ପାଣି ପାଇଁ ଗଣଧାରଣା

ଢେଙ୍କାନାଳ ଅଫିସ୍‌, ୧୯।୫: ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ଝାଡ଼ବନ୍ଧ ନିକଟରେ ପ୍ରତିଷ୍ଠିତ ରୁଙ୍ଗ୍‌ଟା ଷ୍ଟିଲ୍‌ ପ୍ଲାଣ୍ଟ ପାର୍ଶ୍ୱବର୍ତ୍ତୀ ଗ୍ରାମରେ ପାନୀୟଜଳ ସମସ୍ୟା ଉତ୍କଟ ହୋଇଛି। ବାରମ୍ବାର ଦୃଷ୍ଟି ଆକର୍ଷଣ ସତ୍ତ୍ୱେ ଏହାର ସମାଧାନ ହେଉ ନ ଥିବାରୁ ଗ୍ରାମବାସୀ କମ୍ପାନୀ ମୁଖ୍ୟ ଫାଟକ ସମ୍ମୁଖରେ ବୁଧବାର ଗଣଧାରଣା ଦେଇଛନ୍ତି। ସମସ୍ୟାର ସମାଧାନ ନ ହେଲେ ଆନ୍ଦୋଳନ ତୀବ୍ର କରାଯିବ ବୋଲି ସେମାନେ ଚେତାବନୀ ଦେଇଛନ୍ତି।
ବାଲିମୀ ଥାନା ଅଧିକାରୀ ବ୍ରହ୍ମାନନ୍ଦ ପାତ୍ର, ରାସୋଳ ଥାନାଧିକାରୀ ବିଜୟ କୁମାର ହାଇବ୍ରୁ ଧାରଣାସ୍ଥଳରେ ପହଞ୍ଚତ୍ ଗ୍ରାମବାସୀଙ୍କୁ ବୁଝାସୁଝା କରିଥିଲେ। ସମସ୍ୟାର ତ୍ୱରିତ ସମାଧାନ ନେଇ ଗାଲପଡ଼ା ସରପଞ୍ଚ ନର୍ମଦା ସେଠୀ, ସମିତି ସଭ୍ୟ ଦେବରାଜ ଦଳେଇ, ଅନ୍ତର୍ଯ୍ୟାମୀ ସାହୁ, ନବକିଶୋର ବାରିକ, ବିଜୟ ପାଣିଗ୍ରାହୀ, ବିଜୟ କୁମାର ଜେନା, ନାଏବ ସରପଞ୍ଚ ଲିକୁନ ସାହୁ ପ୍ରମୁଖ ପୋଲିସ ଉପସ୍ଥିତିରେ କମ୍ପାନୀର ମାନବସମ୍ବଳ ସହ ମହାପ୍ରବନ୍ଧକ ଅଜୟ କୁମାର ଦାସ, ଉପ ସହମହାପ୍ରବନ୍ଧକ ସଞ୍ଜୀବ ଶ୍ରୀବାସ୍ତକଙ୍କ ସହ ଆଲୋଚନା କରିଥିଲେ। ଜିଲା ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଗ ଅଧିକାରୀଙ୍କ ସହିତ ଆଲୋଚନା କରି ସମସ୍ୟା ସମାଧାନ କରାଯିବ ବୋଲି କମ୍ପାନୀ ପକ୍ଷରୁ ପ୍ରତିଶ୍ରୁତି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡ଼ିଲେ ସୀମାରାଣୀ: ଭାଜପାରେ ଯୋଗଦେବା ସମ୍ଭାବନା

ଢେଙ୍କାନାଳ,୨୩ା୪(ରତନ ନାୟାର):ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ୍‌ ଆଶାୟୀ ଥିବା ୨ ଥରର ବିଧାୟିକା...

ବିଧାୟକଙ୍କ ଫେସ୍‌ବୁକ୍‌ ପୋଷ୍ଟ ନେଇ ଜୋର୍‌ଦାର ଚର୍ଚ୍ଚା

ଢେଙ୍କାନାଳ,୨୨ା୪(ରତନ ନାୟାର):ଢେଙ୍କାନାଳ ବିଧାନସଭା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ତଥା ବିଧାୟକ ସୁଧୀର କୁମାର ସାମଲଙ୍କ ଏକ ଫେସ୍‌ବୁକ୍‌ ପୋଷ୍ଟକୁ ନେଇ ଜୋର୍‌ଦାର ଚର୍ଚ୍ଚା ଚାଲିଛି। ସଦର...

