ଗହୀରମଥାରେ ଅଲିଭରିଡ୍‌ଲେଙ୍କ ଗଣ ଅଣ୍ଡାଦାନ ଆରମ୍ଭ

ରାଜନଗର,୨୭।୩(ଡି.ଏନ.ଏ.): ବିରଳ ଅଲିଭରିଡ୍‌ଲେ କଇଁଛଙ୍କ ଏନ୍ତୁଡିଶାଳ କେନ୍ଦ୍ରାପଡ଼ା ଉପକୂଳ ଗହୀରମଥାରେ କଇଁଛଙ୍କ ଗଣ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ଗତ ୨୩ ତାରିଖରେ ୧୫, ୨୪ରେ ୧୬୨ ଓ ୨୫ ତାରିଖରେ ୨ ଲକ୍ଷ ୪୫ ହଜାର ୧୮୮ ଅଲିଭରିଡ୍‌ଲେ କଇଁଛ ଗଣ ଅଣ୍ଡାଦାନ ପ୍ରକ୍ରିୟାରେ ସାମିଲ ହୋଇଛନ୍ତି। ମା’ କଇଁଛମାନେ ସମୁଦ୍ର କୂଳଠାରୁ ୧ କି.ମି. ଭିତରେ ଗତ୧ ମାସ ହେଲା ଭିଡ଼ ଜମାଇଥିଲେ। ପାଗ ଅନୁକୂଳ ହେଉ ନ ଥିବାରୁ ଗଣ ଅଣ୍ଡାଦାନ ପ୍ରକ୍ରିୟାରେ ସାମିଲ ହେଉ ନ ଥିଲେ। ଶୁକ୍ରବାର ପାଗ ଶୁଖିଲା ସାଙ୍ଗକୁ ଦକ୍ଷିଣା ପବନ ବୋହିବାରୁ ଗୋଟିଏ ଦିନରେ ୨ ଲକ୍ଷ ୪୫ ହଜାର ୧୮୮ ଅଲିଭରିଡ୍‌ଲେ ଗଣ ଅଣ୍ଡାଦାନ ପ୍ରକ୍ରିୟାରେ ସାମିଲ ହୋଇଛନ୍ତି।
ଶୁକ୍ରବାର ସନ୍ଧ୍ୟାରୁ ଦଳ ଦଳ ହୋଇ ମା’ କଇଁଛମାନେ ଗହୀରମଥାର ନାସୀ-୨ ବାଲୁକା ଶଯ୍ୟାକୁ ଆସିଥିଲେ। ଶନିବାର ଭୋର ଯାଏ ଏହି ପକ୍ରିୟା ଜାରି ରହିଥିଲା। ମା’ କଇଁଛମାନେ ବେଳାଭୂମିର ନରମ ବାଲିରେ ପଛପଟ ଗୋଡ଼ରେ ୧ ଫୁଟରୁ ଦେଢ ଫୁଟ୍‌ ଗଭୀରର ମାଠିଆ ଆକୃତିର ଗାତ ଖୋଳିଥାନ୍ତି । ଗାତ ଖୋଳିବା ପରେ ମା’ କଇଁଛ ପ୍ରାୟ ୧୦୦ଟିରୁ ଊର୍ଦ୍ଧ୍ୱ ଅଣ୍ଡା ଦେଇଥାଏ। ଅଣ୍ଡାର ଖୋଳପା ନମନୀୟ ହୋଇଥିବାରୁ ତାହା ଫାଟି ନ ଥାଏ। ଅଣ୍ଡା ଦେଇସାରିବା ପରେ ମା’ କଇଁଛ ତା’ର ଗାତକୁ ବାଲି ଘୋଡାଇ ଲୁଚାଇ ପକାଏ ଓ ସମୁଦ୍ରକୁ ଫେରିଯାଏ। ସୂର୍ଯ୍ୟଙ୍କ ଉତ୍ତାପରେ ଉଷୁମ ହୋଇ ଅଣ୍ଡାଗୁଡିକରୁ ୪୫ରୁ ୬୦ ଦିନ ମଧ୍ୟରେ କଇଁଛ ଶାବକ ବାହାରିଥାନ୍ତି। ବିରଳ ଅଲିଭରିଡଲେ କଇଁଛଙ୍କ ଗଣ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ ହୋଇଥିବାରୁ ଏମାନଙ୍କ ସୁରକ୍ଷା ପାଇଁ ବନ ବିଭାଗ ପକ୍ଷରୁ କଟକଣା କଡାକଡି କରାଯାଇଛି। ୩ କି.ମି. ଯାଏ ବାଡ଼ ବୁଲାଯିବା ସହ ବନ କର୍ମଚାରୀମାନେ ଅଣ୍ଡାଦାନ ସ୍ଥଳକୁ ଜଗି ରହିଛନ୍ତି। ରାଜନଗର ଓ ଭଦ୍ରକ ଡିଭିଜନ ପକ୍ଷରୁ ଅଲିଭରିଡଲେଙ୍କ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ରାଜନଗର ଡିଏଫ୍‌ଓ ଡ. ଯଜ୍ଞଦତ୍ତ ପତି, ଭଦ୍ରକ ଏସିଏଫ୍‌ ଶ୍ୟାମା ଭାରତୀ, କନିକା ରେଞ୍ଜ ଅଫିସର ମାନସ କୁମାର ଦାସ ପ୍ରମୁଖ ଅଣ୍ଡାଦାନ ସ୍ଥଳରେ ସୁରକ୍ଷା ବ୍ୟବସ୍ଥା ଅନୁଧ୍ୟାନ କରୁଛନ୍ତି। ଏକାଧିକ ବୋଟ୍‌କୁ ଭଡ଼ାରେ ଅଣାଯାଇ ପାଟ୍ରୋଲିଂ ଚାଲିଛି। ଟ୍ରଲରଗୁଡ଼ିକ ଯେପରି ନିଷିଦ୍ଧାଞ୍ଚଳକୁ ପ୍ରବେଶ ନ କରନ୍ତି ସେଥିପାଇଁ ନଜର ରଖାଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀର କରାଳ ରୂପ: ଭାଙ୍ଗିଗଲା ଧନୁଯାତ୍ରା ତୋରଣ, ପାଣିରେ ମିଶିଲା ଲକ୍ଷ ଲକ୍ଷ ଟଙ୍କା

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ରେ ସୋମବାର ଅପରାହ୍ନ ପ୍ରାୟ ୩ଟାରେ କାଳବୈଶାଖୀ ପ୍ରଭାବରେ ଝଡବତାସ ହୋଇଥିଲା। ଏହାର ପ୍ରଭାବରେ ବରଗଡ଼ ସହର ଥାନା ଛକରେ ଲକ୍ଷଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ…

ଘାତକ ଭୂତାଣୁ ଇବୋଲା

ଆମମାନଙ୍କୁ ଅନେକ ପ୍ରକାର ସଂକ୍ରମଣ ହୋଇଥାଏ। କେତେକ ସାମାନ୍ୟ କ୍ଷତିକାରକ ହୋଇଥିବା ବେଳେ ଆଉ କେତେକ ଗୁରୁତର ଓ ଅତ୍ୟନ୍ତ ଗୁରୁତର ହୋଇଥାଆନ୍ତି। ଜୀବାଣୁ, ପରଜୀବୀ, ଫଙ୍ଗସ୍‌,…

ଦଳ ଛାଡିବାର ସାଂଘାତିକ କାରଣ କହିଦେଲେ ଦେବାଶିଷ, ପାଣ୍ଡିଆନଙ୍କୁ ନେଇ ସିଧା କହିଦେଲେ…

ଭୁବନେଶ୍ୱର, ୨୫।୫: ବିଜେଡି ଛାଡ଼ିଲେ ରାଜ୍ୟ ସଭା ଏମ୍‌ପି ଦେବାଶିଷ ସାମନ୍ତରାୟ। ସୋମବାର ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଦେବାଶିଷ ଇସ୍ତଫା ଦେଇଛନ୍ତି । ଏନେଇ ବିଜେଡି…

ଧୂମଧାମ୍‌ରେ ଚାଲିଛି ମା’ ରାମାୟାଣାମ୍ମା ଠାକୁରାଣୀ ଯାତ୍ରା: ବିରାଟ ପଟୁଆରରେ…

ଛତ୍ରପୁର,୨୫।୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ସହରର ଆରାଧ୍ୟ ଦେବୀ ମା’ ରାମାୟାଣାମ୍ମା ଠାକୁରାଣୀ ଯାତ୍ରା ଚଳିତ ବର୍ଷ ବ ଧୂମଧାମରେ ଚାଲିଛି l ସହରରେ ଆଧ୍ୟାତ୍ମିକ…

ଆହୁରି ପ୍ରଚଣ୍ଡ ହେବ ତାତି, ଏହି ୩ ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି

ଭୁବନେଶ୍ବର,୨୫।୫: ରାଜ୍ୟରେ କିଛିଦିନ ହେବ ପ୍ରଚଣ୍ଡ ତାତି ଜାରି ରହିଛି । ତେବେ ଆଗକୁ ଆହୁରି ତାତି ବଢିବା ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ…

ଏଙ୍ଗ୍‌ଜାଇଟିର ଲକ୍ଷଣ ଓ ଉପଚାର

ଆମ ସମସ୍ତଙ୍କର ମନ ବେଳେବେଳେ ବ୍ୟସ୍ତ, ବିବ୍ରତ, ବିଚଳିତ ଓ ଅସ୍ଥିର ରହିଥାଏ। ଏହା ମୁଖ୍ୟତଃ କେତେକ କଠିନ ଓ ଚିନ୍ତାଜନକ ପରିସ୍ଥିତିରେ ଦେଖାଯାଇଥାଏ। ଯେତେବେଳେ ପରିସ୍ଥିତି…

ରାଜଧାନୀରେ ଜଳିଗଲା ଇଭି

ଭୁବନେଶ୍ୱର,୨୫।୫: ପୁରୁଣା ଭୁବନେଶ୍ୱର ରଥରୋଡ଼ରେ ସୋମବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ୧୧କେଭି ବିଦ୍ୟୁତ୍‌ ତାର ଛିଣ୍ଡି ଏକ ଇଲେକ୍ଟ୍ରି ସ୍କୁଟି(ଇଭି) ଉପରେ ପଡ଼ିଥିଲା। ଫଳରେ…

ପୋଖରୀ ପୁନରୁଦ୍ଧାର ଦାବି: ପଞ୍ଚାୟତ ଅଫିସରେ ସରପଞ୍ଚଙ୍କୁ ତାଲା ମାରିଲେ ମହିଳା

ଭେଡ଼େନ,୨୫।୫ (ହୃଷିକେଶ ଖମାରୀ): ଦିନକୁ ଦିନ ତାପମାତ୍ରା ବଢ଼ି ଚାଲିଥିବା ବେଳେ ଲୋକେ ଗାଧୋଇବା ଓ ପାନୀୟ ଜଳ ପାଇଁ ଡହଳ ବିକଳ ହେଉଛନ୍ତି । ବରଗଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri