ଧନ !

ଅଫିସରୁ ଫେରିବା ପରେ ଥକିଯାଇ ଅନେକ ସମୟରେ ଆମେ ନିଜ ଅଫିସ ବ୍ୟାଗକୁ ଘରର ଯେକୌଣସି ସ୍ଥାନରେ ରଖିଦେଉ। କେହି କେହି ତ ବ୍ୟାଗ ଖୋଲିବା ମାତ୍ରେ…

Viral Video: ନିଷ୍ପାପ ଶିଶୁ ସହ ଏମିତି ଖୁସି ମଜା କରୁଛି ମାଙ୍କଡ଼, ଭିଡିଓ ଦେଖିଲେ…

ସୋସିଆଲ ମିଡିଆରେ ପ୍ରାୟତଃ ପଶୁ ଏବଂ ମଣିଷଙ୍କ ଭିଡିଓ ଦେଖିବାକୁ ମିଳିଥାଏ। ଏଥିରୁ କିଛି ଭିଡିଓ ଭୟଙ୍କର ହୋଇଥିବାବେଳେ ଆଉ କିଛି ଭିଡିଓ ଖୁସି ଆଣି ଦେଇଥାଏ।…

ଜିନପିଙ୍ଗଙ୍କୁ ପସନ୍ଦ ଭାରତ ଚା’! ମୋଦିଙ୍କ ସହ ନେଲେ ମଜା

ନୂଆଦିଲ୍ଲୀ/ବେଜିଂ,୧୪।୯: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଭାରତ ଗସ୍ତକୁ ବେଶ ଉପଭୋଗ କରୁଛନ୍ତି। ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀ ପାଇଁ ଦିଲ୍ଲୀରେ ପହଞ୍ଚିବା ପରେ ସେ ସ୍ଥାନୀୟ…

ମନ୍ତ୍ରୀଙ୍କ ବଡ଼ ସୂଚନା, ଓଡ଼ିଶା ବଜାରକୁ ଆସିବ ଓମ୍‌ଫେଡ ଆଇସକ୍ରିମ୍ ଓ ପାଣି

ଭୁବନେଶ୍ବର,୧୪ା୯: ଓଡ଼ିଶାର ଲୋକପ୍ରିୟ ଦୁଗ୍ଧ କମ୍ପାନୀ ଓମ୍‌ଫେଡ୍‌ ଏଣିକି ଆଇସକ୍ରିମ୍ ଓ ପାଣି ମଧ୍ୟ ବଜାରକୁ ଆଣିବାକୁ ଯୋଜନା କରୁଛି । ଏନେଇ ସୂଚନା ଦେଇଛନ୍ତି ମତ୍ସ୍ୟ…

ଗଣେଶ ପୂଜାରେ ଅଘଟଣ: ମଣ୍ଡପକୁ ଯିବା ଲାଗି ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ଯୁବକ

ବାଲେଶ୍ୱର,୧୪ା୯(ବାଞ୍ଛାନିଧି ଦେ): ଅଗ୍ରପୂଜ୍ୟ ଗଣପତି ବାବାଙ୍କ ପୂଜା ଉତ୍ସବ ସୋମବାର ଧୂମ୍‌ଧାମରେ ପାଳିତ ହେଉଥିବାବେଳେ ବାଲେଶ୍ୱର ଜିଲା ରେମୁଣା ଅଞ୍ଚଳରେ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି…

ନୂଆଁଖାଇରେ ମାଟିପାତ୍ରର ମହକ; ବଲାଙ୍ଗୀର ହାଟରେ ବିକ୍ରି ହେଲାଣି କୁରେପତ୍ର ସାଙ୍ଗକୁ ଖଲିଦନା

ବଲାଙ୍ଗୀର,୧୪ା୯(ସୁନିଲ କୁମାର ମହାନ୍ତି): ରାତି ପାହିଲେ ନୂଆଁଖାଇ । ପ୍ରକୃତି ସହ ଓତପ୍ରୋତ ଭାବେ ଜଡ଼ିତ ନୂଆଁଖାଇ । ଏହି ଦିନ ପ୍ରଥମ ଅନ୍ନ ପ୍ରସ୍ତୁତିରେ ମାଟିପାତ୍ରର…

ବରଗଡ଼ରେ ଚାଞ୍ଚଲ୍ୟ: ନୂଆଖାଇ ପୂର୍ବରୁ ସ୍ତ୍ରୀଙ୍କୁ ପିଟିପିଟି ମାରିଲେ ସ୍ବାମୀ

ଅତାବିରା,୧୪।୯(ଯୁଧିଷ୍ଠିର ମହାପାତ୍ର)- ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଅମ୍ଳିପାଲି ପଞ୍ଚାୟତ ଗଡତିଆଟିକ୍ରା ଗ୍ରାମରେ ଏକ ହତ୍ୟାକାଣ୍ଡ ଘଟିଛି। ସ୍ତ୍ରୀଙ୍କୁ ପିଟିପିଟି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ…

ପୁଣି ବଡ଼ ଆନ୍ଦୋଳନ, ମହାରାଷ୍ଟ୍ର ସରକାରଙ୍କୁ ଘେରିବ CJP! ଅଭିଜିତ ଦୀପକେ କହିଲେ..

ମୁମ୍ବାଇ,୧୪ା୯: ଆନ୍ଦୋଳନ ନେଇ ବଡ଼ ଘୋଷଣା କଲା ସିଜେପି । ନିଟ୍‌ ପେପର ଲିକ୍‌ ମାମଲାକୁ ନେଇ ଦିଲ୍ଲୀର ଜନ୍ତର ମନ୍ତରରେ ବିକ୍ଷୋଭ ପରେ ଏବେ ମହାରାଷ୍ଟ୍ରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?