ଢେଙ୍କାନାଳ ସଂସଦୀୟ କ୍ଷେତ୍ରରେ ବଢ଼ିଲା ଉଷ୍ମତା, ଲଢ଼େଇରେ ସାମିଲ ୨ ନୂଆ ମୁହଁ

ଢେଙ୍କାନାଳ,୧୫ା୪(ରତନ ନାୟାର): ଢେଙ୍କାନାଳ ଲୋକ ସଭା ଆସନ ପାଇଁ ୩ ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି।...

ଅବିନାଶ, ରୁଦ୍ର ପାଣିଙ୍କୁ ଟକ୍କର ଦେବେ ସସ୍ମିତା ବେହେରା

ଢେଙ୍କାନାଳ,୧୪ା୪(ରତନ ନାୟାର)ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ର ସମ୍ପାଦିକା ତଥା ବରିଷ୍ଠ କଂଗ୍ରେସ ନେତ୍ରୀ ସସ୍ମିତା ବେହେରାଙ୍କୁ କଂଗ୍ରେସ ଢେଙ୍କାନାଳ ଲୋକ ସଭା ଆସନରୁ ପ୍ରାର୍ଥୀ...

ନିର୍ବାଚନୀ ତାତି ବଢ଼ାଉଛି ୫୫ନଂ. ଜାତୀୟ ରାଜପଥ

ଢେଙ୍କାନାଳ,୧୨ା୪(ରତନ ନାୟାର): କଟକରୁ ଢେଙ୍କାନାଳ ଓ ଅନୁଗୋଳ ଦେଇ ସମ୍ବଲପୁରକୁ ଲମ୍ବିଥିବା ୫୫ନଂ. ଜାତୀୟ ରାଜପଥର ଅଧାପନ୍ତରିଆ ଅବସ୍ଥା ଏବେ ନିର୍ବାଚନୀ ପ୍ରସଙ୍ଗ ପାଲଟିଛି। ଢେଙ୍କାନାଳ,...

ହିନ୍ଦୋଳ ଆସନକୁ ନେଇ ଅଙ୍କ ଛିଡୁନି

ଢେଙ୍କାନାଳ,୧୧ା୪(ରତନ ନାୟାର)ଢେଙ୍କାନାଳ ଏମ୍‌ପି ନିର୍ବାଚନ ପାଇଁ ବିଜେଡି ଓ ଭାଜପା ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇସାରିଛି। ସେହିପରି ଜିଲାର ୪ ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ଢେଙ୍କାନାଳ,...

ସନ୍ଦିଗ୍ଧ ପାରା ଉଦ୍ଧାର:ଗୋଡ଼ରେ ଲାଗିଛି ଜିପିଏସ୍‌ ଟ୍ରାକର ଭଳି ଚିପ୍‌

ଢେଙ୍କାନାଳ,୯ା୪(ରତନ ନାୟାର):ଢେଙ୍କାନାଳ ଜିଲା ଗଁଦିଆ ବ୍ଲକ ନିହଲପ୍ରସାଦ ଥାନା ଲାଉଲଇ ଗ୍ରାମର ଏକ ମନ୍ଦିର ପରିସରରୁ ସୋମବାର ଏକ ପାରାକୁ ଅଞ୍ଚଳବାସୀ ଉଦ୍ଧାର କରିଛନ୍ତି। ଉକ୍ତ...

ବୋମାମାଡ଼ କରି ଲୁଟିନେଲେ ୧୪ ଲକ୍ଷ ଟଙ୍କା

କାମାକ୍ଷାନଗର,୫।୪(ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ଜିରାଳ ସାପ୍ତାହିକ ହାଟରୁ ଶୁକ୍ରବାର ସକାଳେ ଏକ ବଡ଼ ଲୁଟ୍‌ ହୋଇଛି। ୫ ଜଣ ଦୁର୍ବୃତ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri