ପାକିସ୍ତାନରେ ମାସୁଦ୍‌ ଆଝାର, ୨ଟି ଲୁଚିବାସ୍ଥଳର ପର୍ଦ୍ଦାଫାଶ୍‌…

ଇସଲାମାବାଦ୍‌,୨।୮: ଜୈଶ-ଇ-ମହମ୍ମଦ ମୁଖ୍ୟ ମାସୁଦ ଅଜହର ପାକିସ୍ତାନରେ ସୁରକ୍ଷିତ ଭାବେ ଲୁଚି ବସିଛନ୍ତି। ତାଙ୍କର ୨ଟି ଲୁଚିବାସ୍ଥଳର ଏବେ ପର୍ଦ୍ଦାଫାଶ୍‌ ହୋଇଛି। ତାଙ୍କ ଲୁଚିବାସ୍ଥଳରେ ପାକିସ୍ତାନୀ ସୈନ୍ୟଙ୍କ କଡ଼ା ପହରା ରହିଛି। ପାକିସ୍ତାନର ପୋଶ କ୍ଷେତ୍ରର ବାହାୱାଲପୁର ସହରରେ ଥିବା ହାଇକୋର୍ଟ ଠାରୁ ଏକ କିଲୋମିଟର ଦୂରେ ଭିଆଇପିଙ୍କ ରହିବା ଅଞ୍ଚଳରେ ଆଝାର୍‌ଙ୍କର ଗୋଟିଏ ଲୁଚିବା ସ୍ଥାନ ରହିଛି। ଏହା ନିକଟରେ ଜାମିଆ ମସଜିଦ୍‌ ରହିଛି। ସେହିପରି ଅନ୍ୟ ସ୍ଥାନଟି ପ୍ରଥମସ୍ଥାନଠାରୁ ପ୍ରାୟ ୪ କିଲୋମିଟର ଦୂରରେ ଓସମାନ୍‌-ଓ-ଅଲ୍ଲୀ ମସଜିଦ୍‌ ନିକଟରେ ନ୍ୟାଶନାଲ ଅର୍ଥୋପେଡ଼ିକ୍‌ ଆଣ୍ଡ୍‌ ଜେନେରାଲ ହସ୍ପିଟାଲଠାରେ ରହିଛି। ୨୦୦୧ ସଂସଦ ଆକ୍ରମଣ ଏବଂ ୨୦୧୯ ପୁଲଓ୍ବାମା ଆକ୍ରମଣର ମାଷ୍ଟର ମାଇଣ୍ଡ୍‌ ଆଝାର ଥିଲେ। ପାକିସ୍ତାନ ଅଝାରଙ୍କ ଭଳି ଆତଙ୍କବାଦୀଙ୍କୁ ଆଶ୍ରୟ ଦେବା ସହିତ ତାଙ୍କ ସୁରକ୍ଷା ପାଇଁ ବୁଲେଟ-ପ୍ରୁଫ ବ୍ୟବସ୍ଥା  କରିଛି। ଆଝାରଙ୍କ ଲୁଚିଥିବା ସ୍ଥାନ ଆଖପାଖରେ ମସଜିଦ ଏବଂ ଡାକ୍ତରଖାନା ଥିବାରୁ ତାଙ୍କ ବିରୋଧରେ ଅପରେଶନ କରିବା କଷ୍ଟକର ହେଉଛି। । ଜାଣିଶୁଣି ଆଝାରଙ୍କ ଲୁଚିବା ସ୍ଥାନକୁ ଜନବହୁଳ ଅଞ୍ଚଳରେ ସ୍ଥାପନା କରାଯାଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ମନ୍ତ୍ରୀଙ୍କ ଅପେକ୍ଷାରେ ଠିଆ ହୋଇଥିଲେ, ହଠାତ ବେହୋସ୍‌ ହେଲେ ଛାତ୍ରୀ

ମୁମ୍ବାଇ,୧୩।୮: ସିଙ୍ଗରାଉଲି ଜିଲାର ଚିତ୍ରାଙ୍ଗୀ ତହସିଲରେ ଜାତିର ଗର୍ବ ଏବଂ ସମ୍ମାନର ପ୍ରତୀକ ସ୍ବରୂପ ଏକ ‘ତ୍ରିରଙ୍ଗା ଯାତ୍ରା’ (ତ୍ରିରଙ୍ଗା ଶୋଭାଯାତ୍ରା) ଆୟୋଜନ କରାଯାଇଥିଲା; କିନ୍ତୁ, ଯେତେବେଳେ…

