ଯୁବତୀଙ୍କୁ ଗଣ ବଳାତ୍କାର: ସାମାଜିକ ଗଣମାଧ୍ୟମରେ ଭିଡିଓ ଭାଇରାଲ୍‌

ଝାରସୁଗୁଡ଼ା ଅଫିସ,୮।୫: ଝାରସୁଗୁଡ଼ା ବସ୍‌ଷ୍ଟାଣ୍ଡ ଆଖପାଖ ଅଞ୍ଚଳ ରେଲଓ୍ବେ ପୋଲିସ ଓ ଓଡ଼ିଶା ପୋଲିସ ଅଧୀନରେ ରହିଛି। ଅନେକ ସମୟରେ ଉଭୟ ପୋଲିସ ମଧ୍ୟରେ ସମନ୍ବୟ ରହୁ ନ ଥିବାରୁ ଉକ୍ତ ଅଞ୍ଚଳରେ ଅପରାଧୀମାନେ ଅସାମାଜିକ କାର୍ଯ୍ୟ ଘଟାଇ ଚାଲିଛନ୍ତି। ଏଠାରେ ଗଣବଳାତ୍କାର ଭଳି ଏକ ଲଜ୍ଜାଜନକ ଘଟଣାର ଭିଡିଓ ସମାଜିକ ଗଣମାଧ୍ୟମରେ ଭାଇରାଲ୍‌ ହେବାରେ ଲାଗିଛି।
ଲକ୍‌ଡାଉନ୍‌ ସମୟରେ ଉଭୟ ପୋଲିସ ତରଫରୁ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ଏପରି ସମୟରେ ଦୁର୍ବୃତ୍ତମାନେ ଗତ ଗୁରୁବାର ଦିନ ଦ୍ୱିପ୍ରହରରେ ବସ୍‌ଷ୍ଟାଣ୍ଡ ନିକଟରେ ଥିବା ରେଲଓ୍ବେର ଏକ ପରିତ୍ୟକ୍ତ କୋଠାରେ ଜଣେ ଯୁବତୀଙ୍କୁ ଗଣବଳାତ୍କାର କରିଥିଲେ। ଯୁବତୀ ଜଣଙ୍କ ପାଟି କରିବାରୁ ନିକଟରେ ଥିବା କେତେଜଣ ଯୁବକ ପହଞ୍ଚତ୍ ଏହାକୁ ବିରୋଧ କରିବା ସହ ମୋବାଇଲରେ ଘଟଣାର ଭିଡିଓ ଉତ୍ତୋଳନ କରିଥିଲେ। ଫଳରେ ବଳାତ୍କାରୀ ଘଟଣାସ୍ଥଳ ଛାଡି ଚାଲିଯାଇଥିଲେ। ଏହି ଭିଡିଓ ଭାଇରାଲ୍‌ ହେବାପରେ ଘଟଣାଟି ଲୋକଲୋଚନକୁ ଆସିଛି। ଘଟଣା ସମ୍ପର୍କରେ ଜିଲା ଶିଶୁ ସୁରକ୍ଷା ସମିତି (ସିଡବ୍ଲ୍ୟୁସି) ଅଧ୍ୟକ୍ଷା ଆନନ୍ଦିନୀ ପାଢୀ ଝାରସୁଗୁଡ଼ା ରେଲଓ୍ବେ ପୋଲିସ ଦୃଷ୍ଟିକୁ ଆଣିବା ସହ ଏହାର ଉଚ୍ଚସ୍ତରୀୟ ତଦନ୍ତ କରି ସମ୍ପୃକ୍ତ ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି। ସେହିପରି ସମଲେଶ୍ୱରୀ ମା’ ଘର ଚାରିଟେବୁଲ ଟ୍ରଷ୍ଟ ଅଧ୍ୟକ୍ଷା ପଦ୍ମିନୀ ସିଂ ଏହାକୁ ନିନ୍ଦା କରିବା ସହ ସମ୍ପୃକ୍ତ ଅଭିଯୁକ୍ତଙ୍କୁ କଠୋର ଦଣ୍ଡବିଧାନ କରିବା ପାଇଁ ଦାବି କରିଛନ୍ତି। ଅନ୍ୟପକ୍ଷେ ରେଲଓ୍ବେ ପୋଲିସର ରାଉରକେଲା ଏସ୍‌ପି ଝାରସୁଗୁଡ଼ା ରେଲଓ୍ବେ ପୋଲିସକୁ କେସ୍‌ କରି ତଦନ୍ତ ପାଇଁ ଟୁଇଟ୍‌ ଯୋଗେ ନିର୍ଦ୍ଦେଶ ଦେଇଛନ୍ତି। ତଦନୁଯାୟୀ ରେଲଓ୍ବେ ପୋଲିସ ଝାରସୁଗୁଡ଼ା ଜିଆର୍‌ପି ଥାନା କେସ୍‌ (ନଂ.୨୪/୨୧)ରେ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି ବୋଲି ଜିଆର୍‌ପି ଥାନା ଆଇଆଇସି ସୌଦାମିନୀ ନାଗ କହିଛନ୍ତି। ଝାରସୁଗୁଡ଼ା ଏସ୍‌ପି ବିକାଶ ଚନ୍ଦ୍ର ଦାସ ଏହା ଜାଣିବା ପରେ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଥିଲେ। ଏହି ନିର୍ଦ୍ଦେଶ ବଳରେ ଭିଡିଓକୁ ଆଧାରକରି ଝାରସୁଗୁଡ଼ା ଟାଉନ ଥାନା ଆଇଆଇସି ସାବିତ୍ରୀ ବଳ ମୁଖ୍ୟ ଅଭିଯୁକ୍ତଙ୍କୁ ଧରି ଜିଆର୍‌ପି ଥାନା ପୋଲିସକୁ ହସ୍ତାନ୍ତର କରିଛି। ଗିରଫ ଅଭିଯୁକ୍ତ ହେଲେ ଲଇକେରା ଥାନା ନକ୍ସାପାଲି ଗ୍ରାମର ହେମରାଜ ବେସନ (୨୯)। ଏଥିରେ ସମ୍ପୃକ୍ତ ଅନ୍ୟ ଫେରାର ଅଭିଯୁକ୍ତଙ୍କୁ ଧରିବା ସହ ପୀଡିତା ଯୁବତୀଙ୍କ ସମ୍ପର୍କରେ ତଥ୍ୟ ସଂଗ୍ରହ ପାଇଁ ଏସ୍‌ପି ଦାସ ପୋଲିସ୍‌କୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩୨ କେଭି ବିଦ୍ୟୁତ୍‌ ତାରରେ ବାଜିଗଲା ଛାତ୍ରଙ୍କ ହାତ, ଚାଲିଗଲା ଜୀବନ

ପାତ୍ରପୁର,୩୦ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ତହସିଲ ଜରଡ଼ା ଥାନା ଅନ୍ତର୍ଗତ ଭୈରପୁର ଗ୍ରାମର ସୁଶାନ୍ତ ପ୍ରଧାନଙ୍କ ପୁଅ ଚନ୍ଦନ( ୧୬)ଙ୍କ ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ…

ଛାତ୍ରୀଛାତ୍ରଙ୍କୁ ନିଶାଠାରୁ ଦୂରେଇ ରହିବାକୁ ଆହ୍ବାନ

ବଞ୍ଚୋ,୩୦ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବଞ୍ଚୋର ପ୍ରାଣବଲ୍ଲଭ ପବ୍ଲିକ ସ୍କୁଲରେ ‘ନିଶାମୁକ୍ତ ଭାରତ ଅଭିଯାନ’ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦପୁର ଏସ୍‌ଡିପିଓ…

Video: ନେପାଳରେ ଭୟଙ୍କର ବନ୍ୟାର ୩ ଦିନ ପରେ ଜୀବନ୍ତ ଉଦ୍ଧାର ହୋଇ ସମସ୍ତଙ୍କୁ ଚକିତ କରିଦେଲେ ଏହି ଶିଶୁ

କାଠମାଣ୍ଡୁ,୩୦।୮: ନେପାଳର ରାସୁୱା ଜିଲାରେ ଭୟଙ୍କର ବନ୍ୟା ଆସିବାର ତିନି ଦିନ ପରେ, ଜଣେ ୨ ବର୍ଷର ଶିଶୁକୁ କାଦୁଅ ଏବଂ ଭଗ୍ନାବଶେଷ ତଳୁ ଜୀବନ୍ତ ବାହାର…

ବଢୁଛି ଅନଲାଇନ ଓ୍ବେଡିଂ ଟ୍ରେଣ୍ଡ, ଚଳିତ ବର୍ଷ ୩୮% ବିବାହ ଅନଲାଇନରେ ଅନୁଷ୍ଠିତ ହୋଇଛି , ଜାଣନ୍ତୁ ଏହାର କାରଣ କ’ଣ

କ୍ୱିଭ,୩୦।୮: ପ୍ରଚଣ୍ଡ ସୂର୍ଯ୍ୟ ତାପ ମଧ୍ୟରେ, ଟେଟିଆନା – ଏକ ବର ପୋଷାକ ପିନ୍ଧିଥିବା ଏବଂ ଓଲେକଜାଣ୍ଡର – ସାମରିକ ପୋଷାକ ପିନ୍ଧି କ୍ରାମଟୋର୍ସ୍କର କେନ୍ଦ୍ରୀୟ ଶାନ୍ତି…

ଲଘୁଚାପ ଆଣିଲା ଆଶଙ୍କା: ପୁଣି ଭୟଙ୍କର ବର୍ଷା, ଏହି ୩ ଜିଲାକୁ ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ…

ଭୁବନେଶ୍ୱର,୩୦ା୮: ବଙ୍ଗୋପସାଗରରେ ସୃଷ୍ଟି ସକ୍ରିୟ ଲଘୁଚାପ ବଳୟ ପ୍ରଭାବରେ ରାଜ୍ୟରେ ପୁଣି ଆରମ୍ଭ ହୋଇଛି ବର୍ଷାର ତାଣ୍ଡବ। ଅବିଶ୍ରାନ୍ତ ବର୍ଷା ଯୋଗୁ ଉତ୍ତର ଓଡ଼ିଶାର ସ୍ଥିତି ସମ୍ପୂର୍ଣ୍ଣ…

ମୃତ୍ୟୁମୁହଁରୁ ୧୬୪୩ ପିଲାଙ୍କୁ ଟାଣିଆଣିଲେ ଶିକ୍ଷକ; ନେପାଳ ବନ୍ୟାରେ ସାଜିଲେ ହିରୋ, ଚାରିଆଡେ ଚର୍ଚ୍ଚା

କାଠମାଣ୍ଡୁ,୩୦ା୮: ଅଗଷ୍ଟ ୨୬ରେ ନେପାଳରେ ଆସିଥିବା ଭୟଙ୍କର ବନ୍ୟାରେ ଅନେକ ଅଞ୍ଚଳ ଛାରଖାର ହୋଇଯାଇଛି। ହଠାତ୍ ନଦୀର ପାଣି ବସ୍ତି ଓ ରାସ୍ତାରେ ପଶିଯିବାରୁ ଚାରିଆଡ଼େ ଆତଙ୍କ…

ଜନ୍ମାଷ୍ଟମୀରେ ଦୁର୍ଲଭ ଗ୍ରହ ସଂଯୋଗ: ୪ଟି ରାଶିର ଚମକିବ ଭାଗ୍ୟ, କ୍ୟାରିୟରରେ ଗ୍ରୋଥ୍‌ ସାଙ୍ଗକୁ ଅଚାନକ ଧନଲାଭ

ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଏଥର ଜନ୍ମାଷ୍ଟମୀ ପର୍ୱ ଅତ୍ୟନ୍ତ ଖାସ ବୋଲି ମାନାଯାଉଛି। ୪ ସେପ୍ଟେମ୍ୱର ୨୦୨୬ ଜନ୍ମାଷ୍ଟମୀ ଦିନ ଅନେକ ପ୍ରମୁଖ ଗ୍ରହ ଶୁଭ ସ୍ଥିତିରେ…

ଭଲିବଲ୍‌ରେ ଡିଏଭି ଚାମ୍ପିଅନ୍‌

ଭଞ୍ଜନଗର, ୩୦।୮ (ବାବୁଲା ପ୍ରଧାନ): ଜାତୀୟ କ୍ରୀଡ଼ା ଦିବସ ଅବସରରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଏଥିସହ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri