Posted inଜାତୀୟ

ଦୀର୍ଘ ସମୟ ପରେ ଜାମା ମସ୍‌ଜିଦ୍‌ରେ ସମୂହ ନମାଜ ପାଠ: ପବିତ୍ର ଇଦ୍‌ରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ, ରାଷ୍ଟ୍ରପତି

ନୂଆଦିଲ୍ଲୀ,୧।୮: ସମଗ୍ର ଦେଶରେ ଶନିବାର ଇଦ୍‌-ଉଲ୍‌-ଜୁହା ବା ପବିତ୍ର ଇଦ୍‌ ପାଳନ କରାଯାଇଛି। ଶନିବାର ଦିଲ୍ଲୀ ସ୍ଥିତ ଜାମା ମସ୍‌ଜିଦ୍‌ରେ ଦୀର୍ଘ ଦିନ ପରେ ମୁସଲମାନ ସମ୍ପ୍ରଦାୟର ଲୋକମାନେ ଏକାଠି ହୋଇ ସମୂହ ନମାଜ ପାଠ କରିଛନ୍ତି। କାରଣ ମହାମାରୀ କରୋନା ସଙ୍କଟ ଯୋଗୁ ମାର୍ଚ୍ଚରୁ ସମସ୍ତ ଧାର୍ମିକ ସ୍ଥଳ ବନ୍ଦ ଥିବା ବେଳେ ଉକ୍ତ ସମୂହ ନମାଜ ପାଠ ମଧ୍ୟ ବନ୍ଦ ହୋଇଯାଇଥିଲା। ହୋଇ ଇଦ୍‌ ପାଇଁ ପ୍ରଶାସନ ପକ୍ଷରୁ ସାମାଜିକ ଦୂରତ୍ୱ ରକ୍ଷା କରିବା ସହ ମାସ୍କ ପିନ୍ଧି ସମୂହ ନମାଜ ପାଠ କରିବାକୁ ଅନୁମତି ଦିଆଯାଇଥିଲା। ସୁଚନା ମୁତାବକ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଜାମା ମସ୍‌ଜିଦ୍‌ ବାହାରେ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଥିଲା। ଏଠାକୁ ଆସୁଥିବା ସମସ୍ତ ଲୋକଙ୍କୁ ସ୍କ୍ରିନିଂ କରାଯିବା ପରେ ପୋଲିସ କର୍ମୀ ସେମାନଙ୍କୁ ମସ୍‌ଜିଦ୍‌ ଭିତରକୁ ପ୍ରବେଶ କରିବାକୁ ଅନୁମତି ଦେବା ସହ ବାରମ୍ବାର ସାମାଜିକ ଦୂରତ୍ୱ ରକ୍ଷା କରିବାକୁ ନିବେଦନ କରିଥିଲେ। କିନ୍ତୁ ଏହି ସମୟରେ କେତେକ ବ୍ୟକ୍ତି ସାମଜିକ ଦୂରତ୍ୱ ବଜାୟ ରଖି ନିଜର ପ୍ରାର୍ଥନା ସମ୍ପନ୍ନ କରିଥିବା ବେଳେ ଆଉ କେତେକ ନିୟମ ଉଲ୍ଲଂଘନ କରିଥିବା ନଜର ଆସିଛି। ଅପରପକ୍ଷେ ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମୋଦି ଟୁଇଟ କରି ଲେଖିଛନ୍ତି, ଇଦ୍‌-ଉଲ୍‌-ଜୁହା ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା। ଏହି ଦିନ ଆମକୁ ଏକ ନ୍ୟାୟପୂର୍ଣ୍ଣ, ସୁସଙ୍ଗତ ଓ ଅନ୍ତର୍ଭୂକ୍ତ ସମାଜ ଗଠନ ପାଇଁ ପ୍ରେରଣା ଦେଇଥାଏ। ତେବେ ଏହି ଅବସରରେ ଭାଇଚାରା ଓ କରୁଣାର ଭାବନାକୁ ସାଙ୍ଗରେ ନେଇ ଆଗକୁ ବଢ଼ିବାକୁ ସେ ପରାମର୍ଶ ଦେଇଛନ୍ତି। ସେହିପରି ରାଷ୍ଟ୍ରପତି ରାମନାଥ କୋବିନ୍ଦ ମଧ୍ୟ ଟୁଇଟ କରି ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏହି ଅବସରରେ ଆବଶ୍ୟକୀୟ ଲୋକଙ୍କୁ ସାହାଯ୍ୟ କରିବା ଓ କୋଭିଡ-୧୯ ସଂକ୍ରମଣକୁ ରୋକିବା ପାଇଁ ସମସ୍ତ ନିର୍ଦ୍ଦେଶାବଳୀ ପାଳନ କରିବାକୁ କୋବିନ୍ଦ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?