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

Chamoli Pipalkoti Tunnel Collapse: ସୁଡଙ୍ଗରେ ହଠାତ ପଶିଗଲା ପାଣି କାଦୁଅ, ଫସି ରହିଛନ୍ତି ୨୦ରୁ ଅଧିକ ଶ୍ରମିକ, ୧୦ ଜୀବିତ ଉଦ୍ଧାର

ଚାମୋଲି,୧୩।୮: ଉତ୍ତରାଖଣ୍ଡର ପର୍ବତମାଳାରେ ପ୍ରକୃତି ପୁଣିଥରେ ତା’ର ବିନାଶକାରୀ ଶକ୍ତି ପ୍ରଦର୍ଶନ କରିଛି। ଚାମୋଲିର ପିପଲକୋଟି ଅଞ୍ଚଳରେ ଏକ ପ୍ରମୁଖ ସୁଡ଼ଙ୍ଗ ପ୍ରକଳ୍ପ ସମୟରେ ଏକ ଦୁର୍ଘଟଣା…

ବିରୋଧୀଙ୍କ ହଟ୍ଟଗୋଳ, ସଂସଦ ଅଚଳ! ଲୋକ ସଭାରେ ୧୯% ଏବଂ ରାଜ୍ୟ ସଭାରେ ୩୯% କାର୍ଯ୍ୟ ସହିତ ମୌସୁମୀ ଅଧିବେଶନ ଶେଷ

ନୂଆଦିଲ୍ଲୀ,୧୩।୮: ଗୁରୁବାର (୧୩ ଅଗଷ୍ଟ, ୨୦୨୬) ଦିନ ଲୋକ ସଭା କାର୍ଯ୍ୟ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ରଖାଯାଇଥିଲା। ମୌସୁମୀ ଅଧିବେଶନ ସମୟରେ, ଲୋକ ସଭାରେ ୧୯…

ଲୋକ ସଭା ଇତିହାସରେ ପ୍ରଥମ ଥର, ଗୃହର କାର୍ଯ୍ୟକାଳ ସମୟରେ ପ୍ରତିଧ୍ୱନିତ ହେଲା ‘ବନ୍ଦେ ମାତରମ’

ନୂଆଦିଲ୍ଲୀ,୧୩।୮: ମୌସୁମୀ ଅଧିବେଶନର ଶେଷ ଦିନରେ ଲୋକ ସଭାର କାର୍ଯ୍ୟକାଳ ‘ବନ୍ଦେ ମାତରମ’ ଗାନ ସହିତ ଆରମ୍ଭ ହୋଇଥିଲା। ଏମିତି ଘଟଣା ସଂସଦରେ ପ୍ରଥମ ଥର ପାଇଁ…

ଟାଟା ଗ୍ରୁପ୍‌ର ପ୍ରକୃତ ମାଲିକ କିଏ? କେଉଁଠାକୁ ଯାଏ ଏତେ ବଡ଼ କମ୍ପାନୀର ଆୟ…ଜାଣିଲେ ହେବେ ତାଜୁବ

ନୂଆଦିଲ୍ଲୀ,୧୩।୮: ଭାରତର ସର୍ବବୃହତ୍ ଏବଂ ସବୁଠାରୁ ଭରସାଯୋଗ୍ୟ ବ୍ୟବସାୟିକ ଗ୍ରୁପ୍‌ଗୁଡ଼ିକ ମଧ୍ୟରେ ‘ଟାଟା ଗ୍ରୁପ୍’ (Tata Group) ଅନ୍ୟତମ। କିନ୍ତୁ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଯେ,…

ନ୍ୟାୟ ଦାବିରେ ଶ୍ୱଶୁର ଘର ଆଗରେ ବସିଲେ ମହିଳା, ସ୍ବାମୀ ବାହାର ରାଜ୍ୟରେ ଅନ୍ୟ ମହିଳାଙ୍କୁ ବିବାହ କରିଥିବା ଅଭିଯୋଗ

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର): ଶ୍ୱଶୁର ଘର ଆଗରେ ଧାରଣା ଦେଲେ ବୋହୂ । ଦିଗପହଣ୍ଡି ଥାନା ଭୀଷ୍ମଗିରି ଗାଁ ବ୍ରାହ୍ମଣସାହିରେ ଧାରଣା । ସ୍ବାମୀ ବାହାର ରାଜ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri