Posted inଜାତୀୟ

ବିମାନ ଯାତ୍ରାରେ ମାସ୍କ ବାଧ୍ୟତାମୂଳକ

ନୂଆଦିଲ୍ଲୀ,୮ା୬: ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶକ (ଡିଜିସିଏ) କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ବିମାନବନ୍ଦରଗୁଡିକ ପାଇଁ ନୂତନ ନିୟମ ଲାଗୁ କରିଛନ୍ତି। ଦିଲ୍ଲୀ ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ଡିଜିସିଏ ନୂତନ ନିୟମ ଜାରି କରିଛି। ସମସ୍ତ ବିମାନବନ୍ଦରରେ ଏବଂ ବିମାନ ଭିତରେ ମାସ୍କକୁ ବାଧ୍ୟତାମୂଳକ କରାଯାଇଛି। ଡିଜିସିଏ ଏହାର ନୂତନ ଗାଇଡ୍‌ଲାଇନରେ କହିଛି, ଉଡ଼ାଣରେ ମାସ୍କ ପିନ୍ଧି ନ ଥିବା ସେହି ଯାତ୍ରୀଙ୍କୁ ‘ଉଲ୍ଲଂଘନକାରୀ’ ଭାବରେ ବିବେଚନା କରାଯିବ। ଡିଜିସିଏ ଆହୁରି ମଧ୍ୟ କହିଛି, ଏଭଳି ଯାତ୍ରୀଙ୍କୁ ବିମାନରୁ ବାହାରି କରିଦିଆଯିବ।

ଯାତ୍ରୀମାନେ କୋଭିଡ୍‌ ଗାଇଡ୍‌ଲାଇନ୍‌ ମାନିବାକୁ ବାଧ୍ୟ। ଯେପରିକି ହାତର ସ୍ବଚ୍ଛତା, ମାସ୍କ ପିନ୍ଧିବା ଇତ୍ୟାଦି ଅନୁସରଣ କରିବାର ଆବଶ୍ୟକତା ଉପରେ ବିମାନ ସେବା ନିୟମିତ ଘୋଷଣା କରିବ। ଏୟାରଲାଇନ ଅତିରିକ୍ତ ଫେସ୍‌ ମାସ୍କର ବ୍ୟବସ୍ଥା କରିବ ଏବଂ ଆବଶ୍ୟକ ହେଲେ ଯାତ୍ରୀମାନଙ୍କୁ ଯୋଗାଇବ।

ବିମାନବନ୍ଦରର ପ୍ରବେଶ ପଥରେ ନିୟୋଜିତ ସିଏସ୍‌ଏଫ୍‌ ଏବଂ ଅନ୍ୟ ପୋଲିସ କର୍ମଚାରୀ ନିଶ୍ଚିତ କରିବେ ଯେ, ମାସ୍କ ପିନ୍ଧି ନ ଥିଲେ କାହାକୁ ବିମାନ ବନ୍ଦରରେ ପ୍ରବେଶ କରିବାକୁ ଅନୁମତି ଦିଆଯିବ ନାହିଁ। ସିଏଏସ୍‌ଓ ଏବଂ ଅନ୍ୟ ତଦାରଖକାରୀ ଅଧିକାରୀମାନେ ଏହାକୁ ବ୍ୟକ୍ତିଗତ ଭାବରେ ନିଶ୍ଚିତ କରିବା ଜରୁରୀ ବୋଲି ନିର୍ଦ୍ଦେଶନାମା ଜାରି ହୋଇଛି। କେବଳ ବିଶେଷ କ୍ଷେତ୍ରରେ ମାସ୍କ ଖୋଲିବା ଅନୁମତି ମିଳିବ।

ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ, ବୁଧବାର ମୋଟ୍‌ ୫,୨୩୩ଟି ନୂଆ ମାମଲା ଦେଖିବାକୁ ମିଳିଛି। ମଙ୍ଗଳବାର ତୁଳନାରେ କରୋନା ମାମଲାରେ ପ୍ରାୟ ୪୧ ପ୍ରତିଶତ ବୃଦ୍ଧି ଘଟିଛି। ମଙ୍ଗଳବାର ୩,୭୧୪ ପଜିଟିଭ୍‌ ଚିହ୍ନଟ ହୋଇଥିଲେ। ମନ୍ତ୍ରଣାଳୟ କହିଛି, ଏହି ସମୟ ମଧ୍ୟରେ ୭ ଜଣଙ୍କର ମଧ୍ୟ ମତ୍ୟୁ ଘଟିଛି। କରୋନା ମାମଲା କ୍ରମାଗତ ଭାବରେ ବୃଦ୍ଧି ପାଉଛି। ଦେଶରେ କରୋନାର ସକ୍ରିୟ ମାମଲା ବର୍ତ୍ତମାନ ୨୮୮୫୭କୁ ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି କରୋନା କଟକଣାକୁ କଡ଼ାକଡ଼ି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କୁ ମିଳିବ ଲାଭ…

ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ…

ସମସ୍ତଙ୍କୁ ଆଶ୍ଚର୍ଯ୍ୟ କଲା ICC: T20 ବିଶ୍ୱକପ୍‌ରେ ବାଂଲାଦେଶର ଅନୁପସ୍ଥିତି ଉପରେ ନେଲା ଏମିତି ନିଷ୍ପତ୍ତି

ନୂଆଦିଲ୍ଲୀ,୯।୨: ପୁରୁଷ T20 ବିଶ୍ୱକପ୍‌ରେ ବାଂଲାଦେଶର ଅନୁପସ୍ଥିତିକୁ ନେଇ ICC ଦୁଃଖ ପ୍ରକାଶ କରିଛି। ତେବେ ଏହି ଘଟଣା ପାଇଁ ବାଂଲାଦେଶ କ୍ରିକେଟ ବୋର୍ଡ (BCB) ଉପରେ…

T20 ବିଶ୍ୱକପ୍‌: ଭାରତ ବିପକ୍ଷରେ ମ୍ୟାଚ୍ ଖେଳିବାକୁ ପାକିସ୍ତାନକୁ ଅନୁରୋଧ କଲା ବାଂଲାଦେଶ

ନୂଆଦିଲ୍ଲୀ,୯।୨: ଭାରତ-ପାକିସ୍ତାନ T20 ବିଶ୍ୱକପ୍ ମ୍ୟାଚ୍‌କୁ ନେଇ ସୃଷ୍ଟି ହୋଇଥିବା ଅନିଶ୍ଚିତତା ମଧ୍ୟରେ ଏକ ନୂଆ ମୋଡ଼ ଆସିଛି। ବାଂଲାଦେଶ କ୍ରିକେଟ ବୋର୍ଡ (BCB) ପାକିସ୍ତାନକୁ ଏହି…

ରିଲିଜ ପୂର୍ବରୁ ‘ଲିକ୍’ ହୋଇଗଲା ପୂର୍ବତନ ସେନାଧ୍ୟକ୍ଷଙ୍କ ପୁସ୍ତକ, FIR ରୁଜୁ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୯।୨: ପୂର୍ବତନ ସେନାଧ୍ୟକ୍ଷ ଜେନେରାଲ ଏମ୍.ଏମ୍. ନରଭାଣେଙ୍କ ଆଗାମୀ ପୁସ୍ତକ ‘ଫୋର୍ ଷ୍ଟାର୍ସ ଅଫ୍ ଡେଷ୍ଟିନି’ର ଅନଧିକୃତ ପ୍ରସାରଣକୁ ନେଇ ଦିଲ୍ଲୀ ପୋଲିସ ଏକ ଅପରାଧିକ ମାମଲା…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

BCCI Central Contract 2025-26: ଗିଲଙ୍କ ସମେତ ଏହି ଖେଳାଳିଙ୍କୁ  ଗ୍ରେଡ୍‌ A, ହେଲେ କୋହଲି-ରୋହିତଙ୍କୁ B; ନିରାଶ ହେଲେ…

ନୂଆଦିଲ୍ଲୀ,୯।୨: BCCI ୨୦୨୫-୨୬ ବର୍ଷ ପାଇଁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ଲିଷ୍ଟ(କେନ୍ଦ୍ରୀୟ ଚୁକ୍ତି ତାଲିକା) ପ୍ରକାଶ କରିଛି। ଏଥିରେ ବଡ଼ ପରିବର୍ତ୍ତନ ହୋଇଛି। ତାଲିକାରୁ ଏ ପ୍ଲସ୍‌ (A+)…

ପ୍ରେମ ସପ୍ତାହରେ ରକ୍ତରଂଜିତ କାହାଣୀ: ତ୍ରିକୋଣୀୟ ପ୍ରେମକୁ ନେଇ ଜଘନ୍ୟ ହତ୍ୟାକାଣ୍ଡ

ଭୁବନେଶ୍ୱର,୯।୨: ରାଜଧାନୀ ଭୁବନେଶ୍ୱରରେ ଏକ ସିନେମା ଷ୍ଟାଇଲ୍‌ରେ ଘଟିଛି ଜଘନ୍ୟ ହତ୍ୟାକାଣ୍ଡ। ‘ଚକୋଲେଟ୍ ଡେ’ ପାଳନ ପରେ ପ୍ରେମିକର ବେକ କାଟି ହତ୍ୟା କରିବା ସହ ପ୍ରମାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri