ଲୋ-ଭୋଲଟେଜ ଓ ଅଘୋଷିତ ବିଦ୍ୟୁତ କାଟ ବିରୋଧରେ ଦଶପଲ୍ଲାରେ ଗଣଶୋଭାଯାତ୍ରା: ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ନୟାଗଡ଼/ଦଶପଲ୍ଲା, ୧୦/୬ (ଲୋକନାଥ ମିଶ୍ର/ପ୍ରକାଶ କୁମାର ପାଣି):ଦଶପଲ୍ଲାର ଟାକରାସ୍ଥିତ ଗ୍ରୀଡ୍‌କୁ ତୁରନ୍ତ କାର୍ଯ୍ୟକ୍ଷମ କରିବା, ଅଘୋଷିତ ବିଦ୍ୟୁତ କାଟ ବନ୍ଦ କରିବା, ଲୋ-ଭୋଲଟେଜ ସମସ୍ୟାର ସମାଧାନ, ଟିପିସିଓଡିଏଲର କଥିତ ଦମନମୂଳକ କାର୍ଯ୍ୟ ବନ୍ଦ କରିବା ଏବଂ ପୂର୍ବରୁ ଦାଖଲ ହୋଇଥିବା ମିଥ୍ୟା ମାମଲା ପ୍ରତ୍ୟାହାର ଦାବିରେ ବୁଧବାର ଦଶପଲ୍ଲାରେ ଏକ ବିଶାଳ ଗଣଶୋଭାଯାତ୍ରା ଓ ବିକ୍ଷୋଭ ପ୍ରଦର୍ଶନ ଅନୁଷ୍ଠିତ ହୋଇଛି।

ଏହି ଅବସରରେ ଦଶପଲ୍ଲା ମହାବୀର ମନ୍ଦିରଠାରୁ ଏକ ଗଣଶୋଭାଯାତ୍ରା ବାହାରି ତହସିଲ କାର୍ଯ୍ୟାଳୟ ପର୍ଯ୍ୟନ୍ତ ପରିକ୍ରମା କରିଥିଲା। ପରେ ଆନ୍ଦୋଳନକାରୀମାନେ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ।

ଆନ୍ଦୋଳନକାରୀମାନଙ୍କ ଅଭିଯୋଗ ଅନୁଯାୟୀ, ଦଶପଲ୍ଲା ଅଞ୍ଚଳରେ ବିଦ୍ୟୁତ ସମସ୍ୟା ଦିନକୁ ଦିନ ଉତ୍କଟ ରୂପ ଧାରଣ କରୁଛି। ପ୍ରତିଦିନ ୩୦ରୁ ୪୦ ଥର ବିଦ୍ୟୁତ ବିଚ୍ଛିନ୍ନ ହେଉଥିବା ବେଳେ ଏନେଇ କୌଣସି ପୂର୍ବ ସୂଚନା ଦିଆଯାଉ ନାହିଁ। ସାମାନ୍ୟ ବର୍ଷା କିମ୍ବା ପବନର ଆଭାସ ମିଳିଲେ ମଧ୍ୟ ବିଦ୍ୟୁତ କାଟ କରାଯାଉଛି।

ସେହିପରି ଲୋ-ଭୋଲଟେଜ ସମସ୍ୟା ଯୋଗୁଁ ଟିଭି, ଫ୍ରିଜ, କୁଲର, ଗ୍ରାଇଣ୍ଡର ଭଳି ବୈଦ୍ୟୁତିକ ଉପକରଣ ନଷ୍ଟ ହେଉଥିବା ଅଭିଯୋଗ ହୋଇଛି। ଫ୍ୟାନ ଠିକ୍ ଭାବେ ବୁଲୁ ନ ଥିବା ବେଳେ ଟିଭି ଓ ଅନ୍ୟାନ୍ୟ ଉପକରଣ ମଧ୍ୟ ସଠିକ୍ ଭାବେ କାର୍ଯ୍ୟ କରୁନାହିଁ।

ସ୍ଥାନୀୟ ବାସିନ୍ଦାମାନେ କହିଛନ୍ତି ଯେ, ଉନ୍ନତ ବିଦ୍ୟୁତ ସେବା ପାଇଁ ବାରମ୍ବାର ଅଭିଯୋଗ, ଧାରଣା ଓ ଆନ୍ଦୋଳନ କରାଯାଇଥିଲେ ମଧ୍ୟ କୌଣସି ସ୍ଥାୟୀ ସମାଧାନ ହୋଇନାହିଁ। ବରଂ ଆନ୍ଦୋଳନକାରୀଙ୍କ ବିରୋଧରେ ମିଥ୍ୟା ମାମଲା ରୁଜୁ କରି ହଇରାଣ କରାଯାଉଥିବା ଅଭିଯୋଗ ଉଠିଛି।

ଅନ୍ୟପକ୍ଷରେ, ଦଶପଲ୍ଲାର ବିଦ୍ୟୁତ ସମସ୍ୟା ସମାଧାନ ପାଇଁ ଟାକରାଠାରେ ଏକ ଗ୍ରୀଡ୍ ନିର୍ମାଣ କରାଯାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ଏହାକୁ କାର୍ଯ୍ୟକ୍ଷମ କରାଯାଇନାହିଁ। ପୋଲିସର ସହଯୋଗ ଲୋଡ଼ାଯାଇଥିଲେ ମଧ୍ୟ ସେମାନେ ଅସହାୟତା ପ୍ରକାଶ କରିଥିବା ଆନ୍ଦୋଳନକାରୀମାନେ କହିଛନ୍ତି।

ଡିଜିଟାଲ ଯୁଗରେ ପ୍ରତ୍ୟେକ କାର୍ଯ୍ୟ ପାଇଁ ବିଦ୍ୟୁତ ଅତ୍ୟାବଶ୍ୟକ ହୋଇପଡ଼ିଥିବା ବେଳେ ଗ୍ରୀଷ୍ମ ଋତୁର ଅସହ୍ୟ ଗୁଳୁଗୁଳି, ଅଘୋଷିତ ବିଦ୍ୟୁତ କାଟ ଏବଂ ଲୋ-ଭୋଲଟେଜ ସମସ୍ୟା ଜନଜୀବନକୁ ଅତିଷ୍ଠ କରିଦେଇଛି। ଏହାର ପ୍ରତିବାଦରେ ଦଶପଲ୍ଲାବାସୀ ବାଧ୍ୟ ହୋଇ ରାସ୍ତାକୁ ଓହ୍ଲାଇଥିବା କହିଛନ୍ତି।

ଆନ୍ଦୋଳନକାରୀମାନେ ଶୀଘ୍ର ସମସ୍ୟାର ସମାଧାନ ନ ହେଲେ ଆଗାମୀ ଦିନରେ ଆନ୍ଦୋଳନକୁ ଆହୁରି ତୀବ୍ର କରାଯିବ ବୋଲି ଚେତାବନୀ ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିଧାନସଭା ନିର୍ବାଚନ ପୂର୍ବରୁ AAPର ବଡ଼ ଘୋଷଣା; ଏହି ଦଳ ସହ କଲା ମେଣ୍ଟ

ନୂଆଦିଲ୍ଲୀ,୧୩।୯: ଆମ ଆଦମୀ ପାର୍ଟି (AAP) ଗୋଆ ବିଧାନସଭା ନିର୍ବାଚନକୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ରାଜନୈତିକ ଘୋଷଣା କରିଛି। ଗୋଆରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଦଳର…

ଆମେରିକା ପ୍ରସଙ୍ଗରେ କଠୋର ଆଭିମୁଖ୍ୟ ଗ୍ରହଣ କଲେ ସି ଜିନପିଙ୍ଗ, ପ୍ରଧାନମନ୍ତ୍ରୀ ମୋଦିଙ୍କୁ କହିଲେ…

ନୂଆଦିଲ୍ଲୀ,୧୩।୯: ଦିଲ୍ଲୀରେ ଅନୁଷ୍ଠିତ BRICS ସମ୍ମିଳନୀ ୨୦୨୬ରେ, ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଭାରତ ସହିତ ସମ୍ପର୍କ ଉନ୍ନତ କରିବାର ଗୁରୁତ୍ୱ ଉପରେ ଆଲୋକପାତ କରିବା ସହ…

ଭାରତମାତାଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଲେ ଦୁର୍ବୃତ୍ତ, ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା

କଲ୍ୟାଣସିଂହପୁର,୧୩ା୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିକରପାଇ ପଞ୍ଚାୟତ ସଦର ପ୍ରବେଶ ପଥରେ ଥିବା ଭାରତ ମାତାଙ୍କ ପ୍ରତିମୂର୍ତ୍ତିକୁ କିଛି ଦୁର୍ବୃତ୍ତ ଭାଙ୍ଗି…

ହିନ୍ଦୁ ସାଧୁଙ୍କ ପାଦ ସ୍ପର୍ଶ କଲେ ଇରାନର ରାଷ୍ଟ୍ରପତି ପେଜେଶକିଆନ! ଭିଡିଓ ଭାଇରାଲ

ନୂଆଦିଲ୍ଲୀ/ତେହରାନ,୧୩।୯: ଦିଲ୍ଲୀର ଭାରତ ମଣ୍ଡପମରେ ଚାଲିଥିବା ବ୍ରିକ୍ସ (BRICS) ସମ୍ମିଳନୀର ଏକ ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ଇରାନର ରାଷ୍ଟ୍ରପତି…

ଖଣ୍ଡେ ପାନ ପାଇଁ ବୃଦ୍ଧାଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କଲେ ଯୁବକ

ମୋରଡ଼ା,୧୩ା୯(ସ୍ମାରକ ମାଜୀ): ଖଣ୍ଡେ ପାନ ପାଇଁ ଘଟିଛି ହତ୍ୟାକାଣ୍ଡ। ଠେଙ୍ଗାରେ ପିଟିପିଟି ବୃଦ୍ଧାଙ୍କୁ ହତ୍ୟା କରିଛନ୍ତି ଜଣେ ଯୁବକ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ସୋସିଆଲ ମିଡିଆରେ ଚର୍ଚ୍ଚା; କିଶୋର କୁମାରଙ୍କ ଗୀତ ଗାଇଲେ ପ୍ରଧାନମନ୍ତ୍ରୀ, ସବୁ କହିଲେ….

ନୂଆଦିଲ୍ଲୀ,୧୩।୯: ଭାରତରେ ଆୟୋଜିତ ବ୍ରିକ୍ସ ଶିଖର ସମ୍ମିଳନୀର ଗାଲା ଡିନରରେ ମାଲେସିଆ ପ୍ରଧାନମନ୍ତ୍ରୀ ଅନୱାର ଇବ୍ରାହିମଙ୍କ ଏକ ଭିନ୍ନ ରୂପ ଦେଖିବାକୁ ମିଳିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ବିଭିନ୍ନ ଦାବି ନେଇ ଗୁଡ଼ାରି ବନ୍ଦ ଡାକରା, ଜିଲାପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରି…

ଗୁଡ଼ାରି,୧୩ା୯(ପ୍ରମୋଦ କୁମାର ପତି): ବିଭିନ୍ନ ଦାବି ପୂରଣ ନେଇ ଆସନ୍ତା ୨୨ ତାରିଖରେ ଗୁଡାରି ବନ୍ଦ ଡାକରା ଦିଆଯାଇଛି। ଏନେଇ ରବିବାର ବିଡିଓଙ୍କ ଅନୁପସ୍ଥିତିରେ ଜିପିଡିଓ ଶିବପ୍ରସାଦ…

ପୁଣି ଲଣ୍ଡନରେ କ୍ୱାଲିଟି ଟାଇମ ସ୍ପେଣ୍ଡ କରୁଥିବାର ନଜର ଆସିଲେ ତ୍ରିଶା-ବିଜୟ; ଭିଡିଓ ଭାଇରାଲ, ପ୍ରଶଂସକ କହିଲେ…

ଚେନ୍ନାଇ,୧୩।୯: ସୁପରଷ୍ଟାର ଥାଲାପତି ବିଜୟ ଏବଂ ଅଭିନେତ୍ରୀ ତ୍ରିଶା କ୍ରିଷ୍ଣନଙ୍କ ଯୋଡ଼ିକୁ ପ୍ରଶଂସକମାନେ ଦୀର୍ଘ ଦିନ ଧରି ପସନ୍ଦ କରିଆସୁଛନ୍ତି। ଏହି ପସନ୍ଦ ସହିତ, ଉଭୟଙ୍କ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?