ଦୁଇ ଫୁଲମାଳା ବିନିମୟରେ ବାଛିଲେ ଜୀବନସାଥୀ

ବରଗଡ଼ ଅଫିସ,୧୪।୪: ବିବାହରେ ନ ଥିଲା ଯାନି ଯୌତୁକ। ଫୁଟି ନଥିଲା ବାଣ ଫୋଟକା। କେବଳ ଦୁଇଟି ଫୁଲମାଳାରେ ପରସ୍ପରକୁ ଜୀବନସାଥୀ ଭାବେ ବାଛି ନେଇଥିଲେ। ଏଭଳି ଏକ ଆଦର୍ଶ ଗଣବିବାହ ଶୁକ୍ରବାର ବରଗଡ଼ ବିଜୁ ପଟ୍ଟନାୟକ ଟାଉନ ହଲରେ ନିରାଡମ୍ବରଭାବେ ଅନୁଷ୍ଠିତ ହୋଇଯାଇଛି। ଆମ୍ବେଦକର ଚାରିଟେବୁଲ ଟ୍ରଷ୍ଟ ଏବଂ ସମ୍ବିଧାନ ସୁରକ୍ଷା ମଞ୍ଚ ପକ୍ଷରୁ ହୋଇଥିବା ଏହି ଗଣବିବାହରେ ଜିଲା ତଥା ଜିଲା ବାହାରର ୬ ଯୋଡି ବରକନ୍ୟା ପରସ୍ପରକୁ ଜୀବନସାଥୀ ଭାବେ ବାଛି ନେଇଥିଲେ। ସର୍ଦ୍ଦାର ପ୍ରିତମ ସିଂ ସପତ୍ନୀକ କନ୍ୟା ପିତାମାତା ଏବଂ ପାଣ୍ଡବ କର୍ଣ୍ଣ ସପତ୍ନୀକ ବର ପିତାମାତା ଭାବେ ଦାୟିତ୍ୱ ନିର୍ବାହ କରିଥିଲେ। ଗଣବିବାହର ଉଦ୍ୟୋକ୍ତା ପବିତ୍ର ଦ଼େହେରୀଙ୍କ ଉପସ୍ଥିତ ସମସ୍ତ ଲୋକେ ନବଦମ୍ପତିମାନଙ୍କୁ ଶୁଭାଶିର୍ବାଦ ପ୍ରଦାନ କରିଥିଲେ। ଗତ ୨୦୦୭ ମସିହାରୁ ପ୍ରତିବର୍ଷ ବରଗଡ଼ ଏଭଳି ଗଣବିବାହ ଅନୁଷ୍ଠିତ ହୋଇ ଆସୁଛି ଏବଂ ଏପର୍ଯ୍ୟନ୍ତ ୧୮୨ ଦମ୍ପତିଙ୍କ ଏଭଳି ଆଦର୍ଶ ବିବାହ ହୋଇ ସାରିଛି। ସାମାଜିକ ପରିବର୍ତ୍ତନ ଏବଂ ଆର୍ଥିକ ସମସ୍ୟାରୁ ମୁକ୍ତି ଲକ୍ଷ୍ୟ ନେଇ ଏଭଳି ପଦକ୍ଷେପ ନିଆଯାଉଛି ଏବଂ ଆଗକୁ ମଧ୍ୟ ଏହି ଧାରା ବଜାୟ ରହିବ ବୋଲି ଗଣବିବାହର ଉଦ୍ୟୋକ୍ତା ପବିତ୍ର ଦେହେରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri