ମସ୍‌ଜିଦରେ ହେବ ସାମୂହିକ ନମାଜ ପାଠ

ସମ୍ବଲପୁର,୨୧ା୪(ବ୍ୟୁରୋ): ସମ୍ବଲପୁରରେ ହନୁମାନ ଜୟନ୍ତୀ ଶୋଭାଯାତ୍ରା ସମୟରେ ପଥରମାଡ଼ ଓ ପୋଡ଼ାଜଳା ଘଟଣା ପରେ ସହର ଅଶାନ୍ତ ହୋଇପଡ଼ିଥିଲା। ସ୍ଥିତିରେ ସୁଧାର ଆସିଥିଲେ ମଧ୍ୟ ସମ୍ପୂର୍ଣ୍ଣ ଶାନ୍ତି ଫେରିନାହିଁ। କର୍ଫ୍ୟୁ ଲାଗିଥିବା ବେଳେ ମୋବାଇଲ ନେଟ୍‌ସେବା ବନ୍ଦ ରହିଛି। ରମ୍‌ଜାନ ମାସର ଶେଷ ଶୁକ୍ରବାର ଓ ଇଦୁଲ୍‌ଫିତର ଥିବାରୁ ମସ୍‌ଜିଦରେ ପୋଲିସ କଡ଼ା ସୁରକ୍ଷା ବ୍ୟବସ୍ଥା କରିଛି। ସମ୍ବଲପୁର ମହାନଗର ନିଗମ ଅଧୀନରେ ୧୦ଟି ମସ୍‌ଜିଦ ରହିଛି। ସେଥିମଧ୍ୟରେ ୬ଟି ସମ୍ବେଦନଶୀଳ ସ୍ଥାନ ରହିଛି। ଏସବୁ ସ୍ଥାନରେ ଥିବା ମସ୍‌ଜିଦ ସମ୍ମୁଖରେ ପୋଲିସ ଅଧିକାରୀଙ୍କ ସହ ୧ ପ୍ଲାଟୁନ ଲେଖାଏ ପୋଲିସ ଫୋର୍ସ ମୁତୟନ କରାଯାଇଛି।

ଅନ୍ୟ ମସ୍‌ଜିଦ ସମ୍ମୁଖରେ ସେକ୍ସନ ଅଫିସରଙ୍କୁ ନେଇ ଟିମ୍‌ ନିୟୋଜିତ ରହିଛି। ପୋଲିସ ପାଟ୍ରୋଲିଂ କଡ଼ାକଡ଼ି କରିଦିଆଯାଇଛି। ୨୪ ଘଣ୍ଟିଆ ସୁରକ୍ଷାରେ ମସ୍‌ଜିଦଗୁଡିକୁ ରଖାଯାଇଛି। ଶନିବାର ଇଦୁଲ୍‌ଫିତର ଥିବାରୁ ସାମୂହିକ ନମାଜ ପାଠ ହେବ। ହେଲେ କର୍ଫ୍ୟୁ ପାଇଁ ଚଳିତବର୍ଷ ଇଦ୍‌ଗାରେ ସାମୂହିକ ନମାଜ ପାଠ ହେବ ନାହିଁ। ତେଣୁ ମସ୍‌ଜିଦରେ ସାମୂହିକ ନମାଜ ପାଠ ବ୍ୟବସ୍ଥା ରହିଛି। ମସ୍‌ଜିଦ କମିଟି ପକ୍ଷରୁ ନମାଜ ପାଠ ପାଇଁ ଅନୁମତି ମଗାଯାଇଥିଲା। ପ୍ରଶାସନ ପକ୍ଷରୁ ସେମାନଙ୍କୁ ଅନୁମତି ଦିଆଯାଇଛି। ଏ ସମ୍ପର୍କରେ ଏସ୍‌ପି ବାତୁଳା ଗଙ୍ଗାଧର କହିଛନ୍ତି, ପରିସ୍ଥିତିରେ ସୁଧାର ଆସିଛି। ସହରରେ ଶାନ୍ତି ଫେରୁଛି। ନମାଜ ପାଠ ପାଇଁ ଅନୁମତି ଦିଆଯାଇଛି। ଆଇନଶୃଙ୍ଖଳା ପରିସ୍ଥିତି ସୃଷ୍ଟି ନ ହେବା ପାଇଁ ପୋଲିସ ମୁତୟନ କରାଯାଇଛି। ଶାନ୍ତିଶୃଙ୍ଖଳା ରକ୍ଷା କରିବା ସହ ନିୟମ ଅନୁସରଣ କରିବାକୁ ଏସ୍‌ପି ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ହୃଦୟ ଜିତିଲେ ବୈଭବ ସୂର୍ଯବଂଶୀ, କିମ୍ବଦନ୍ତୀ କ୍ରିକେଟରମାନେ ଯାହା କହିଲେ ତାହା ହେଉଛି ଭାଇରାଲ

ନୂଆଦିଲ୍ଲୀ,୧୧।୬: ୨୦୨୬ ତ୍ରିରାଷ୍ଟ୍ରୀୟ A-ସିରିଜର ଏକ ଦୁର୍ବଳ ଆରମ୍ଭ ପରେ ବୈଭବ ସୂର୍ଯ୍ୟବଂଶୀ ତାଙ୍କର ଫର୍ମ ଫେରି ପାଇଛନ୍ତି। ଡାମ୍ବୁଲାରେ ଆଫଗାନିସ୍ତାନ A ବିପକ୍ଷରେ ଭାରତ A…

ଗେଦେ ବଂଶର ତୃତୀୟତମ ସମ୍ମିଳନୀ, ନିଜ ବଂଶଧର ଲୋକଙ୍କୁ ଚିହ୍ନିବା ପାଇଁ….

ଦାରିଙ୍ଗବାଡି,୧୧।୬(ଅରୁଣ ସାହୁ): ନିଜ ବଂଶଧର ଲୋକଙ୍କ ସହ ଯୋଡି ହେବା ସେମାନଙ୍କୁ ଚିହ୍ନିବା ଓ ଜାଣିବା ପାଇଁ ଏକ ପ୍ରୟାସ କରୁଛି କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ…

ଦଳୀୟ ଅନ୍ତର୍ଦ୍ୱନ୍ଦ୍ୱ ମଧ୍ୟରେ ମମତା ବାନାର୍ଜୀଙ୍କୁ ବଡ଼ ଝଟକା; ବାଚସ୍ପତିଙ୍କ ନିଷ୍ପତ୍ତି ଉପରେ ହାଇକୋର୍ଟଙ୍କ ପ୍ରତିକ୍ରିୟା

କୋଲକାତା,୧୧।୬: ବିଧାନସଭାରେ ବିରୋଧୀ ଦଳ ନେତା (LoP) ପଦବୀକୁ ନେଇ ପଶ୍ଚିମବଙ୍ଗ ରାଜନୀତିରେ ଏକ ନୂତନ ବିବାଦ ଦେଖାଦେଇଛି। କଲିକତା ହାଇକୋର୍ଟ ଏହି ମାମଲାରେ ତୁରନ୍ତ ହସ୍ତକ୍ଷେପ…

କଣ୍ଟାବାଞ୍ଜିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଅଜଣା ଗାଡି ଧକ୍କାରେ ଚାଲିଗଲା ଜଣଙ୍କ ଜୀବନ

ବଲାଙ୍ଗୀର,୧୧।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ସହର ମାଛ ବଜାର ବଙ୍ଗୋମୁଣ୍ଡା ଫାଟକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏକ ବାଇକ୍‌କୁ…

ଇରାନ ଉପରେ ଆମେରିକାର ଆକ୍ରମଣ ଯୋଗୁ ଖରାପ ହେଉଛି ମଧ୍ୟପ୍ରାଚ୍ୟ ପରିସ୍ଥିତି; ଜୁନ ୧୬ରେ ଫ୍ରାନ୍ସରେ ଏକାଠି ହେବେ G-7 ରାଷ୍ଟ୍ର

ପ୍ୟାରିସ,୧୧।୬: ଜୁନ ୧୬ରେ G7 ଶିଖର ସମ୍ମିଳନୀ ସମୟରେ ମଧ୍ୟପ୍ରାଚ୍ୟ ପରିସ୍ଥିତି ସମ୍ପର୍କରେ ଏକ ବିଶେଷ ବୈଠକ ଅନୁଷ୍ଠିତ ହେବ। ଫ୍ରାନ୍ସ ଏହି ବିଶେଷ ଅଧିବେଶନକୁ UAE,…

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କଲା ଆମ ଆଦମୀ ପାର୍ଟି, ବଲାଙ୍ଗୀର ଜିଲାପାଳଙ୍କ ଅଫିସ ଆଗରେ ବିକ୍ଷୋଭ ପ୍ରଦର୍ଶନ

ବଲାଙ୍ଗୀର,୧୧।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଆମ ଆଦମୀ ପାର୍ଟି ଜିଲା ସଭାପତି ତଥା ରାଷ୍ଟ୍ରୀୟ ପରିଷଦ ସଦସ୍ୟ ଆଶିଷ ପାଣ୍ଡେଙ୍କ ନେତୃତ୍ୱରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର…

ପୁଣି ବାଜି ମାରିଲା ଭାଜପା! ରାଜ୍ୟ ସଭା ନିର୍ବାଚନରେ ୯ ଭାଜପା ପ୍ରାର୍ଥୀ ଜିତିଲେ

ନୂଆଦିଲ୍ଲୀ,୧୧।୬: ଗୁରୁବାର ଭାରତୀୟ ଜନତା ପାର୍ଟି (ଭାଜପା) ପାଇଁ ଏକ ବଡ଼ ଖବର ଆଣିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲଗାତାର ୧୨ ବର୍ଷ କାର୍ଯ୍ୟକାଳ ପୂରଣ କରିଥିବା…

ଭଞ୍ଜନଗରରେ ରଜ ମହୋତ୍ସବ ପାଳିତ, ଋତୁସ୍ରାବକୁ ନେଇ ସଚେତନ କରାଇଲେ ସିଡିପିଓ

ଭଞ୍ଜନଗର,୧୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବନ ବିହାର ପରିସରରେ ଗୁରୁବାର ରଜ ମହୋତ୍ସବ ପାଳିତ ହୋଇଯାଇଛି । ଆଇନା ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଋତୁସ୍ରାବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri